Posted inଖେଳ

ବାରବାଟୀ ଦିନିକିଆ ଆଉ ୧୨ଦିନ

କଟକ ଅଫିସ,୧୦ା୧୨-
ଭାରତ-ଓ୍ବେଷ୍ଟଇଣ୍ଡିଜ ଦିନିକିଆ କ୍ରିକେଟ ମ୍ୟାଚ ପାଇଁ ଆସନ୍ତା ୧୯ ଓ ୨୦ରେ କାଉଣ୍ଟରରେ ଟିକେଟ ବିକ୍ରି ହେବ। କାଉଣ୍ଟରରେ ବିଭିନ୍ନ ଗ୍ୟାଲେରିର ମୋଟ୍‌ ୧୦,୫୦୦ଟି ଟିକେଟ ଉପଲବ୍ଧ ରହିବ। ଏ ନେଇ ଚଳିତବର୍ଷ ୧୨ଟି କାଉଣ୍ଟର ଖୋଲାଯିବାର ବ୍ୟବସ୍ଥା ହୋଇଛି। ହର୍ସଗେଟ୍‌ ନିକଟରେ ଖୋଲିବାକୁ ଥିବା ୨ଟି କାଉଣ୍ଟରରେ ସ୍ପେସାଲ ଏନକ୍ଲୋଜର, ନ୍ୟୁ ପ୍ୟାଭିଲିୟନ, କର୍ପୋରେଟ ବକ୍ସ ଓ ଏସି ବକ୍ସ ଟିକେଟ ବିକ୍ରି କରାଯିବା ବେଳେ ଅନ୍ୟ ୧୦ଟି କାଉଣ୍ଟରରେ ବିଭିନ୍ନ ଗ୍ୟାଲେରି ଗୁଡ଼ିକର ଟିକେଟ୍‌ ବିକ୍ରି କରାଯିବ। ପୂର୍ବରୁ ଅନଲାଇନ ଜରିଆରେ ୮,୧୫୦ଟି ଟିକେଟ ବିକ୍ରି ସରିଛି। ଏଣୁ ଆସନ୍ତା ଅନ୍ତର୍ଜାତୀୟ ମ୍ୟାଚ୍‌ରେ ମୋଟ୍‌ ୧୮,୨୦୦ଟିକେଟ ସାଧାରଣ ଦର୍ଶକଙ୍କ ନିମନ୍ତେ ବିକ୍ରି ପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ଉଦ୍ଦିଷ୍ଟ କରିଛ। ମ୍ୟାଚ୍‌ ଆୟୋଜନ ନେଇ ସୋମବାର ଅପରାହ୍ନରେ ଓସିଏ ସମ୍ମିଳନୀ କକ୍ଷରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଓସିଏ ସମ୍ପାଦକ ସଞ୍ଜୟ ବେହେରା ଉପସ୍ଥିତ ରହି ମ୍ୟାଚ ଆୟୋଜନ ନେଇ ସମସ୍ତ ସୂଚନା ଦେଇଥିଲେ। ଏହାଛଡ଼ା ବରିଷ୍ଠ କ୍ରୀଡ଼ା ସଙ୍ଗଠକ ଆଶୀର୍ବାଦ ବେହେରା, ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି, ବିଧାୟକ ଚନ୍ଦ୍ରସାରଥୀ ବେହେରା, ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, ବିଧାୟକ ସୌଭିକ ବିଶ୍ୱାଳଙ୍କ ସମେତ ଓସିଏର ଅନ୍ୟ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।
୧୬ରେ ଅନୁବନ୍ଧିତ ୟୁନିଟ୍‌ଙ୍କୁ ଟିକେଟ୍‌
୧୬ ଓ ୧୭ ତାରିଖରେ ଓସିଏର ଅନୁବନ୍ଧିତ ୟୁନିଟ୍‌ ଗୁଡ଼ିକୁ ଟିକେଟ ବିକ୍ରି କରାଯିବ। ଅନୁବନ୍ଧିତ ୟୁନିଟ ସମେତ ବିସିସିଆଇ ପ୍ରାୟୋଜକଙ୍କ ପାଇଁ ମୋଟ୍‌ ୮,୯୪୬ଟିକେଟ୍‌ ବିକ୍ରି ପାଇଁ ଉଦ୍ଦିଷ୍ଟ କରାଯାଇଛି। ଅନ୍ୟପକ୍ଷରେ ଗ୍ୟାଲେରି ନଂ-୭ ବାଦ୍‌ ପଡ଼ିବା ଯୋଗୁଁ ବାରବାଟୀ ଷ୍ଟାଡିୟମରେ ଦର୍ଶକ କ୍ଷମତା ୩୮,୮୬୨କୁ ଖସିଛି।
ଗଠନ ହେଲା ବିଭିନ୍ନ କମିଟି
ମ୍ୟାଚ୍‌କୁ ସୁଚାରୁରୂପେ ପରିଚାଳନା ନିମନ୍ତେ ଓସିଏ ବିଭିନ୍ନ କମିଟି ଓ ସବ୍‌କମିଟି ଗଠନ କରିଛି। ସାଙ୍ଗଠନିକ କମିଟିରେ ବିଭିନ୍ନ ବିଧାୟକଙ୍କ ସମେତ ଓସିଏର ପଦାଧିକାରୀ ଅଛନ୍ତି। ଏହାଛଡ଼ା ଅଭ୍ୟର୍ଥନା କମିଟି, ପରାମର୍ଶ କମିଟି, ମିଡ଼ିଆ କମିଟି, ପ୍ରେସ ବକ୍ସ ସଂଯୋଜକ କମିଟି, ବିସିସିଆଇ କମିଟି, ବିସିସିଆଇ ବକ୍ସ ସଂଯୋଜକ, ଫ୍ଲଡ ଲାଇଟ୍‌ ପରିଚାଳନା କମିଟି, ନେଟ୍‌ ପ୍ରାକ୍ଟିସ ମ୍ୟାନେଜମେଣ୍ଟ, ଟିକେଟ ବଣ୍ଟନ କମିଟି, ଫାଟକ ନିୟନ୍ତ୍ରଣ କମିଟି ଠାରୁ ଆରମ୍ଭ କରି ବିଭିନ୍ନ କମିଟି ଗଠନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri