ବାରବାଟୀ ଦିନିକିଆ: ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଗୃହ ରାଷ୍ଟ୍ର ମନ୍ତ୍ରୀ

କଟକ ଅଫିସ,୭।୧୨: ବାରବାଟୀରେ ଆସନ୍ତା ୨୨ ତାରିଖରେ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ଅନୁଷ୍ଠିତ ହେବ। ମ୍ୟାଚ୍‌ର ସଫଳ ଆୟୋଜନ ପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଉଛି। ଏହି କ୍ରମରେ ଶନିବାର ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବାରବାଟୀରେ ପହଞ୍ଚି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି। ମନ୍ତ୍ରୀ ଡିଜିପି ଏବଂ ସିପିଙ୍କ ସହ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଥିବା ସୂଚନା ମିଳିଛି।

ପ୍ରକାଶଯୋଗ୍ୟ, ବାତ୍ୟା ‘ଫନୀ’ରେ ଷ୍ଟାଡିୟମର ବ୍ୟାପକ କ୍ଷୟକ୍ଷତି ହୋଇଥିବା ବେଳେ ଏହାର ପୁନରୁଦ୍ଧାର ପାଇଁ ଗ୍ୟାଲେରୀ, ଫ୍ଲଡଲାଇଟ୍‌ ଏବଂ ଗ୍ରାଉଣ୍ଡ ଆଦିକୁ ପ୍ରସ୍ତୁତ କରାଯାଉଛି। ଅପରପକ୍ଷେ ଗୁରୁବାରଠାରୁ ଅନ୍‌ଲାଇନ୍‌ରେ ଟିକେଟ ବିକ୍ରି ଆରମ୍ଭ ହୋଇଥିଲା। ପ୍ରଥମ ଦିବସର କିଛି ଘଣ୍ଟାରେ ଉପଲବ୍ଧ ୮୧୫୦ଟି ଟିକେଟ ବିକ୍ରି ହୋଇଯାଇଥିଲା। ଏଣୁ କ୍ରିକେଟପ୍ରେମୀଙ୍କ ମନରେ ମ୍ୟାଚ୍‌ ପାଇଁ ଉତ୍ସାହ ବହୁତ ରହିଛି ବୋଲି କୁହାଯାଉଛି। ତେବେ ୧୯ ଓ ୨୦ ତାରିଖରେ ଷ୍ଟାଡିୟମର କାଉଣ୍ଟରରେ ଟିକେଟ ବିକ୍ରି ହେବ। ପ୍ରାୟ ୯ହଜାର ଟିକେଟ କାଉଣ୍ଟରରେ ଉପଲବ୍ଧ ରହିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବିବାହ ପରେ ଏହି ୨ ରାଶିଙ୍କର ଖୋଲେ ଭାଗ୍ୟର ତାଲା, ହୁଅନ୍ତି କୋଟିପତି! ଜୀବନରେ ଆସେ ଧନ-ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟେକ ରାଶିର ନିଜସ୍ବ ଗୁଣ ଓ ଗ୍ରହ ପ୍ରଭାବ ରହିଛି। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, କିଛି ରାଶିର ଲୋକଙ୍କ ପାଇଁ ବିବାହ ପରେ ଧନ,…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri