Posted inଖେଳ

ବାରବାଟୀ ଫିଭର୍‌: ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଲା ଭାରତ

କଟକ ଅଫିସ୍‌,୨୨।୧୨: ବାରବାଟୀ ଷ୍ଟାଡିୟମରେ ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ଟସ ଜିତି ପ୍ରଥମେ ଫିଲ୍ଡିଂ ନିଷ୍ପତ୍ତି ନେଇଛି। ମ୍ୟାଚ୍‌ ପାଇଁ ଭାରତୀୟ ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ଚୂଡ଼ାନ୍ତ ଏକାଦଶରେ ଦୀପକ ଚହରଙ୍କ ସ୍ଥାନରେ ନବଦୀପ ସଇନୀଙ୍କୁ ସାମିଲ କରାଯାଇଛି। ଅନ୍ୟପକ୍ଷରେ ଭ୍ରମଣକାରୀ ୱେଷ୍ଟଇଣ୍ଡିଜର ଚୂଡାନ୍ତ ଏକାଦଶ ଅପରିବର୍ତ୍ତିତ ରହିଛି। ସୂଚନାଯୋଗ୍ୟ, ତିନିମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ୧-୧ରେ ବରାବର ଥିବାରୁ ଏହି ମ୍ୟାଚ ଉଭୟ ଦଳ ପାଇଁ ‘କର ବା ମର’ ସ୍ଥିତି ସୃଷ୍ଟି କରିଛି। ବାରବାଟୀରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଡିସାଇଡର୍‌ ମ୍ୟାଚକୁ ନେଇ ଦର୍ଶକଙ୍କ ମଧ୍ୟରେ ନାହିଁ ନ ଥିବା ଉତ୍ସାହ ଦେଖାଦେଇଛି। ବହୁତଦିନ ପରେ ବାରବାଟୀରେ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେଉ ଥିବାରୁ ଦର୍ଶକଙ୍କ ମଧ୍ୟରେ ମ୍ୟାଚ୍‌କୁ ନେଇ ଉତ୍କଣ୍ଠା ବଢିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri