Posted inଖେଳ

ବାରବାଟୀ ମ୍ୟାଚ୍‌ରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ କରିଥିବା ଶାର୍ଦ୍ଦୁଳଙ୍କ କ୍ୟାରିୟରର କିଛି ରୋଚକ କଥା

ବାରବାଟୀ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳକୁ ଜିତାଇବାରେ ଅନ୍ୟତମ ଭୂମିକା ଗ୍ରହଣ କରିଥିଲେ ଶାର୍ଦ୍ଦୁଳ ଠାକୁର। ତାଙ୍କ ବିଷୟରେ ଏକ ରୋଚକ କଥା ସାମ୍ନାକୁ ଆସିଛି। ସେ ଏକଦା ୬ ବଲ୍‌ରେ ୬ ଛକା ଲଗାଇଥିଲେ। ୨୦୦୬ରେ ଶାର୍ଦ୍ଦୁଳ ଆନ୍ତଃ ସ୍କୁଲ ମ୍ୟାଚ୍‌ରେ ଏହି ସଫଳତା ପାଇଥିଲେ। ସ୍ବାମୀ ବିବେକାନନ୍ଦ ସ୍କୁଲ ପାଇଁ ଖେଳୁଥିବା ୧୪ ବର୍ଷରୁ କମ୍‌ ଶାର୍ଦ୍ଦୁଳ ଏସ୍‌. ରାଧାକ୍ରିଷ୍ଣ ସ୍କୁଲ ବିପକ୍ଷରେ ଗୋଟେ ଓଭରରେ ୬ ଛକା ମାରିଥିଲେ। ଏହି ମ୍ୟାଚ୍‌ରେ ସେ ୭୩ ବଲରେ ୧୬୦ ରନ୍‌ର ବିସ୍ଫୋରକ ଇନିଂସ୍‌ ଖେଳିଥିଲେ। ଏଥିରେ ଥିଲା ୧୦ ଛକା ଓ ୨୦ ଚୌକା। କିନ୍ତୁ ପରବର୍ତ୍ତୀ ସମୟରେ ସେ ବୋଲିଂ ପ୍ରତି ଅଧିକ ଧ୍ୟାନ ଦେଇଥିଲେ। ୨୦୧୨ରେ ସେ ଜଣେ ବୋଲର ଭାବେ ପ୍ରଥମ ଶ୍ରେଣୀ କ୍ରିକେଟରେ ପଦାର୍ପଣ ମ୍ୟାଚ୍‌ ଖେଳିଥିଲେ। ସେତେବେଳେ ମୋଟାପା କାରଣରୁ ତାଙ୍କୁ ବେଶ୍‌ ସମାଲୋଚନାର ଶିକାର ହେବାକୁ ପଡ଼ିଥିଲା। ତାଙ୍କ ଓଜନ ୮୩ କିଲୋ ଥିଲା। ଏଥିଯୋଗୁ ସେ ୧୯ ବର୍ଷରୁ କମ୍‌ ମୁମ୍ବାଇ ଦଳରୁ ବିଦା ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ୨୦୨୪ ପୂର୍ବରୁ ଚେନ୍ନାଇ ସୁପର୍‌ କିଙ୍ଗ୍ସର ୩ ଖେଳାଳି ଆହତ: ଜଣେ ଷ୍ଟ୍ରେଚରରେ ଗଲେ

ନୂଆଦିଲ୍ଲୀ,୧୯।୩: ଆଇପିଏଲ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସର ପ୍ରଥମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷରେ ଖେଳିବ। ଏହି ମ୍ୟାଚ ୨୨ ମାର୍ଚ୍ଚରେ ଚେନ୍ନାଇରେ ଖେଳାଯିବ। ଏଥିପାଇଁ...

ସର୍ଫରାଜ, ଜୁରେଲଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ

ନୂଆଦିଲ୍ଲୀ,୧୯ା୩: ବିସିସିଆଇର ଆପେକ୍ସ କାଉନସିଲ୍‌ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଧ୍ରୁବ ଜୁରେଲ ଓ ସର୍ଫରାଜ ଖାନଙ୍କୁ କେନ୍ଦ୍ରୀୟ ଚୁକ୍ତିରେ ସାମିଲ କରାଯାଇଛି।...

ଅଭିଷେକ, ବିଶ୍ୱଭୂଷଣ, ଦିବ୍ୟଶକ୍ତିଙ୍କ ଶତକ

ଭୁବନେଶ୍ୱର,୧୯ା୩(ସରୋଜ ଜେନା): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ଆରମ୍ଭ ହୋଇଥିବା ସିନିୟର ଆନ୍ତଃଜିଲା କଳାହାଣ୍ଡି କପ୍‌ କ୍ରିକେଟର ଦ୍ୱିତୀୟ ଦିନରେ ଭୁବନେଶ୍ୱର ଏ, ଇକୋର୍ସା,...

ବାଂଲାଦେଶ ସିରିଜ ବିଜୟୀ

ଚିଟ୍ଟାଗଙ୍ଗ, ୧୯ା୩ (ଏପି): ଶ୍ରୀଲଙ୍କା ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ୍‌ରେ ବାଂଲାଦେଶ ୪ ଉଇକେଟରେ ବିଜୟ ହାସଲ କରିଛି। ଦଳ ଏଥିସହିତ ୩...

ଟାଇଟଲ ବଜାୟ ରଖିଲେ ଅଲ୍‌କାରାଜ

ଇଣ୍ଡିଆନ ଓ୍ବେଲ୍ସ, ୧୯ା୩ (ଏପି): କାର୍ଲୋସ ଅଲ୍‌କାରାଜ ବିଏନ୍‌ପି ପାରିବାସ ଓପନ୍‌ ଟେନିସ ଟାଇଟଲ ବଜାୟ ରଖିଛନ୍ତି। ଫାଇନାଲରେ ସେ ଡାନିଲ ମେଡଭେଡେଭଙ୍କୁ ୭-୬ (୫),...

ଆର୍‌ସିବି ଟ୍ରେନିଂ କ୍ୟାମ୍ପ୍‌ରେ କୋହଲି

ବେଙ୍ଗାଲୁରୁ,୧୮ା୩(ପି.ଟି.): ରବିବାର ଭାରତ ପ୍ରତ୍ୟାବର୍ତ୍ତନ କରିଥିବା ସୁପରଷ୍ଟାର ବିରାଟ କୋହଲି ସୋମବାର ଆଇପିଏଲ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)ର ଟ୍ରେନିଂ କ୍ୟାମ୍ପ୍‌ରେ ଯୋଗଦେଇଛନ୍ତି। ସୋମବାର କୋହଲି...

ଖୁସିରେ ଝୁମିଲେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା

ନୂଆଦିଲ୍ଲୀ,୧୮।୩: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମହିଳା ପ୍ରିମିୟର ଲିଗ (ଡବ୍ଲ୍ୟୁପିଏଲ) ୨୦୨୪ ଟାଇଟଲ ଜିତି ଫ୍ରାଞ୍ଚାଇଜ ଟ୍ରଫି ମରୁଡ଼ିକୁ ସମାପ୍ତ କରିଛି। ପୁରୁଷ ଦଳ ଏପର୍ଯ୍ୟନ୍ତ...

ମୁମ୍ବାଇର ଅଧିନାୟକ ଉପରେ ମୁହଁ ଖୋଲିଲେ ପାଣ୍ଡ୍ୟା, କହିଲେ ରୋହିତ ହେଉଛନ୍ତି…

ନୂଆଦିଲ୍ଲୀ,୧୮।୩: ଆଇପିଏଲ ୨୦୨୪ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ କରାଯାଇଥିଲା। ହାର୍ଦ୍ଦିକ ମୁମ୍ବାଇର ନିୟମିତ ଅଧିନାୟକ ରୋହିତ ଶର୍ମାଙ୍କ ସ୍ଥାନ ନେଇଥିଲେ। ବର୍ତ୍ତମାନ...

Advertisement
Business Eminence Awards 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri