ବାରମ୍ବାର ମୁହଁରେ ହାତ ମାରିବା ଅଭ୍ୟାସ: ରହିଛି କରୋନା ସଂକ୍ରମଣ ଆଶଙ୍କା; ଲକ୍ଷେ ୨୫ ହଜାର ଜୀବନ ଯିବାପରେ ବି ଲୋକେ ନୁହଁନ୍ତି ସତର୍କ !

ନୂଆଦିଲ୍ଲୀ/ନ୍ୟୁୟର୍କ,୧୫।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ଉଦ୍ୟମ ଜାରି ରହିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ବାରମ୍ବାର ମୁହଁରେ ହାତ ନ ମାରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ଏହା ଦ୍ୱାରା କରୋନା ସଂକ୍ରମଣର ଆଶଙ୍କା ଥିବା କୁହାଯାଇଛି। ତେବେ ଇତିମଧ୍ୟରେ ପୃଥିବୀରେ ଲକ୍ଷେ ୨୫ ହଜାର ଲୋକଙ୍କ ମୃତ୍ୟୁ କରୋନା ସଂକ୍ରମଣ ଯୋଗୁ ଘଟିଛି। ମାତ୍ର ଲୋକେ ଏନେଇ କୌଣସି ସତର୍କତା ଅବଲମ୍ବନ କରୁ ନ ଥିବା ଆମେରିକା ଏବଂ ଅଷ୍ଟ୍ରେଲିଆର ଗବେଷକମାନେ ସେମାନଙ୍କ ଗବେଷଣା ରିପୋର୍ଟରେ ଦର୍ଶାଇଛନ୍ତି। ଆମେରିକାର ଡ.ନୈସି ସି. ଏଲ୍ଡର, ଡ. ଓ୍ବିଲିୟମ୍‌ ପି. ସୋୟର ଏବଂ ଅଷ୍ଟ୍ରେଲିଆର ଡ. ମ୍ୟାକଲ୍ସ୍‌ ମିଳିତ ଭାବେ ଏହା ଉପରେ ଅଧ୍ୟୟନ କରିଥିଲେ। ଜଣାପଡ଼ିଥିଲା ପ୍ରତି ଘଣ୍ଟାରେ ଲୋକେ ହାରାହାରି ୨୩ ଥର ମୁହଁରେ ହାତ ମାରିଥାନ୍ତି। ସେଥିମଧ୍ୟରୁ ମଥା,ଗାଲ,ପାଟି ଏବଂ ଓଠକୁ ୪ ଥର ସ୍ପର୍ଶ କରୁଥିବାବେଳେ ଆଖି ଏବଂ ନାକକୁ ୩ ଥର ଲେଖାଏଁ ଛୁଇଁଥାନ୍ତି। ସେହିପରି କାନକୁ ଥରେ ଛୁଇଁଥାନ୍ତି। କେହି କେହି ଗୋଟିଏ ମିନିଟ୍‌ରେ ୧୨ ଥର ମୁହଁରେ ହାତ ମାରିଥାନ୍ତି। ଖରାଦିନେ ଏଭଳି ଅଭ୍ୟାସ ଅଧିକ ଥର ଘଟିଥାଏ। ସର୍ବସାଧାରଣ ସ୍ଥାନରେ ଏଭଳି କାର୍ଯ୍ୟ କରିବାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ବାରଣ କରାଯାଇଥିଲେ ମଧ୍ୟ ଲୋକେ ସଚେତନ ହେଉ ନ ଥିବା ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri