ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି: ପଦଯାତ୍ରାରେ ଭୁବନେଶ୍ୱର ବାହାରିଲେ ସେବାୟତ

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ବୋଲି କୁହାଯାଏ। ହେଲେ ସରକାରୀ ସ୍ତରରେ ଏହା ମାନ୍ୟତା ପାଇ ନାହିଁ। ସରକାରୀ ସ୍ତରରେ ଏହି ମାନ୍ୟତା ଦାବିନେଇ ବାରିପଦା ଜଗନ୍ନାଥ ମନ୍ଦିର ସେବାୟତ ତଥା ଠାକୁରଙ୍କ ଅଙ୍ଗ ସେବକ, ମନ୍ଦିର ସେବକ ଓ ରଥ ସେବକମାନେ ବୁଧବାର ସକାଳୁ ସ୍ଥାନୀୟ ଜଗନ୍ନାଥ ମନ୍ଦିରଠାରୁ ଭୁବନେଶ୍ୱର ଅଭିମୁଖେ ପଦଯାତ୍ରାରେ ବାହାରିଛନ୍ତି। ସେମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିି ବିଭିନ୍ନ ଦାବି ସମ୍ପର୍କରେ ଅବଗତ କରାଇବେ।
ଗତ ସାଧାରଣ ନିର୍ବାଚନ ପୂର୍ବରୁ ୨୫ ଏପ୍ରିଲରେ ମୁଖ୍ୟମନ୍ତ୍ରୀ ବାରିପଦା ଗସ୍ତରେ ଆସିଥିବା ବେଳେ ଜଗନ୍ନାଥ ମନ୍ଦିରକୁ ଯାଇ ଠାକୁରଙ୍କୁ ଦର୍ଶନ କରିଥିଲେ। ଏହି ସମୟରେ ସେବାୟତମାନେ ବିଭିନ୍ନ ଦାବି ଉପସ୍ଥାପନ କରିଥିଲେ। ତେବେ ସେତେବେଳେ ନିର୍ବାଚନ ଆଚରଣ ବିଧି ଲାଗୁ ଥିବାରୁ ଭୁବନେଶ୍ୱର ଆସି ତାଙ୍କୁ ସାକ୍ଷାତ କରିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ। ତେବେ ବହୁ ଚେଷ୍ଟା ପରେ ମଧ୍ୟ ସେବାୟତମାନେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ନ ପାରିବାରୁ ଏହି ପଦକ୍ଷେପ ନେଇଛନ୍ତି। ତେବେ ସେବାୟତମାନେ ଦୀର୍ଘ ଦିନ ପୂର୍ବରୁ ଏ ସମ୍ପର୍କରେ ଜିଲାପାଳ, ଉପଜିଲାପାଳ ଏବଂ ଅତିରିକ୍ତ ଜିଲାପାଳଙ୍କୁ କାର୍ଯ୍ୟକ୍ରମ ସମ୍ପର୍କରେ ଲିଖିତ ଭାବେ ଅବଗତ କରାଇଥିଲେ ।
ଅଣରାଜନୈତିକ ସଂଗଠନ ଭଞ୍ଜ ସେନାର ସଭାପତି ପିଣ୍ଟୁ ମାଇତି ଓ କର୍ମକର୍ତ୍ତା ସେବାୟତଙ୍କ ପଦଯାତ୍ରାକୁ ସମର୍ଥନକରି ସେମାନଙ୍କ ସହ ଅଳ୍ପ ବାଟ ପଦଯାତ୍ରା କରିଥିଲେ। ବାରିପଦା ସହରର ବିଭିନ୍ନ ଛକରେ ଜନସାଧାରଣ ସେବାୟତମାନଙ୍କୁ ସମର୍ଥନ କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯(ପ୍ରଭୁକଲ୍ୟାଣ ପାଲ): କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri