ବାରିପଦାରେ ଆରମ୍ଭ ହେଲା କରୋନା ଟେଷ୍ଟିଂ

ବାରିପଦା ଅଫିସ,୩୧ା୫- ମୟୂରଭଞ୍ଜ ଜିଲା ବାରିପଦାର ରଙ୍ଗମାଟିଆସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜରେ ରବିବାରଠାରୁ କରୋନା ଟେଷ୍ଟିଂ ଆରମ୍ଭ ହୋଇଛି। ଜିଲାପାଳ ବିନୀତ ଭରଦ୍ୱାଜ ଏହି ଟେଷ୍ଟିଂ ଲ୍ୟାବ୍‌କୁ ଉଦ୍‌ଘାଟନ କରିଛନ୍ତି। ପ୍ରତିଦିନ ଏଠାରେ ୧୦୦ ଜଣଙ୍କ ସ୍ବାବ୍‌ ପରୀକ୍ଷା ହେବ ଓ ଆଗକୁ ଟେଷ୍ଟିଂ ସଂଖ୍ୟା ବୃଦ୍ଧି କରାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି। ମାଇକ୍ରୋ ଭାଓରୋଲୋଜି ବିଭାଗ ପକ୍ଷରୁ ୨ଟି ଲ୍ୟାବ୍‌ରେ ୨ଟି ମେଶିନ୍‌ରେ ପରୀକ୍ଷା କରାଯିବ। ପୂର୍ବରୁ କରୋନା ସନ୍ଦେହରେ ଯେଉଁ ସ୍ବାବ୍‌ ସାମ୍ପୁଲ ସଂଗ୍ରହ କରାଯାଉଥିଲା ତାହା କଟକ ଓ ଭୁବନେଶ୍ୱରକୁ ପରୀକ୍ଷା ପାଇଁ ପଠାଯାଉଥିଲା। ବର୍ତ୍ତମାନ ଆଉ ସେଭଳି କରା ନ ଯାଇ ଯେଉଁ ଦିନ ସାମ୍ପୁଲ ସଂଗ୍ରହ କରାଯିବ ସେହିଦିନ ରିପୋର୍ଟ ଆସିପାରିବ। ମାଗଣାରେ ଏହି ପରୀକ୍ଷା କରାଯିବ। କରୋନା ସନ୍ଦେହ ବ୍ୟକ୍ତି, ଲକ୍ଷଣ ଦେଖାଯାଉଥିବା ବ୍ୟକ୍ତି, ବୃଦ୍ଧାବୃଦ୍ଧ, ଗର୍ଭବତୀ, ପ୍ରବାସୀ, ପଜିଟିଭି ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ସ୍ବାବ୍‌ ପରୀକ୍ଷା କରାଯିବାକୁ ପ୍ରାଥମିକତା ଦିଆଯିବ। ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମେଡ଼ିକାଲ କଲେଜର ଡିନ୍‌ ଏବଂ ଅଧ୍ୟକ୍ଷ ଡା. ରାମାରମଣ ମହାନ୍ତି, ମାଇକ୍ରୋବାୟୋଲୋଜି ବିଭାଗ ପ୍ରଫେସର ଡା.ଦୀପ୍ତିଲତା ପଣ୍ଡା, ପ୍ରଫେସର ବୈକୁଣ୍ଠନାଥ ମହାପାତ୍ର, ଅତିରିକ୍ତ ଜିଲାପାଳ ବିବେକାନନ୍ଦ ସାହୁ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ରୂପଭାନୁ ମିଶ୍ର , ମେଡ଼ିକାଲ ଅଫିସର ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ ଯେ, ମୟୂରଭଞ୍ଜ ଜିଲାରେ ମୋଟ ୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧ ଜଣ ସୁସ୍ଥ ହୋଇଥିବା ବେଳେ ଅନ୍ୟ ୧୨ ଜଣ ବାଙ୍କିଶୋଳସ୍ଥିତ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri