ବାରିପଦାରେ କମନ ରିଭ୍ୟୁ ମିଶନ ପ୍ରତିନିଧି ଦଳ

ବାରିପଦା ଅଫିସ,୧୯ା୧୦- କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଗଠିତ କମନ ରିଭ୍ୟୁ ମିଶନ(ସିଆରଏମ)ର ପ୍ରତିନଧି ଦଳ ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି। ଡା.ବିକେ ସ୍ବାଇଁ ଏହି ପ୍ରତିନିଧି ଦଳର ନେତୃତ୍ୱ ନେଉଥିବା ବେଳେ ଟିମରେ ଡା.ଆର.ଆର ଶତପଥୀ, ମାନସ ଖରା, ସନ୍ତୋଷ ନାୟକ, ଦିଲ୍ଲୀପ ଦାଶ, ସ୍ବରୂପ ଦାସ, ଶିିବ ସୁତାର ଓ ମୃତ୍ୟୁଞ୍ଜୟ ରଥ ପ୍ରମୁଖ ରହିଛନ୍ତି। ଶୁକ୍ରବାର ଏହି ଟିମ ଦୁଇ ଭାଗରେ ବିଭକ୍ତ ହୋଇଛି। ଗୋଟିଏ ଟିମ ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ପରିଦର୍ଶନ କରିଛି। ପରିଦର୍ଶନ ବେଳେ ରୋଗୀ, ରୋଗୀଙ୍କ ସମ୍ପର୍କୀୟ ଓ କର୍ମଚାରୀମାନଙ୍କ ସହିତ ବିଭିନ୍ନ ସୁବିଧା ଓ ଅସୁବିଧା ସମ୍ପର୍କରେ ଏହି ଟିମ ଆଲୋଚନା କରିଛି। ଭିତ୍ତିଭୂମି ସହିତ ସ୍ବାସ୍ଥ୍ୟସେବାର ସ୍ଥିତି ଅନୁଧ୍ୟାନ କରିଛି। ପରେ ରଙ୍ଗମାଟିଆ ସିଏଚସି ଓ କରଞ୍ଜିଆ ଗ୍ରାମକୁ ଯାଇ ସ୍ଥାନୀୟ ଲୋକଙ୍କ ସହିତ ସେମାନେ ପାଉଥିବା ବିଭିନ୍ନ ସ୍ବାସ୍ଥ୍ୟସେବା ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ। ଏହି ଟିମ ସହିତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ପ୍ରଦୀପ ମହାପାତ୍ର ସାମିଲ ହୋଇଥିଲେ। ସେହିପରି ଅନ୍ୟ ଏକ ଟିମ ବିଜାତଳା ଗସ୍ତ କରିଥିଲା। ଗସ୍ତ ସମୟରେ ଟିମର ସଦସ୍ୟମାନେ ମାତୃ ଓ ଶିଶୁ ସ୍ବାସ୍ଥ୍ୟ, ପରିବାର କଲ୍ୟାଣ କାର୍ଯ୍ୟକ୍ରମ, ସଂକ୍ରାମକ ଓ ଅଣ ସଂକ୍ରାମକ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମ, ମାନବସମ୍ବଳ ବ୍ୟବସ୍ଥା ସହ ସ୍ବାସ୍ଥ୍ୟ ସେବା ବ୍ୟବସ୍ଥାର ସୁଦୃଢ଼ୀକରଣ ନିମନ୍ତେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ଏହା ବ୍ୟତୀତ ରାଜ୍ୟରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ କାର୍ଯ୍ୟକାରୀ କରାଯାଇଥିବା ବିଭିନ୍ନ ସଫଳ କାର୍ଯ୍ୟକ୍ରମଗୁଡିକୁ କିପରି ଅନ୍ୟ ରାଜ୍ୟରେ ଉପଯୋଗ କରାଯିବ ସେ ନେଇ ଆଲୋଚନା କରିଛନ୍ତି। ଏହି ଟିମ ୧୮, ୧୯ ଓ ୨୦ ତାରିଖ ଜିଲା ଗସ୍ତ କରିବା ପରେ ୨୧ ତାରିଖରେ ଜିଲାପାଳ ଓ ସ୍ବାସ୍ଥ୍ୟ ବିଭାଗର ଅଧିକାରୀମାନଙ୍କ ସହିତ ଆଲୋଚନା କରିବ। ୨୨ରେ ଭୁବନେଶ୍ୱର ଫେରି ୨୩ ତାରିଖରେ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ସହିତ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଉଲ୍ଲେଖଯୋଗ୍ୟ ଯେ, ସିଆରଏମ ପ୍ରତିନିଧି ଦଳର ଗସ୍ତ ନ ସରିବା ପର୍ଯ୍ୟନ୍ତ ଜିଲାର ସମସ୍ତ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀ ଓ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ଚିଠି ନଂ.୪୩୪୪ (୨/୧୦/୨୦୧୯) ରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏହି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରାର୍ଥୀ ଚୟନକୁ ନେଇ ଛିଡୁନି ଅଙ୍କ

ବାଙ୍ଗିରିପୋଷି,୧୭ା୪(ସଞ୍ଜୟ କୁମାର ଅଗ୍ରୱାଲା):ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। କଂଗ୍ରେସର ବିଭିନ୍ନ ପଦ ପଦବୀରେ ରହି ୩୦...

କେନ୍ଦ୍ରମନ୍ତ୍ରୀଙ୍କୁ ଟିକେଟ୍‌ ଦେଲାନି ଭାଜପା: ପଛରେ ରହିଛି ଏଭଳି କାରଣ

ବାରିପଦା,୧୭ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବିବାଦୀୟ ମନ୍ତବ୍ୟ, ଅଶୋଭନୀୟ ଆଚରଣ ସମେତ କାର୍ଯ୍ୟଦକ୍ଷତାର ମାପକାଠିକୁ ଆଧାରକରି ଭାଜପା ଚଳିତ ନିର୍ବାଚନରେ କେତେଜଣ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରାର୍ଥୀ ତାଲିକାରୁ...

ପ୍ରଭାସଙ୍କ ଉପରେ ପୁଣି ଆସ୍ଥାପ୍ରକଟ କଲା କଂଗ୍ରେସ: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ମୋରଡା,୧୫।୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକ ମାତ୍ର ଅଣସଂରକ୍ଷିତ ମୋରଡା ନିର୍ବାଚନମଣ୍ଡଳୀ ଆଗାମୀ ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ହୋଇଉଠିଛି l ପୂର୍ବରୁ ବିଜୁ ଜନତା...

ପଣା ସଂକ୍ରାନ୍ତିରେ ଜଗତେଶ୍ୱର-ମା’ ପାର୍ବତୀଙ୍କ ବିବାହ

ମୋରଡା,୧୪।୪(ସ୍ମାରକ ମାଜୀ)- ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ କୋହି ଗ୍ରାମରେ ବାବା ଜଗତେଶ୍ୱରଙ୍କ ପ୍ରସିଦ୍ଧ ଝାମୁ ଯାତ୍ରା...

ଯାହାଙ୍କ ନାଁରେ ଅଭିଯୋଗ ତାଙ୍କୁ ତଦନ୍ତ ଦାୟିତ୍ୱ

ବାରିପଦା,୧୪ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବାରିପଦା ଉପ ନିବନ୍ଧ ଡିଭିଜନର ଲ୍ୟାମ୍ପ୍‌ସରେ କାର୍ଯ୍ୟରତ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ(ଏମ୍‌ଡି)ମାନଙ୍କ ପଦୋନ୍ନତିରେ ବ୍ୟାପକ...

ହାତୀ ଉପରେ ନଜର ରଖୁନି ବନ ବିଭାଗ: ଛୁଆହାତୀର ମୃତ୍ୟୁ

ମୋରଡ଼ା,୧୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜରେ ବର୍ଷ ତମାମ ହାତୀ ଉପଦ୍ରବ ଜାରି ରହିଥିବା ବେଳେ ବନ ବିଭାଗ ମଧ୍ୟ ହାତୀ ଉପରେ ସଠିକ୍‌...

ସୁଯୋଗ ଅପେକ୍ଷାରେ କଂଗ୍ରେସ

ବାରିପଦା,୧୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)୨୦୨୪ ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ରାଜନୀତି ସେତେ ସରଗରମ ହେବାରେ ଲାଗିଛି। ଦୁଇ ପ୍ରମୁଖ ରାଜନୈତିକ ଦଳ...

ଜେଏମ୍‌ଏମ୍‌ରେ ସାମିଲ ହେଲେ କୃଷ୍ଣଚନ୍ଦ୍ର

ମୋରଡ଼ା,୧୦ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀର ବରିଷ୍ଠ ନେତା କୃଷ୍ଣଚନ୍ଦ୍ର ବୁଧବାର ବିଧିବଦ୍ଧ ଭାବେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ମିଶିଛନ୍ତି l ଆଜି ରାଇରଙ୍ଗପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri