ବାରିପଦାରେ ରଥ କାର୍ଯ୍ୟ ଆରମ୍ଭ କରିବାକୁ ନିର୍ଦ୍ଦେଶ

ବାରିପଦା ଅଫିସ,୧୯ା୪- ଦ୍ୱିତୀୟ ଶ୍ରୀକ୍ଷେତ୍ର ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀଶ୍ରୀ ହରି ବଳଦେବଜୀଉ ଜଗନ୍ନାଥ ମହାପ୍ରଭୁଙ୍କ ଚଳିତ ବର୍ଷର ରଥ ଯାତ୍ରା ଲାଗି ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି। ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବାକୁ ମହାରଣାମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ଏପ୍ରିଲ ୨୬ରେ ଅକ୍ଷୟ ତୃତୀୟା ପଡ଼ୁୁଥିବାରୁ ଏହା ପୂର୍ବରୁ ରଥ ନିର୍ମାଣ କାର୍ଯ୍ୟ ଅନୁକୁଳ ନିମନ୍ତେ ସମସ୍ତ ପ୍ରକାର ବ୍ୟବସ୍ଥା କରିବା ପାଇଁ ଦେବୋତ୍ତର ନିର୍ବାହୀ ଅଧିକାରୀ ତଥା ଉପ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ଜୁନ୍‌ ୨୩ ତାରିଖରେ ମହାପ୍ରଭୁ ରଥକୁ ପହଣ୍ଡି କରିବେ। ଏଥି ନିମନ୍ତେ ଦରକାର ହେଉଥିବା ରଥ ବାର୍ଛିଆ, ପୋଟଳ ଚିରା, ବିନ୍ଧାଣି ଏବଂ ଦଉଡ଼ିବଳାମାନଙ୍କୁ ନେଇ ରଥ କାର୍ଯ୍ୟ ଜୁନ୍‌ ୨୦ ତାରିଖ ସୁଦ୍ଧା ଶେଷ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। କରୋନା ଭାଇରସ୍‌କୁ ନେଇ ହୋଇଥିବା ଲକ୍‌ ଡାଉନ ସମୟରେ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶାବଳୀକୁ ପାଳନ କରିବା ପାଇଁ ମଧ୍ୟ କୁହାଯାଇଛି। ରଥ ନିର୍ମାଣ ବେଳେ ସାମାଜିକ ଦୂରତ୍ୱ ପ୍ରତି ଦୃଷ୍ଟି ଦେବାକୁ ମହାରଣାମାନଙ୍କୁ କୁହାଯାଇଛି। ପ୍ରଶାସନର ନିର୍ଦ୍ଦେଶକ୍ରମେ ରଥ ନିର୍ମାଣ କାର୍ଯ୍ୟ କରାଯିବ ବୋଲି ରଥ ମହାପାତ୍ର ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ…

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri