ବାରିପଦାରେ ଶ୍ରଦ୍ଧା ଅର୍ପଣ କାର୍ଯ୍ୟକ୍ରମର ଶୁଭାରମ୍ଭ

ବାରିପଦା ଅଫିସ, ୪ା୫- ଭୁବନେଶ୍ୱରସ୍ଥିତ ସୋଏମ ଆଇ ଫାଉଣ୍ଡେସନ ପକ୍ଷରୁ ମୟୂରଭଞ୍ଜ ଜିଲାରେ ଶ୍ରଦ୍ଧା ଅର୍ପଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ରାଜ୍ୟ ସଚିବାଳୟରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ମହାପାତ୍ର ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ବାରିପଦା ପୌର ପରିଷଦଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟ କୃଷି ଶିଳ୍ପ ନିଗମର ଅଧ୍ୟକ୍ଷ ଦେବାଶିଷ ମହାନ୍ତି ଓ ପୌର ପରିଷଦ ନିର୍ବାହୀ ଅଧିକାରୀ ସରୋଜ କୁମାର ଦାସ, ଫାଉଣ୍ଡେସନର ଉପସଭାପତି ବିଭୁଦତ୍ତ ଦାସ, ନଚିକେତା ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଉଦ୍‌ଘାଟନ ପରେ ବାରିପଦା ସହରର କେତେକ ହିତାଧିକାରୀଙ୍କୁ ୧୫ ଦିନର ରାଶନ ସାମଗ୍ରୀ ବଣ୍ଟନ କରାଯାଇଥିଲା। ଆସନ୍ତା ଦିନମାନଙ୍କରେ ଜିଲାରେ କାର୍ଯ୍ୟରତ କରୋନା ଯୋଦ୍ଧାଙ୍କ ସମେତ ଅନ୍ୟ ସ୍ବାସ୍ଥ୍ୟ କର୍ମୀମାନଙ୍କୁ ଏହି ଯୋଜନାରେ ରାଶନ ସାମଗ୍ରୀ ପ୍ରଦାନ କରାଯିବ ବୋଲି ଆଇ ଫାଉଣ୍ଡେସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଅନୁଷ୍ଠାନ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଗଛକାଟି ବସ୍‌ଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ବାରିପଦା,୨୩।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବାରିପଦା ସହରର ପାଲବଣିଠାରେ ବ୍ୟାପକ ଗଛକାଟି ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲା ବିଜୁଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri