ବାରିପଦା, ବଲାଙ୍ଗୀରରେ କୋଭିଡ୍‌-୧୯ ପରୀକ୍ଷା କେନ୍ଦ୍ର ପ୍ରତିଷ୍ଠା ଦାବିକଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୩ା୪: ସମଗ୍ର ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଏହାର ପ୍ରଭାବରେ ସାରା ବିଶ୍ବରେ ଆତଙ୍କ ଖେଳିଯାଇଛି। ତେବେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ମଧ୍ୟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଗୁରୁବାର ରାଜ୍ୟ ସରକାରଙ୍କ ଉଚ୍ଚ କ୍ଷମତା ସମ୍ପନ ମନ୍ତ୍ରୀସ୍ତରୀୟ କମିଟିରେ କୋଭିଡ୍‌-୧୯ ମୁକାବିଲା ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଯାଇଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହି ଆଲୋଚନା ହୋଇଛି। ଝାରସୁଗୁଡ଼ା ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଏନ୍‌ଆଇସି ପ୍ରକୋଷ୍ଠରେ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ। ଏଥିରେ ସେ ବାରିପଦା ଓ ବଲାଙ୍ଗୀରରେ କୋଭିଡ-୧୯ ରକ୍ତ ନମୁନା ପରୀକ୍ଷା କେନ୍ଦ୍ର ପାଇଁ କେନ୍ଦ୍ର ସରକାରଙ୍କଠାରେ ଦାବି କରିଛନ୍ତି। ଏଥିସହିତ ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ଥିବା ବେଳେ ଦାଦନ ଶ୍ରମିକଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରାଯିବ। ସେମାନଙ୍କ କୋଭିଡ୍‌-୧୯ ପରୀକ୍ଷା କରାଯାଇ ରାଜ୍ୟକୁ ଫେରାଇ ଅଣାଯିବା ନେଇ ପ୍ରସ୍ତାବ ଦେବେ ବୋଲି କହିଥିଲେ। ସେହିପରି ଲକ୍‌ଡାଉନ୍‌ ପାଇଁ ଶହ ଶହ ଓଡ଼ିଆ ଛାତ୍ରୀଛାତ୍ର ବାହାର ରାଜ୍ୟରେ ଫସି ରହିଥିବାରୁ ସେମାନଙ୍କୁ ଓଡ଼ିଶାକୁ ଫେରାଇ ଆଣିବାକୁ କେନ୍ଦ୍ର ସରକାରଙ୍କ ସହିତ ଆଲୋଚନା ଚାଲିଥିବା ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri