Posted inଖେଳ

ବାର୍ଟିଙ୍କୁ ହରାଇଲେ ଆଲିସନ

ଲଣ୍ଡନ,୯ା୭-ଆମେରିକାର ଷ୍ଟାର ଖେଳାଳି ସେରେନା ଓ୍ବିଲିୟମ୍ସ ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଏଠାରେ ୭ଥର ଚାମ୍ପିୟନ ତଥା ୧୧ତମ ସିଡ୍‌ ସେରେନା ଏକ ମହିଳା ସିଙ୍ଗଲ୍ସ ଚତୁର୍ଥ ରାଉଣ୍ଡ ମ୍ୟାଚରେ ସ୍ପେନର କାର୍ଲା ସୁଆରେଜ ନାଭାରୋଙ୍କୁ ୬-୨, ୬-୨ ସିଧାସଳଖ ସେଟ୍‌ରେ ହରାଇ ଦେଇଛନ୍ତି। କ୍ୱାର୍ଟର ଫାଇନାଲରେ ସେ ନିଜ ଦେଶର ଆଲିସନ ରିସ୍କେଙ୍କୁ ଭେଟିବେ। ବିଶ୍ୱର ୫୫ ନମ୍ବର ର଼୍ୟାଙ୍କିଙ୍ଗପ୍ରାପ୍ତ ଆଲିସନ ତାଙ୍କ ଚତୁର୍ଥ ରାଉଣ୍ଡ ମ୍ୟାଚରେ ବିଶ୍ୱର ନମ୍ବର ଓ୍ବାନ୍‌ ତଥା ଅଷ୍ଟ୍ରେଲିଆର ଆଶଲେ ବାର୍ଟିଙ୍କୁ ୩-୬, ୬-୨, ୬-୩ ସେଟ୍‌ରେ ହରାଇ ଦେଇଥିଲେ। ଏହି ମ୍ୟାଚ ୧ ଘଣ୍ଟା ୩୬ ମିନିଟ ଧରି ଚାଲିଥିଲା। ଆଲିସନ ପ୍ରଥମଥର ଏକ ଗ୍ରାଣ୍ଡସ୍ଲାମ କ୍ୱାର୍ଟର ଫାଇନାଲ ଖେଳିବେ। ସୂଚନାଯୋଗ୍ୟ, ୨୩ ବର୍ଷୀୟ ବାର୍ଟି ଟୁର୍ନାମେଣ୍ଟରେ ଗୋଟିଏ ହେଲେ ସେଟ୍‌ ଡ୍ରପ୍‌ କରି ନ ଥିଲେ। ୟୁକ୍ରେନର ତଥା ୮ମ ସିଡ୍‌ ଏଲିନା ସ୍ବିତୋଲିନା ତାଙ୍କ ଚତୁର୍ଥ ରାଉଣ୍ଡ ମ୍ୟାଚରେ ବିଜୟ ଲାଭ କରିଛନ୍ତି। ସେ ପେତ୍ରା ମାର୍ଟିକଙ୍କୁ ୬-୪, ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି। ସେ କାରୋଲିନା ମୁଚୋଭା ଏବଂ କାରୋଲନା ପ୍ଲିସକୋଭାଙ୍କ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚର ବିଜେତାଙ୍କୁ ଭେଟିବେ।
ନାଡାଲ ବିଜୟୀ
ଅନ୍ୟପକ୍ଷରେ ପୁରୁଷ ସିଙ୍ଗଲ୍ସରେ ରାଫଲ ନାଡାଲ କ୍ୱାର୍ଟରଫାଇନାଲକୁ ଉନ୍ନୀତ ହୋଇଛନ୍ତି। ସୋମବାର ଏକ ପୁରୁଷ ସିଙ୍ଗଲ୍ସ ଚତୁର୍ଥ ରାଉଣ୍ଡ ମ୍ୟାଚରେ ସେ ପର୍ତ୍ତୁଗାଲର ଜୋଆଓ ସୋସାଙ୍କୁ ୬-୨, ୬-୨, ୬-୨ ସେଟରେ ପରାସ୍ତ କରିଛନ୍ତି। ୧୮ଟି ଗ୍ରାଣ୍ଡସ୍ଲାମ ବିଜେତା କ୍ୱାର୍ଟରଫାଇନାଲରେ ଆମେରିକର ସାମ କ୍ୱେରି କିମ୍ବା ଟେନିସ ସ୍ୟାଣ୍ଡଗ୍ରେନ୍‌ଙ୍କୁ ଭେଟିବେ।
ଶରନ-ଡିମୋଲିନର ହାରିଲେ
ଭାରତର ଡିଭିଜ ଶରନ ଏବଂ ତାଙ୍କ ବ୍ରାଜିଲିଆନ ପାର୍ଟନର ମାର୍ସିଲୋ ଡିମୋଲିନର ଓ୍ବିମ୍ବେଲଡନ ଓପନ ଟେନିସ ପୁରୁଷ ଡବଲ୍ସ ପ୍ରି-କ୍ୱାର୍ଟରରୁ ବିଦାୟ ନେଇଛନ୍ତି। ସୋମବାର ସେମାନେ ଟପ୍‌ ସିଡ୍‌ ଲୁକାଜ କୁବଟ ଓ ମାର୍ସିଲୋ ମେଲୋଙ୍କଠାରୁ ୫-୭, ୭-୬ (୮), ୬-୭(୮), ୩-୬ ସେଟ୍‌ରେ ହାରିଯାଇଛନ୍ତି। ଏହି ମ୍ୟାଚ ୩ ଘଣ୍ଟା ୧୮ ମିନିଟ ଧରି ଚାଲିଥିଲା। ଓ୍ବିମ୍ବେଲଡନ ଚାମ୍ପିୟନଶିପ୍‌ରେ ଶରନ ଭାରତର ଶେଷ ଆଶା ଥିଲେ। ଏହି ଖେଳାଳି ଗତବର୍ଷ ଏଠାରେ କ୍ୱାର୍ଟରଫାଇନାଲ ପର୍ଯ୍ୟନ୍ତ ଉନ୍ନୀତ ହୋଇ ପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହ୍ୟାଣ୍ଡବଲ୍‌ ପ୍ରତିଯୋଗିତା: ଭାଗ ନେବ ଓଡ଼ିଶା

ଭୁବନେଶ୍ୱର,୨୯ା୩: ବିହାର ରାଜ୍ୟ ଅଧୀନ ବେଗୁସରାଇଠାରେ ମାର୍ଚ୍ଚ ୩୧ରୁ ୫୨ତମ ଜାତୀୟ ସିନିୟର ପୁରୁଷ ହ୍ୟାଣ୍ଡବଲ୍‌ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶାର ଏକ ୧୮...

ଟ୍ରୋଲିଂକୁ ନେଇ ରାଗରେ ନିଆଁବାଣ ହେଲେ ସୋନୁ, କହିଲେ ‘ସେ ଆମ ହିରୋ’

ବମ୍ବେ,୨୯।୩: ଆରମ୍ଭରୁ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୭ତମ ସିଜନ ଚର୍ଚ୍ଚାରେ ରହିଆସୁଛି। ସୋସିଆଲ ମିଡିଆରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ଏବଂ ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ...

ପାନ ଦୋକାନିଙ୍କ ପୁଅ ଆଜି ମ୍ୟାଚ ଓ୍ବିନର

ନୂଆଦିଲ୍ଲୀ,୨୯।୩: ଆଇପିଏଲ ୨୦୨୪ର ନବମ ମ୍ୟା ରେ ରାଜସ୍ଥାନ ରୟାଲ୍ସକୁ ଜିତାଇବାରେ ଆବେଶ ଖାନ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଦଳ ପାଇଁ ଶେଷ ଓଭରରେ...

ବିବାହ ପୂର୍ବରୁୁ ଦୀପିକାଙ୍କ ସହ ଥିଲା ଧୋନିଙ୍କର ସମ୍ପର୍କ?

ନୂଆଦିଲ୍ଲୀ,୨୯।୩: ମହେନ୍ଦ୍ର ସିଂ ଧୋନି ଆଇପିଏଲ ୨୦୨୪ ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳାଳି ଭାବରେ ଖେଳୁଛନ୍ତି। ୧୭ ତମ ସିଜିନ ଆରମ୍ଭ ହେବାର...

ଦୁଇଫାଳ ମୁମ୍ବାଇ ଇଣ୍ଡିଆନ୍ସ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମର୍ଥନରେ ମାଲିକ

ନୂଆଦିଲ୍ଲୀ,୨୯।୩: ପାଞ୍ଚ ଥର ଚାମ୍ପିଅନ୍ ତଥା ତାରକା ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମାଙ୍କଠାରୁ ଅଧିନାୟକତ୍ୱ ଦାୟିତ୍ୱ ଛଡ଼ାଇବା ନିଷ୍ପତିକୁ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକମାନେ ଗ୍ରହଣ କରି ପାରୁ...

ଏହି ମହଙ୍ଗା ବୋଲରଙ୍କୁ ଘାରିଛି କୋହଲି ଭୟ: ଆଇପିଏଲ ଇତିହାସରେ ପ୍ରଥମଥର ହେବ ସାମ୍ନା

ବେଙ୍ଗାଲୁରୁ,୨୯।୩: ଆଇପିଏଲ ୨୦୨୪ର ଦଶମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯିବ। ଆରସିବି ଚଳିତ ସିଜନରେ ଏପର୍ଯ୍ୟନ୍ତ ଦୁଇଟି...

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri