Posted inଖେଳ

ବାର୍ଟି, କର୍ବର ଦ୍ୱିତୀୟ ରାଉଣ୍ଡରେ

ଲଣ୍ଡନ, ୩ା୭-ବିଶ୍ୱର ନମ୍ବର ଓ୍ବାନ ଆଶଲେ ବାର୍ଟି ଏବଂ ଗତଥରର ଚାମ୍ପିୟନ ଆଞ୍ଜେଲିକ୍‌ କର୍ବର ସହଜ ବିଜୟ ସହ ଓ୍ବିମ୍ବଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଫ୍ରେଞ୍ଚ୍‌ ଓପନ ଚାମ୍ପିୟନ ବାର୍ଟି ଚାଇନାର ତଥା ବିଶ୍ୱର ୪୩ନମ୍ବର ମାନ୍ୟତାପ୍ରାପ୍ତ ଝେଙ୍ଗ୍‌ ସାଇସାଇଙ୍କ ବିପକ୍ଷରେ ୬-୪, ୬-୨ ସେଟ୍‌ରେ ବିଜୟ ହାସଲ କରିଛନ୍ତି। ବର୍ତ୍ତମାନ ସେ ବେଲିଜିଆନ ଆଲିସନ ଭାନ୍‌ ୟୁଟିଭାନକ୍‌ଙ୍କ ସହିତ ଖେଳିବେ। ସେଣ୍ଟର କୋର୍ଟରେ କର୍ବର ନିଜ ଦେଶ ଜର୍ମାନୀର ତାତ୍‌ଜାନା ମାରିଆଙ୍କ ବିପକ୍ଷରେ ୬-୪, ୬-୩ ସେଟ୍‌ରେ ବିଜୟ ହାସଲ କରିଥିଲେ। ଦ୍ୱିତୀୟ ରାଉଣ୍ଡରେ ସେ ଆମେରିକାର ତଥା ବିଶ୍ୱର ୯୫ ନମ୍ବର ମାନ୍ୟତାପ୍ରାପ୍ତ ଲରେନ୍‌ ଡେଭିସ୍‌ଙ୍କୁ ଭେଟିବେ।
ବ୍ରିଟେନର ଦୁଇ ଜଣ ଖେଳାଳି ମହିଳା ସିଙ୍ଗଲ୍ସ ହାରିଏଟ୍‌ ଡାର୍ଟ ଏବଂ ପୁରୁଷ ସିଙ୍ଗଲ୍ସରେ ଡାନ୍‌ ଇଭାନ୍ସ ଦ୍ୱିତୀୟ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି। କୋର୍ଟ ନମ୍ବର ୧୪ରେ ଡାର୍ଟ ୪-୬, ୬-୪, ୬-୪ ସେଟ୍‌ରେ ଖ୍ରିଷ୍ଟିନା ମ୍ୟାକହେଲ୍‌ଙ୍କୁ ହରାଇ ଦେଇଛନ୍ତି। ସେହିପରି ବ୍ରିଟେନର ୩ ନମ୍ବର ମାନ୍ୟତାପ୍ରାପ୍ତ ଖେଳାଳି ଇଭାନ୍ସ ୬-୩, ୭-୬ (୭-୫), ୬-୩ ସେଟ୍‌ରେ ଫେଡେରିକୋ ଡେଲ୍‌ବୋନିସଙ୍କୁ ପରାସ୍ତ କରିଥିଲେ। ସେ ତାଙ୍କ ପରବର୍ତ୍ତୀ ମ୍ୟାଚ ୧୮ତମ ସିଡ୍‌ ନିକୋଲୋଜ ବାସିଲାସଭିଲିଙ୍କ ବିପକ୍ଷରେ ଖେଳିବେ। ଜର୍ଜିଆର ବାସିଲାଶଭିଲି ବ୍ରିଟେନର ଜେମ୍ସ ଓ୍ବାର୍ଡଙ୍କ ବିପକ୍ଷରେ ୨-୬, ୪-୬, ୬-୪, ୬-୪, ୮-୬ ସେଟରେ ବିଜୟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri