ବାର୍ଦ୍ଧକ୍ୟ ଭତ୍ତାରୁ ରୋଗିଣା ବୃଦ୍ଧା ବାଦ୍‌:ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ସପରିବାରର ଧାରଣା

ଯାଜପୁର ଟାଉନ,୧୧|୯(ଡି.ଏନ୍‌.ଏ.)- ଦଶରଥପୁର ବ୍ଲକ ଅନ୍ତର୍ଗତ ଇଜାପୁର ପଞ୍ଚାୟତ ଇଜାପୁର ଗ୍ରାମର ଜନୈକା ୬୪ ବର୍ଷିୟା ବୃଦ୍ଧା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚତ୍ତ ହୋଇଛନ୍ତି। ସେ ଅତ୍ୟନ୍ତ ଗରିବ ହୋଇଥିବା ସତ୍ତ୍ୱେ ତାଙ୍କୁ ଭତ୍ତା ମିଳୁ ନାହିଁ। ତେଣୁ ସେ ମଙ୍ଗଳବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଆଗରେ ସପରିବାର ଧାରଣା ଦେଇଥିଲେ। ଜିଲାପାଳ ରଞ୍ଜନ କୁମାର ଦାସ ଏହା ଜାଣିବା ପରେ ଦଶରଥପୁର ବ୍ଲକ ବିଡିଓଙ୍କୁ ଏହି ଘଟଣାର ତୁରନ୍ତ ତଦନ୍ତ କରି ଭତ୍ତା ପ୍ରଦାନ କରିବା ନିମନ୍ତେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶ ଯେ, ଇଜାପୁର ଗ୍ରାମର ସେକ୍‌ ଜାହାଙ୍ଗିରଙ୍କ ପତ୍ନୀ ହବୁ ବିବି(୬୪) ମଧୁମେହ ଓ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଅଟନ୍ତି। ଜାହାଙ୍ଗିରଙ୍କ ପରିବାରରେ ସେଭଳି ରୋଜଗାରକ୍ଷମ ବ୍ୟକ୍ତି କେହି ନ ଥିବାବେଳେ ପରିବାର ଉପରେ ୧୫ଜଣ ନିର୍ଭରଶୀଳ। ବୃଦ୍ଧା ହବୁ ବିବି ୨୦୧୪ରୁ ବାର୍ଦ୍ଧକ୍ୟ ଭତ୍ତା ଚଳିତବର୍ଷ ଜୁନମାସ ପର୍ଯ୍ୟନ୍ତ ପାଇ ଆସୁଥିଲେ। କିନ୍ତୁ ଆକ୍ରୋଶମୂଳକ ଭାବେ ତାଙ୍କର ବୟସ ହୋଇ ନ ଥିବା ଦର୍ଶାଯାଇ ସରକାରଙ୍କ ଏହି ସୁବିଧାରୁ ତାଙ୍କୁ ବଞ୍ଚତ୍ତ କରାଯାଇଛି ା ଅସୁସ୍ଥତା ପାଇଁ ଔଷଧ ଟିକେ ଖାଇବା ପାଇଁ ପାଖରେ ପଇସା ନ ଥିବା ବେଳେ ପେଟକୁ ଗଣ୍ଡେ ଦାନା ମଧ୍ୟ ମିଳୁ ନାହିଁ ା ପୁଣିଥରେ ତାଙ୍କୁ ଭତ୍ତା ସୁବିଧାରେ ସାମିଲ କରିବା ସହିତ ରୋଗ ଚିକିତ୍ସା ପାଇଁ ସହାୟତା ପାଇବା ଆଶାରେ ବିଛଣାରୁ ଉଠି ପାରୁ ନ ଥିବା ଏହି ବୃଦ୍ଧାଙ୍କୁ ପରିବାର ଲୋକେ ଜିଲାପାଳଙ୍କ ଅଭିଯୋଗ ଶିବିରକୁ ଟେକି ଟେକି ଆଣି ଧାରଣାରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

ଯାଜପୁରରେ ରୁଦ୍ଧଦ୍ୱାର ବୈଠକ ପରେ ମୁହଁ ଖୋଲିଲେ ମୋକିମ୍‌: କହିଲେ…

ଯାଜପୁର,୨୩।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆରେ ବନ୍ଧୁମିଳନ ପରେ ପ୍ରତିକ୍ରିୟା ରଖିଲେ ମୋକିମ। କହିଲେ, କଂଗ୍ରେସରେ ଅନେକ ନେତା ଓ କର୍ମୀ...

ମୋକିମଙ୍କ ରୁଦ୍ଧଦ୍ୱାର ବୈଠକ: ରାଜନୀତିରେ ହଲଚଲ, ଆସିପାରେ ନୂଆ…

ଧର୍ମଶାଳା,୨୩ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ସତ୍‌ସଙ୍ଗ ବିହାର ପରିସରରେ ଏକ ବନ୍ଧୁମିଳନ ଉତ୍ସବରେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ଅଧାପନ୍ତରିଆ ଭିତ୍ତିଭୂମି, ପର୍ଯ୍ୟଟକ ନିରାଶ, ଜରାଜୀର୍ଣ୍ଣ ଅବସ୍ଥାରେ…

ଯାଜପୁର,୨୦ା୧୨(ହର୍ଷବର୍ଦ୍ଧନ ବେହେରା): ଏବେ ପିକ୍‌ନିକ୍‌ ଋତୁ। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଲାଭ କରିଥିବା ଯାଜପୁର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ବୁଲିବାକୁ ଆସୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri