ବାର୍ଦ୍ଧକ୍ୟ ଭତ୍ତା ପାଇବା ପାଇଁ ହନ୍ତସନ୍ତ

କାଶୀନଗର,୧୭।୬(ଟି କ୍ରିଷ୍ଣା ରାଓ): ଗଜପତି ଜିଲାରେ ଏକ ମାତ୍ର ବିଜ୍ଞାପିତ ଅଞ୍ଚଳ ପରିଷଦ କାଶୀନଗର ହୋଇଥିବା ବେଳେ ଏଥିରେ ୧୩ଟି ୱାର୍ଡ ରହିଛି। ୧୩ଟି ୱାର୍ଡରେ ବସବାସ କରୁଥିବା ପେନଶନ ହିତାଧିକାରୀମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହୋଇଥିବା ଅଭିଯୋଗ ହେଇଛି। ଶନିବାର ମାସିକ ପେନଶନ ପାଇଁ ହିତାଧିକାରୀମାନେ ବିଜୁ କଲ୍ୟାଣ ମଣ୍ଡପଠାରେ ଖରାରେ ଛିଡ଼ା ହେଇ ନାହି ନ ଥିବା ଅସୁବିଧା ହୋଇଥିବା ଦେଖିବାକୁ ମିଳିଛି। ସେମାନଙ୍କ ପାଇଁ ସାଧାରଣତଃ ପିଇବା ପାଣିର ବ୍ୟବସ୍ଥା ମଧ୍ୟ ହୋଇ ନ ଥିବା ବେଳେ ଏ ନେଇ କାଶୀନଗର ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ପଚାରିବାରୁ ସେ କହିଛନ୍ତି, ପେନଶନ ଦେବା ପାଇଁ ମାତ୍ର ୨ ଜଣ କର୍ମଚାରୀ ହିଁ ରହିଥିବା ଯୋଗୁ ସମସ୍ତ ପେନଶନ ହିତାଧିକାରୀଙ୍କୁ ଯୋଗାଇବା ଅସୁବିଧା ହେଉଛି। ପ୍ରତ୍ୟେକ ୱାର୍ଡର ସ୍ବତନ୍ତ୍ର ଭାବେ ଜନସାଧାରଣଙ୍କୁ ସରକାରୀ ଯୋଜନା ଓ ମୌଳିକ ସୁବିଧାର ତଦାରଖ ପାଇଁ ୱାର୍ଡ ସଭ୍ୟ ରହିବା କଥା ହେଲେ ସୂଚନା ମୁତାବକ ବର୍ଷେ ପୂର୍ବରୁ ୱାର୍ଡ ସଭ୍ୟ ଚୟନ ପ୍ରକ୍ରିୟା ହେଇଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିଯୁକ୍ତି ହୋଇନଥିବା ଦେଖିବାକୁ ମିଳିଛି। ଖୁବଶୀଘ୍ର ୱାର୍ଡ ସଭ୍ୟଙ୍କ ନିଯୁକ୍ତି ପାଇଲେ ପେନଶନ ବଣ୍ଟନ ସହ ସମସ୍ତ ସରକାରୀ ମୌଳିକ ସୁବିଧା ହେଇପାରିବ ବୋଲି ସାଧାରଣ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri