ବାର୍ଷିକ ପରୀକ୍ଷାକୁ ଆଉ ୪ମାସ ବାକି: ଏଯାଏ ପୁସ୍ତକ ଯୋଗାଇ ପାରିଲେନି ସରକାର

ମାଲକାନଗିରି,୧୯।୧୦ (ଡି.ଏନ୍‌.ଏ.)-
ଚଳିତବର୍ଷ ମାଲକାନଗିରି ଜିଲାର ୪୨ଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରୀକ୍ଷା ଫଳାଫଳ ନୈରାଶ୍ୟଜନକ ଥିବାରୁ ସରକାର ସମ୍ପୃକ୍ତ ବିଦ୍ୟାଳୟର ଶିକ୍ଷକମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସେମାନଙ୍କ ବାର୍ଷିକ ଇନକ୍ରିମେଣ୍ଟ ବନ୍ଦ କରିବା ସହ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଥିଲେ। ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବା ସରକାର ଠିକ୍‌ ସମୟରେ ଛାତ୍ରୀଛାତ୍ରଙ୍କୁ ପାଠ୍ୟପୁସ୍ତ ଯୋଗାଇ ଦେଉନାହାନ୍ତି। ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରଙ୍କୁ ଠିକ୍‌ ସମୟରେ ପାଠ୍ୟ ପୁସ୍ତକ ମିଳୁନି। ଜିଲାରେ ୮୯୦୦ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରଙ୍କ ପାଇଁ ୧ଲକ୍ଷ ୩୮ହଜାର ୬୦୦ଟି ବିଭିନ୍ନ ବିଷୟର ପୁସ୍ତକ ସରକାର ଯୋଗାଇ ଦେବା କଥା ା ଏହାଦ୍ୱାରା ପ୍ରତ୍ୟେକ ପିଲା ଗୋଟିଏ ସେଟରେ ୧୪ଟି ବହି ପାଇବେ। ଏପର୍ଯ୍ୟନ୍ତ ମାଲକାନଗିରି ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟକୁ ପ୍ରଥମ ପର୍ଯ୍ୟାୟରେ ୩ହଜାର ସେଟ୍‌ ବହି ଆସିଥିବା ବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟରେ ୩୫୦୦ ସେଟ୍‌ ବହି ଆସଛି। ଜୁନ୍‌ ଶେଷ ଭାଗରେ ଗ୍ରୀଷ୍ମଛୁଟି ସରି ବିଦ୍ୟାଳୟ ଖୋଲିଥିଲା। ଏହି ୪ମାସ ମଧ୍ୟରେ ଛାତ୍ରୀଛାତ୍ରମାନେ ବହି ପାଇ ନ ଥିବାରୁ ସେହି ସବୁ ବିଷୟରେ ନିୟମିତ ପାଠ ପଢା ହୋଇପାରିନି। ଯାହାଦ୍ୱାରା କୋର୍ସ ସରିନାହିଁ। ଅନ୍ୟ ପକ୍ଷରେ ୮୯୦୦ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୬୫୦୦ ପିଲାଙ୍କ ପାଇଁ ବହି ଆସିଛି। ବଳକା ୩୪୦୦ ପିଲାଙ୍କ ପାଇଁ ଜିଲା ଶିକ୍ଷା ବିଭାଗ କେବେ ବହି ଯୋଗାଇବେ ଏବଂ ତାହାକୁ ପଢି ଛାତ୍ରୀଛାତ୍ରମାନେ ବାର୍ଷିକ ପରୀକ୍ଷା ପାଇଁ ରହିଥିବା ୪ମାସ ମଧ୍ୟରେ ପଢି କିପରି କୃତକାର୍ଯ୍ୟ ହେବେ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ଜଣେଜ ଅଧିକାରୀ କହିଛନ୍ତି ଯେ, ଯେଉଁସବୁ ବହି ଆସିଛି ସେସବୁ ଆମେ ତୁରନ୍ତ ବିଦ୍ୟାଳୟଗୁଡିକୁ ବଣ୍ଟନ କରୁଛୁ। ଯଦି ଶିକ୍ଷା ବିଭାଗରୁ ବହି ଠିକ୍‌ ସମୟରେ ନ ଆସିଲା ସେଥିପାଇଁ ଆମେ କଣ କରିପାରିବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri