ବାର୍‌ହା ଆକ୍ରମଣରେ ୨ଆହତ

ହିଞ୍ଜିଳିକାଟୁ,୧୪ା୧୧(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ବ୍ଲକ ଶାସନଆମ୍ବଗଁା ପଞ୍ଚାୟତ ବାହିଆମ୍ପଗଁାରେ ବୁଧବାର ବାର୍‌ହା ଆକ୍ରମଣରେ ୨ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ପ୍ରକାଶ ରାଉତ ଓ ଚିତ୍ରସେନ ସାହୁ। ଉଭୟଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ନିଆଯାଇଥିଲା। ଚିକିତ୍ସାପରେ ଗୁରୁବାର ଉଭୟ ଘରକୁ ଫେରିଛନ୍ତି। ପ୍ରକାଶ ବୁଧବାର ଭୋରରେ ଫୁଲ ତୋଳିବାକୁ ଆସିଥିବାବେଳେ ତାଙ୍କୁ ବାର୍‌ହା ଆକ୍ରମଣ କରିଥିଳା। ଚିତ୍ରସେନ ରକ୍ଷା କରିବାକୁ ଯାଇଥିବାବେଳେ ତାଙ୍କୁ ମଧ୍ୟ ବାର୍‌ହା ଆକ୍ରମଣ କରିଥିଲା। ପାଟିଶୁଣି ଗ୍ରାମବାସୀ ରୁଣ୍ଡ ହୋଇଯିବାରୁ ବାର୍‌ହାଟି ନିକଟସ୍ଥ ପାହାଡ଼କୁ ପଳାଇଥିଲା। ଆହତ ୨ଜଣଙ୍କୁ ଗ୍ରାମବାସୀ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ବାଦିଆମ୍ବଗାଁ, ଶାସନଆମ୍ବଗାଁ, ସାରୁ, ରାଳବ, ନିମିଗାଁ ପ୍ରଭୃତି ଗ୍ରାମରେ କିଛିଦିନ ହେଲା ବାର୍‌ହା ଉପଦ୍ରବରେ ଫସଲ ନଷ୍ଟ ହୋଇଥିବା ଚାଷୀ ଅଭିଯୋଗ କରିଛନ୍ତି। ଏନେଇ ହିଞ୍ଜିଳିକାଟୁ ଫରେଷ୍ଟର ପ୍ରଦୀପ କୁମାର ପଣ୍ଡା କହିଛନ୍ତି ଯେ, ଆହତଙ୍କ ଚିକିତ୍ସା ଚାଲିଛି ସେମାନେ ସରକାରୀ ସହାୟତା ପାଇଁ ଆବେଦନ କଲେ ବିଭାଗ ପକ୍ଷରୁ ସହାୟତା ଉଦ୍ୟମ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri