ବାର୍‌ହା ଆକ୍ରମଣରେ ୨ଆହତ

ହିଞ୍ଜିଳିକାଟୁ,୧୪ା୧୧(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ବ୍ଲକ ଶାସନଆମ୍ବଗଁା ପଞ୍ଚାୟତ ବାହିଆମ୍ପଗଁାରେ ବୁଧବାର ବାର୍‌ହା ଆକ୍ରମଣରେ ୨ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ପ୍ରକାଶ ରାଉତ ଓ ଚିତ୍ରସେନ ସାହୁ। ଉଭୟଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ନିଆଯାଇଥିଲା। ଚିକିତ୍ସାପରେ ଗୁରୁବାର ଉଭୟ ଘରକୁ ଫେରିଛନ୍ତି। ପ୍ରକାଶ ବୁଧବାର ଭୋରରେ ଫୁଲ ତୋଳିବାକୁ ଆସିଥିବାବେଳେ ତାଙ୍କୁ ବାର୍‌ହା ଆକ୍ରମଣ କରିଥିଳା। ଚିତ୍ରସେନ ରକ୍ଷା କରିବାକୁ ଯାଇଥିବାବେଳେ ତାଙ୍କୁ ମଧ୍ୟ ବାର୍‌ହା ଆକ୍ରମଣ କରିଥିଲା। ପାଟିଶୁଣି ଗ୍ରାମବାସୀ ରୁଣ୍ଡ ହୋଇଯିବାରୁ ବାର୍‌ହାଟି ନିକଟସ୍ଥ ପାହାଡ଼କୁ ପଳାଇଥିଲା। ଆହତ ୨ଜଣଙ୍କୁ ଗ୍ରାମବାସୀ ଉଦ୍ଧାର କରି ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ବାଦିଆମ୍ବଗାଁ, ଶାସନଆମ୍ବଗାଁ, ସାରୁ, ରାଳବ, ନିମିଗାଁ ପ୍ରଭୃତି ଗ୍ରାମରେ କିଛିଦିନ ହେଲା ବାର୍‌ହା ଉପଦ୍ରବରେ ଫସଲ ନଷ୍ଟ ହୋଇଥିବା ଚାଷୀ ଅଭିଯୋଗ କରିଛନ୍ତି। ଏନେଇ ହିଞ୍ଜିଳିକାଟୁ ଫରେଷ୍ଟର ପ୍ରଦୀପ କୁମାର ପଣ୍ଡା କହିଛନ୍ତି ଯେ, ଆହତଙ୍କ ଚିକିତ୍ସା ଚାଲିଛି ସେମାନେ ସରକାରୀ ସହାୟତା ପାଇଁ ଆବେଦନ କଲେ ବିଭାଗ ପକ୍ଷରୁ ସହାୟତା ଉଦ୍ୟମ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri