ବାର୍‌ହା ଆକ୍ରମଣରେ ୨ ଗୁରୁତର

ଲଖନପୁର,୧୦।୧୦(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ସୀମାନ୍ତବର୍ତ୍ତୀ ୧୯ଖଣ୍ଡ ମୌଜା କନକତୋର ପଞ୍ଚାୟତର ଲୁହାବଗା ଗ୍ରାମରେ ଗୁରୁବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ସକାଳୁ ଗାଁ ଲୋକେ ଶୌଚ ପାଇଁ ବାହାରକୁ ଯାଇଥିବାବେଳେ ଏକ ବାର୍‌ହା ସହିତ ଲୋକଙ୍କ ମୁହାଁମୁହିଁ ହୋଇଥିଲା। ବାର୍‌ହା ପ୍ରଥମେ ସେହି ରାସ୍ତାରେ ଯାଉଥିବା ଜଣେ ସାଇକେଲ ଚାଳକଙ୍କ ଉପରକୁ ଲମ୍ଫ ମାରିଥିଲା। ଏଥିରେ ସାଇକେଲ ଚାଳକ ତଳେ ପଡ଼ି ଗୁରୁତର ହୋଇଛନ୍ତି। ଆହତ ଜଣଙ୍କ ହେଲେ ନିକଟସ୍ଥ ଲୁହାବଗା ଗ୍ରାମର ଲଖପତି ଭୋଇ(୬୦)। ପରେ ବାର୍‌ହା ଟିକେ ଆଗକୁ ଯାଇ ଜଣେ ବୃଦ୍ଧାଙ୍କୁ ଆକ୍ରମଣ କରିଥିଲା। ଏଥିରେ ଉକିଆ ପ୍ରଧାନ ଗୁରୁତର ହୋଇଛନ୍ତି। ତାଙ୍କ ହାତ ଓ ଗୋଡ଼ରେ ଆଘାତ ଲାଗିଛି । ଆହତ ବୃଦ୍ଧାଙ୍କୁ ଗୁରୁତର ଅବସ୍ଥାରେ ପରିବାର ଲୋକେ ସୀମାନ୍ତବର୍ତ୍ତୀ ଛତିଶଗଡ଼ର ରାୟଗଡ଼ ଏକ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବୃଦ୍ଧା ଜଣଙ୍କ ଅସହାୟ ହୋଇଥିବାରୁ ଚିକିତ୍ସା ପାଇଁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଦାବି ହେଉଛି । ବନ୍ୟଜନ୍ତୁମାନେ ନିୟମିତ ଜନବସତି ମୁହାଁ ହୋଇ ଧାନଫସଲ ନଷ୍ଟ କରିବା ସହ ମଣିଷଙ୍କୁ ଆକ୍ରମଣ କରୁଥିବା ନଜିର ରହିଛି । ଏ ଦିଗରେ ବନ ବିଭାଗ ସ୍ବତନ୍ତ୍ର ଦୃଷ୍ଟି ଦେବା ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri