ବାର୍‌ହା ଫାଶରେ ପଡ଼ି ଯୁବକ ଗୁରୁତର

ଲୋଇସିଂହା,୬।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସିଆଲବାହାଲି ଗାଁରେ ବିଛାଯାଇଥିବା ବାର୍‌ହା ଫାଶରେ ପଡ଼ି ଜଣେ ଯୁବକ ଗୁରୁତର ହୋଇଥିବା ଅଭିଯୋଗ ହୋଇଛି। ସେ ହେଲେ ସିଆଲବାହାଲି ଗାଁର ଭିକାରି ଧରୁଆ। ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଉଦ୍ଧାର କରାଯାଇ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନାନୁଯାୟୀ, ଲୋଇସିଂହା ଥାନା ବୁର୍ଡା ପଞ୍ଚାୟତ ଅନ୍ତର୍ଗତ ସିଆଲବାହାଲି ଗାଁକୁ ଲାଗି ପଥରଗଡ଼ ଡ୍ୟାମ୍‌ ଓ ଜଙ୍ଗଲ ରହିଛି। ସନ୍ଧ୍ୟାହେଲେ ଡ୍ୟାମ୍‌ରୁ ବାର୍‌ହାପଲ ଖାଦ୍ୟ ଅନ୍ବେଷଣରେ ତଳି ଅଞ୍ଚଳକୁ ଆସୁଛନ୍ତି। ଗତ ୩ ଦିନହେଲା ସ୍ଥାନୀୟ ଅଞ୍ଚଳରେ ମଧ୍ୟ ରାତ୍ରିରୁ ବିଦ୍ୟୁତ୍‌ କାଟ୍‌ ହେଉଥିବାରୁ ସ୍ଥାନୀୟ ଅଞ୍ଚଳବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ସିଆଲବାହାଲି ଗାଁର ଭିକାରୀ ଧରୁଆ ଘରକୁ ଯାଉଥିବାବେଳେ ବାର୍‌ହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇ ପଡ଼ିଥିଲେ। ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ଚିକିତ୍ସା ପାଇଁ ନେଇଥିଲେ। ଅବସ୍ଥା ଗୁରୁତର ଥିବାରୁ ଗୁରୁବାର ଡାକ୍ତର ବୁର୍ଲା ସ୍ଥାନାନ୍ତର କରିଥିବା ଜଣାଯାଇଛି। ଏ ସମ୍ପର୍କରେ ଡିଏଫ୍‌ଓ ସମୀର କୁମାର ଶତପଥୀଙ୍କୁ ପଚାରିବାରୁ, ମୋ ପାଖରେ ଖବର ନାହିଁ। ପଚାରି ବୁଝିବା ବୋଲି କହିଥିଲେ। ଏ ଦିଗରେ ପୋଲିସ ଓ ବନ ବିଭାଗ ଉଚ୍ଚ କର୍ତ୍ତୃପକ୍ଷ ତଦନ୍ତ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri