ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଜଣଙ୍କର ମୃତ୍ୟୁ ଘଟଣା: ୨ ଗାଁ ପୁରୁଷଶୂନ୍ୟ

ଖଣ୍ଡପଡା,୨୪।୧୦(ସ୍ବ.ପ୍ର.): ବାର୍‌ହା ଶିକାର ପାଇଁ ଗତ ସୋମବାର ଜଙ୍ଗଲ ମଧ୍ୟରେ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ ହେବା ପରେ ନୟାଗଡ଼ ଜିଲା ଖଣ୍ଡପଡ଼ା ବନ ବିଭାଗ ଏବେ ସକ୍ରିୟ ହୋଇ ଉଠିଛି। ବନ ବିଭାଗ, ବିଦ୍ୟୁତ ବିଭାଗ ଓ ପୋଲିସ ପ୍ରଶାସନ ଘଟଣାସ୍ଥଳ ପରିଦର୍ଶନ କରି ଅନୁସନ୍ଧାନ ଜାରି ରଖିଛନ୍ତି। ଖଣ୍ଡପଡା ବନାଞ୍ଚଳ ଅଧୀନ ଦତ୍ତ ପୋଖରୀ ଓ କଣ୍ଟାବଣିଆ ଗ୍ରାମ ପୋଲିସ ଭୟରେ ପୁରୁଷଶୂନ୍ୟ ହୋଇଯାଇଛି।
ଯେ, ଖଣ୍ଡପଡା ବନାଞ୍ଚଳ ଅଧୀନ ବିଭିନ୍ନ ଇଲାକାରେ ତଥା ସଂରକ୍ଷିତ ଜଙ୍ଗଲମାନଙ୍କରେ ବନ୍ୟଜନ୍ତୁ ବିଶେଷ କରି ବାର୍‌ହାଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏପରିସ୍ଥଳେ ଶିକାରୀମାନେ ଅବାଧରେ ବାର୍‌ହା ଶିକାର କରୁଥିବା ଯୋଗୁ ବାରମ୍ବାର ଅଘଟଣ ଘଟୁଛି। ଘଞ୍ଚ ଜଙ୍ଗଲ ମଧ୍ୟଦେଇ ଯାଇଥିବା ଉଚ୍ଚଶକ୍ତି ସମ୍ପନ୍ନ ବିଦ୍ୟୁତ ତାରରେ ବେଆଇନ ଭାବେ ହୁକ ପକାଇ ନିକଟବର୍ତ୍ତୀ ଅଞ୍ଚଳରେ ଜିଆଇ ତାର ବିଛାଇ ଶିକାରୀମାନେ ବନ୍ୟଜନ୍ତୁ ଶିକାର କରୁଥିବା ଅଭିଯୋଗ ହେଉଛି। ଗତ ୨୧ ତାରିଖ ଭୋର ୪ଟାରେ ଖଳିସାହି ଗ୍ରାମ ନିକଟସ୍ଥ ଦତ୍ତପୋଖରୀ ଓ କଣ୍ଟାବଣିଆ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ବେଣାଗାଡିଆ ପଞ୍ଚାୟତ ଅଧୀନ ବରକୋଳି ଗ୍ରାମର ଘନଶ୍ୟାମ ଖଟୁଆ(୪୪)ଙ୍କର ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ଘଟିଥିଲା। କେହି ବାର୍‌ହା ଶିକାର ପାଇଁ ଜଙ୍ଗଲ ଜମିରେ ବିଛାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ସେ ପ୍ରାଣ ହରାଇଥିଲେ। ଏହି ଘଟଣାକୁ ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି। ନିୟମିତ ଭାବେ ଦତ୍ତପୋଖରୀ ଓ କଣ୍ଟାବଣିଆ ଗ୍ରାମର କେତେକ ଶିକାରୀ ବିଦ୍ୟୁତ ଫାଶ ବସାଇ ବନ୍ୟଜନ୍ତୁ ଶିକାର କରୁଥିବା ନେଇ ବନ ବିଭାଗ ଓ ସ୍ଥାନୀୟ ପୋଲିସ ପ୍ରଶାସନ ଅବଗତ ହେବା ପରେ ନୟାଗଡ଼ ବନଖଣ୍ଡ ଅଧିକାରୀ ଏ ନେଇ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଖଣ୍ଡପଡ଼ା ବନାଞ୍ଚଳ ଅଧିକାରୀ ଶ୍ରୀଧର ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବନାଞ୍ଚଳ ଅଧିକାରୀଙ୍କ ସହ ବନ ବିଭାଗ କର୍ମଚାରୀ ଓ ବିଦ୍ୟୁତ ବିଭାଗ ସେସୁ କର୍ତ୍ତୃପକ୍ଷ ବିଭିନ୍ନ ଅଞ୍ଚଳକୁ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଥିବା ଜଣାପଡିଛି। ଖଣ୍ଡପଡ଼ା ବନାଞ୍ଚଳ ଅଧୀନ ଅଁଳାପଟା ବନ ବିଭାଗ ବିଟ୍‌ ହାଉସ କର୍ତ୍ତୃପକ୍ଷ ଓ ସେସୁ କର୍ମଚାରୀମାନେ ସ୍ଥାନୀୟ ଅଞ୍ଚଳର ସଂରକ୍ଷିତ ଜଙ୍ଗଲରୁ ବନ୍ୟଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ଓ ଫାଶକୁ ଜବତ କରି ଏହି କାର୍ଯ୍ୟରେ ସଂପୃକ୍ତ ଥିବା ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ କରାଯାଇଥିବା ବନାଞ୍ଚଳ ଅଧିକାରୀ ପଣ୍ଡା ସୂଚନା ଦେଇଛନ୍ତି। ମାତ୍ର ଅଦ୍ୟାବଧି ବନ ବିଭାଗ ପକ୍ଷରୁ କୌଣସି ଶିକାରୀ କିମ୍ବା ଅସାମାଜିକ ବ୍ୟକ୍ତିଙ୍କୁ ଗିରଫ କରାଯାଇ ପାରିନାହିଁ।ଅପରପକ୍ଷେ ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଭୟରେ ଦତ୍ତପୋଖରୀ ଓ କଣ୍ଟାବଣିଆ ଗ୍ରାମ ପୁରୁଷଶୂନ୍ୟ ହୋଇପଡିଛି। ଖଣ୍ଡପଡା ଥାନାରେ ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

‘ପାଗଳ ଟ୍ରମ୍ପଙ୍କ ଆକ୍ରମଣ ବନ୍ଦ କର’: କାହାକୁ ଏମିତି କହିଲେ ପୂର୍ବତନ UN ପରମାଣୁ ନୀରିକ୍ଷଣ ମୁଖ୍ୟ

ଓ୍ବାଶିଂଟନ,୫।୪: ଜାତିସଂଘର ପରମାଣୁ ପ୍ରତ୍ୟକ୍ଷ ସଂସ୍ଥାର ପୂର୍ବତନ ମୁଖ୍ୟ ଶନିବାର ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟପ୍ରାଚ୍ୟକୁ ଅଗ୍ନିଗୋଲାରେ ପରିଣତ କରିବାରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ରୋକିବା ପାଇଁ ଅନୁରୋଧ କରିଛନ୍ତି।…

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri