ବାର୍‌ହା ଶିକାର ପାଇଁ ବିଛା ଯାଇଥିଲା ବିଦ୍ୟୁତ୍‌ ତାର, ସଂସ୍ପର୍ଶରେ ଆସି ଯୁବକ ଗୁରୁତର,

ଦେବଗଡ଼,୧୮ା୪(ଡ଼ି.ଏନ୍‌.ଏ.)
ଦେବଗଡ଼ ଜିଲା ବାରକୋଟ ବ୍ଲକ ବଲଣ୍ଡା ଗ୍ରାମ ନିକଟ ଜଙ୍ଗଲରେ ବାର୍‌ହା ଶିକାରପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଯୁବକ ଗୁରୁତର ହୋଇଛନ୍ତି। ଯୁବକ ଜଣକ ହେଲେ ବିଭୂତି ଭୂୟାଁ(୨୬)। ଗୁରୁତର ଅବସ୍ଥାରେ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ବାରକୋଟ ପୋଲିସ ଘଟଣାସ୍ଥଳରୁ ବିଦ୍ୟୁତ୍‌ ତାର ଓ ଶିକାର ପାଇଁ ଉଦ୍ଧିଷ୍ଟ ଅନ୍ୟାନ୍ୟ ସରଞ୍ଜାମ ଜବତ କରିଛି। ଗ୍ରାମବାସୀ ବିଦ୍ୟୁତ୍‌ ତାର ବିଛାଇଥିବା ଶିକାରୀକୁ ପୋଲିସ ଜିମା ଦେଇଛନ୍ତି। ଏ ନେଇ ବାରକୋଟ ପୋଲିସ୍‌ ଓ ବନ ବିଭାଗ ପକ୍ଷରୁ ମାମଲା ଋଜୁ କରାଯାଇ ଘଟଣାର ତଦନ୍ତ କରାଯାଉଛି। ସୂଚନା ମୁତାବକ ବାରକୋଟ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ବଲଣ୍ଡା ଗ୍ରାମ ନିକଟ ଜଙ୍ଗଲରେ ବାର୍‌ହା ଶିକାର ପାଇଁ ତାର ବିଛାଇ ଶିକାରୀ ସେଥିରେ ବିଦ୍ୟୁତ୍‌ ସଂଯୋଗ କରିଥିଲେ। ସେହି ରାସ୍ତାଦେଇ କୌଣସି କାମରେ ବିଭୂତି ଯାଉଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ପୋଡ଼ି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ବିଦ୍ୟୁତ୍‌ ମରାମତି କରୁଥିବାବେଳେ ଜଳିଗଲେ, ଖୁଣ୍ଟରେ ଲାଖି ରହିଛି ମୃତଦେହ

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍‌ ମରାମତି କରୁଥିବାବେଳେ ୧୧ କେଭି ତାରରେ ଲାଗି ଜଣଙ୍କର ଜୀବନ ଚାଲିଯାଇଛି। ବିଦ୍ୟୁତ୍‌ ଖୁଣ୍ଟ ଉପରେ ଲାଖି ରହିଛି ମୃତଦେହ। ଏମିତି…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri