ବାଲମୁଚ୍‌ ହତ୍ୟା ମାମଲା :ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ ଜେଲ

ଢେଙ୍କାନାଳ ଅଫିସ, ୧ା୧୦

ଢେଙ୍କାନାଳ ସହରସ୍ଥିତ ମଣ୍ଟଫୋର୍ଟ ସ୍କୁଲ ନିକଟରେ ୨୦୧୬ ମସିହାରେ ଘଟିଥିବା ସଞ୍ଜୁ ବାଲମୁଚ୍‌ ହତ୍ୟା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ମଳୟ ରଞ୍ଜନ ଦାଶ ମାମଲାର ଅଭିଯୁକ୍ତ ତଥା ସଞ୍ଜୁଙ୍କ ସ୍ବାମୀ ବିଜୟ ବାଲମୁଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି ା ଘଟଣାରୁ ଜଣାପଡିଛି, ମଣ୍ଟଫୋର୍ଟ ସ୍କୁଲ ନିକଟରେ ଶ୍ରମିକ ଭାବେ କାମ କରୁଥିବା ବିଜୟ ବାଲମୁଚ ଏକ ଭଡା ଘରେ ସ୍ତ୍ରୀ ସଞ୍ଜୁ ବାଲମୁଚଙ୍କ ସହ ରହୁଥିଲେ। ଉଭୟଙ୍କ ମଧ୍ୟରେ ଅଧିକାଂଶ ଦିନ ଝଗଡା ଲାଗୁଥିଲା ା ଗତ ୧୮ା୬ା୨୦୧୬ ତାରିଖ ରାତିରେ ଉଭୟଙ୍କ ମଧ୍ୟରେ ବିବାଦ ଉଗ୍ରରୂପ ନେବାରୁ ବିଜୟ ତାଙ୍କୁ ହତ୍ୟା କରିଥିଲେ। ପରେ ରାତିରେ ସଦର ଥାନା ସପ୍ତଶଯ୍ୟା ପଞ୍ଚାୟତ ବାନା ସାହିରେ ଥିବା ନିଜର ସଡୁ ବିକ୍ରମ କଣ୍ଡାକେଲୁଙ୍କ ଘରକୁ ଯାଇଥିଲେ। ସଞ୍ଜୁଙ୍କୁ ଜ୍ୱର ହୋଇଛି ତାଙ୍କୁ ଡାକ୍ତରଖାନା ନେବାକୁ ପଡିବ ବୋଲି କହି ବିକ୍ରମକୁ ଡାକି ଆଣିଥିଲେ। ବିଜୟଙ୍କ ଘରକୁ ଆସିବା ପରେ ସଞ୍ଜୁଙ୍କ ମୃତ୍ୟୁ ଘଟିଥିବା ବିକ୍ରମ ଦେଖିବାକୁ ପାଇଥିଲେ। ପରେ ବିଜୟ ମୃତଦେହକୁ ବାନାସାହିରେ ପୋତିବା ପାଇଁ ବିକ୍ରମଙ୍କୁ ଧମକାଇଥିଲେ। ଉଭୟେ ମୃତଦେହକୁ ବାନା ସାହିକୁ ନେଇ ପୋତିବା ପାଇଁ ଗାତ ଖୋଳୁଥିବା ବେଳେ ଅଞ୍ଚଳବାସୀ ଜାଣି ଏହାର ପ୍ରତିବାଦ କରିଥିଲେ। ଫଳରେ କୌଶଳକ୍ରମେ ଘଟଣାସ୍ଥଳରୁ ବିଜୟ ଖସି ପଳାଇଥିଲେ। ସେହି ସମୟରେ ଟାଉନ ଥାନାରେ ଏ ସଂକ୍ରାନ୍ତରେ ନଂ-୨୦୨/୧୬, ଦଫା ୩୦୨ରେ ଏକ ମାମଲା ରୁଜୁ ହେବା ସହ ବିଜୟଙ୍କୁ ଗିରଫ ପରେ କୋର୍ଟଚାଲାଣ କରାଯାଇଥିଲା। ଅଦାଲତରେ ୨୦ ଜଣଙ୍କ ସାକ୍ଷ୍ୟ ପ୍ରମାଣ ଗ୍ରହଣ କରାଯାଇଥିଲା। ଏହି ମାମଲାର ସିଟି ସେସନ୍ସ କେସ୍‌ ନଂ. ୧୫/୧୭ର ବିଚାର କରି ଜିଲା ଦୌରାଜଜ୍‌ ମଳୟ ରଞ୍ଜନ ଦାସ ଅଭିଯୁକ୍ତ ବିଜୟ ବାଲମୁଚଙ୍କୁ ଆଜୀବନ କାରାଦଣ୍ଡାଦେଶ ଓ ୫ ହଜାର ଟଙ୍କା ଜରିମାନା ଆଦେଶ ପ୍ରଦାନ କରିଛନ୍ତି। ଜରିମାନା ଅନାଦୟେ ଏକ ବର୍ଷ ଅଧିକ କାରାଦଣ୍ଡାଦେଶ କରାଯାଇଛି। ସରକାରଙ୍କ ପକ୍ଷରୁ ଏହି ମାମଲାକୁ ପବ୍ଲିକ ପ୍ରସିକ୍ୟୁଟର ଗଣେଶ କୁମାର ବେହେରା ପରିଚାଳନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?