ବାଲାକୋଟରେ ପୁଣି ସକ୍ରିୟ ହେଲା ଜୈଶ-ଇ-ମହମ୍ମଦ: ୪୦ରୁ ୫୦ ଆତ୍ମଘାତୀ ଆତଙ୍କବାଦୀ ନେଉଛନ୍ତି ପ୍ରଶିକ୍ଷଣ

ଇସ୍‌ଲାମାବାଦ୍‌,୧୪।୧୦: ପାକିସ୍ତାନ ବାଲାକୋଟରେ ପୁଣି ଥରେ ଆତଙ୍କବାଦୀ ସକ୍ରିୟ ହୋଇଥିବା ଜଣାପଡ଼ିଛି। ଜୈଶ-ଇ-ମହମ୍ମଦର ୪୦ରୁ ୫୦ ଆତ୍ମଘାତୀ ଆତଙ୍କବାଦୀ ସେଠାରେ ପ୍ରଶିକ୍ଷଣ ନେଉଥିବା ଭାରତୀୟ ଗୁଇନ୍ଦା ବିଭାଗରୁ ସୂଚନା ମିଳିଛି। ଏଥିରେ ଫିଦାୟିନ ଆତଙ୍କବାଦୀ ମଧ୍ୟ ସାମିଲ ରହିଛନ୍ତି। ବାଲାକୋଟରେ ଭାରତୀୟ ବାୟୁସେନାର ବିମାନ ଆକ୍ରମଣର ପ୍ରାୟ ୬ମାସ ପରେ ଜୈଶ-ଇ-ମହମ୍ମଦ ସମେତ ଅନ୍ୟ ଆତଙ୍କବାଦୀ ସଂଗଠନ ଆତ୍ମଘାତୀଙ୍କୁ ପ୍ରଶିକ୍ଷଣ ଦେବା ଆରମ୍ଭ କରିଛି। ଭାରତ ବିରୋଧରେ ପାକିସ୍ତାନ ଲଗାତାର ଭାବେ ଷଡ଼ଯନ୍ତ୍ର ରଚିବାରେ ଲାଗିଛି। କିଛି ଦିନ ପୂର୍ବରୁ ପାକିସ୍ତାନ ଭାରତ ସୀମାରେ ପ୍ରାୟ ୪ହଜାର ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରିବା ପାଇଁ ଉଦ୍ୟମ କରୁଛି ବୋଲି ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା ମିଳିଥିଲା। ଏହାପରେ ଭାରତୀୟ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏଲଓସିରେ ଆଲର୍ଟ ଜାରି କରାଯାଇଥିଲା। ପାକିସ୍ତାନ ସେନା ଓ ଜମାତ-ଉଲ୍‌-ଅଲ୍‌-ହଦିଶ ସଂଗଠନ ୩ରୁ ୪ ହଜାର ପ୍ରଶିକ୍ଷଣ ପ୍ରାପ୍ତ ଯୁବକଙ୍କୁ ଅକ୍ଟୋବର ପ୍ରଥମ ସପ୍ତାହରେ ଏଲ୍‌ଓସିରେ ଅନୁପ୍ରବେଶ ପାଇଁ ପ୍ରସ୍ତୁତ କରୁଥିବା ଜଣାପଡ଼ିଛି। ଏହି ଆତଙ୍କବାଦୀଙ୍କୁ ଗତ ଏକ ମାସରୁ ପ୍ରଶିକ୍ଷଣ ଦିଆଯାଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri