ବାଲିଅନ୍ତାରେ ଯୁବକଙ୍କୁ ଗୋଡ଼ାଇ ଖଣ୍ଡାରେ ହାଣିବା ଘଟଣା: ଅଭିଯୁକ୍ତ ବଡ଼ ଭାଇ ଗିରଫ, କେନାଲରୁ ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଜବତ

ବାଲିଅନ୍ତା,୯।୬(ଡି.ଏନ୍‌.ଏ.): ବାଲିଅନ୍ତା ଥାନା ପାହାଳ ଫାଣ୍ଡି ପଞ୍ଚମୁଖୀ ବିହାର ଆପାର୍ଟମେଣ୍ଟ ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ପ୍ରୀତମ କୁମାର ରାଉତରାୟ ନାମକ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ତଥା ପ୍ରୀତମଙ୍କ ବଡ଼ ଭାଇ ମାମୁନ ରାଉତରାୟଙ୍କୁ ପୋଲିସ ଧରିବାରେ ସଫଳ ହୋଇଛି। ଏବେ ପୋଲିସ ତାଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି। ତେବେ ମାମୁନଙ୍କ ବୟାନକୁ ଭିତ୍ତି କରି ପୋଲିସ ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡାକୁ ବାଲିଅନ୍ତା ସାଇଫନ୍‌ ଛକସ୍ଥିତ କେନାଲ ଭିତରୁ ଜବତ କରିଛି। ଅଧିକ ତଦନ୍ତ ପରେ ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।

ସୂଚନାଯୋଗ୍ୟ, ପାରିବାରିକ କଳହକୁ କେନ୍ଦ୍ରକରି ମାମୁନ ଏଭଳି ହତ୍ୟାକାଣ୍ଡ ଘଟାଇଥିଲେ ବୋଲି କୁହାଯାଉଛି। ତେବେ ଭାଇଙ୍କୁ ହତ୍ୟା କରିବା ପରେ ମାମୁନ ଓ ତାଙ୍କ ସ୍ତ୍ରୀ ଫେରାର ହୋଇଯାଇଥିଲେ। ଏହି ଘଟଣାରେ ପୋଲିସ ଆଇପିସି ଦଫା ୩୦୨ରେ ମାମଲା(ନଂ.୧୪୮/୧୯) ରୁଜୁ କରି ତଦନ୍ତ କରୁଛି। ଅପରପକ୍ଷେ ପ୍ରୀତମଙ୍କ ମୃତଦେହ ବ୍ୟବଚ୍ଛେଦ ହୋଇସାରିଥିବା ବେଳେ ସଂରକ୍ଷଣ ଗୃହରେ ରଖାଯାଇଛି। ରବିବାର ବାପା ନରେନ୍ଦ୍ର ଫେରିବା ପରେ ମୃତଦେହକୁ ନିଜ ଗାଁ କଟକ ଜିଲା ମାହାଙ୍ଗା ଥାନା ଅନ୍ତର୍ଗତ ହରିପୁରରେ ଦାହ କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri