ବାଲିଆପାଳକୁ ଲକ୍‌ଡାଉନ ଘୋଷଣା

ବାଲିଆପାଳ,୨୩।୩(ସ୍ବ.ପ୍ର/ଡି.ଏନ.ଏ.)-କରୋନା ଭୂତାଣୁର ଭୟାବହତାକୁ ଦେଖି ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ରବିବାର ଜନତା କର୍ଫ୍ୟୁକୁ ବାଲେଶ୍ୱର ଜିଲା ସମେତ ବାଲିଆପାଳ ବ୍ଲକରେ ବିପୁଳ ସମର୍ଥନ ମିଳିଥିଲା। ସୋମବାର ଲୋକେ ବଜାରଘାଟ କରିବା ଲାଗି ପଦାକୁ ବାହାରିଥିଲେ। ଏପରିକି ବସ୍‌ରେ ବହୁ ସଂଖ୍ୟାରେ ଲୋକେ ଯାତାୟାତ କରୁଥିବା ଦେଖାଯାଇଥିଲା। ଏହି ଭୂତାଣୁ ସଂକ୍ରମଣକୁ କମ୍‌ କରିବା ଏବଂ ଲୋକଙ୍କୁ ଏକତ୍ରିତ ହେବାରୁ ରୋକିବା ଲାଗି ବାଲିଆପାଳ ବ୍ଲକକୁ ଲକଡାଉନ ଘୋଷଣା କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ବାଲିଆପାଳ ପୋଲିସ ପକ୍ଷରୁ ପ୍ରଚାର ଗାଡ଼ି ଯୋଗେ ସମସ୍ତ ଦୋକାନ, ବଜାର, ମାର୍କେଟ ପ୍ରଭୃତି ବନ୍ଦ ଲାଗି ମଧ୍ୟ ସୂଚନା ଦିଆଯାଉଛି। ଅତି ଜରୁରୀ ନ ହେଲେ ଲୋକେ ବାହାରକୁ ନ ବାହାରି ଘରେ ରହିବାକୁ ପରାମର୍ଶ ଦିଆଯାଉଛି। ପ୍ରଶାସନ ପକ୍ଷରୁ ସୂଚନା ଜାରି ହେବା ପରେ ବାଲିଆପାଳ ବିଡିଓ ଛବିରାଣୀ ସାହୁ, ତହସିଲଦାର ଦୀପକ ଦାସ ପୋଲିସ ଅଧିକାରୀଙ୍କ ସହିତ ବାଲିଆପାଳ, ସିମୁଳିଆ ବଜାର, କାଳିପଦା, ଲଙ୍ଗଳେଶ୍ୱର, ଜାମକୁଣ୍ଡା, ଡଗରା, ନିଖିରା, ପଞ୍ଚୁପାଲି, ରତେଇ ଆଦି ବଜାରକୁ ଯାଇ ଦୋକାନ ବଜାର ବନ୍ଦ
ରହିବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri