ବାଲିଆପାଳ ଆବାସ ଯୋଜନା ଦୁର୍ନୀତି: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୧୮ା୧- ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ସରକାରଙ୍କ ଆବାସ ଯୋଜନା ବଣ୍ଟନରେ ବ୍ୟାପକ ଦୁର୍ନୀତି ହୋଇଛି। ଏଥିରେ ସରକାରୀ କର୍ମଚାରୀମାନଙ୍କ ଭୂମିକା ରହିଛି। ଏ ସମ୍ପର୍କରେ ସ୍ଥାନୀୟ ଲୋକେ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଫଳରେ ସେମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆଗତ ମାମଲାର ଶୁଣାଣି କରି ବିଚାରପତି ଜଷ୍ଟିସ ବିଦ୍ୟୁତ୍‌ ରଞ୍ଜନ ଷଢଙ୍ଗୀ ଏହି ଦୁର୍ନୀତିର ତଦନ୍ତ ନିମନ୍ତେ ଭିଜିଲାନ୍ସକୁ ନିର୍ଦ୍ଦେଶ ଦେଇଛନ୍ତି।
ଆବେଦନକାରୀଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ଆଡଭୋକେଟ ଶଙ୍କର ପ୍ରସାଦ ପାଣିଙ୍କ କହିବାନୁଯାୟୀ, ଉକ୍ତ ବ୍ଲକର ମୋଟ୍‌ ୨୮ ପଞ୍ଚାୟତରେ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଛି। ଏପରି କି ଉକ୍ତ ବ୍ଲକ ଅଧୀନ କଳାରୁଇ ପଞ୍ଚାୟତର ଶ୍ରୀକାନ୍ତ ଗଙ୍ଗାଇ ଓ ଜାମକୁଣ୍ଡ ପଞ୍ଚାୟତର କାଳିଚରଣ ଜେନାଙ୍କ ଆବାସ ଯୋଜନା ଅର୍ଥକୁ ହେରଫେର କରାଯାଇଥିଲା। ଏହାକୁ ନେଇ ୨୦୧୭ ଜୁଲାଇ ୨୭ ତାରିଖରେ ହୋଇଥିବା ପଞ୍ଚାୟତ ବୈଠକରେ ଭିଜିଲାନ୍ସ ତଦନ୍ତ ନିମନ୍ତେ ପ୍ରସ୍ତାବ ପାରିତ ହୋଇଥିଲା। ୨୦୧୮ ମେ’ ୨ ତାରିଖରେ ଦୁର୍ନୀତି ସମ୍ପର୍କରେ ବାଲେଶ୍ୱର ଭିଜିଲାନ୍ସ ଡିଭିଜନରେ ଅଭିଯୋଗ ହୋଇଥିଲା। ଏହା ସତ୍ତ୍ବେ ମଧ୍ୟ ଭିଜିଲାନ୍ସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିଲା। ଆବେଦନକାରୀ ନିଜ ପିଟିଶନରେ ଉଲ୍ଲେଖ କରିଛନ୍ତି, ଆବାସ ଯୋଜନାକୁ ନେଇ ରାଜ୍ୟ ଭିଜିଲାନ୍ସ ପକ୍ଷରୁ ୨୦୧୭ ଜୁନ୍‌ ୨୫ ତାରିଖରୁ ସ୍ବତନ୍ତ୍ର ଡ୍ରାଇଭ ରାଜ୍ୟବ୍ୟାପୀ କରାଯିବ ବୋଲି ତତ୍କାଳୀନ ଭିଜିଲାନ୍ସ ନିର୍ଦ୍ଦେଶକ ଗଣମାଧ୍ୟମ ଆଗରେ କହିଥିଲେ। ମାତ୍ର ତାହା ଏଠାରେ ନିଷ୍ଫଳ ପ୍ରମାଣିତ ହୋଇଥିଲା। କୌଣସି ଉପାୟ ନ ପାଇ ଅଞ୍ଜୁ ମହାପାତ୍ର ନାମକ ସ୍ଥାନୀୟ ଅଧିବାସୀ ହାଇକୋର୍ଟରେ ଏହି ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆବେଦନ କରି ମାମଲା ରୁଜୁ କରିଥିଲେ। ଆବେଦନକାରୀ ପିଟିଶନରେ ଉଲ୍ଲେଖ କରିଛନ୍ତି, ସରକାରୀ ଜାଗାରେ ଆବାସ ଯୋଜନା ଘର ନିର୍ମାଣ ହୋଇଥିବାବେଳେ ଅନେକ ଅଯୋଗ୍ୟଙ୍କୁ ଯୋଜନାରେ ସାମିଲ କରାଯାଇଛି। ୭୦୦୦ ବର୍ଗଫୁଟର କୋଠାଘର ଥିବା ଲୋକଙ୍କୁ ବ୍ଲକର ଡଗରା ପଞ୍ଚାୟତରେ ଆବାସ ଯୋଜନାରେ ଘର ଦିଆଯାଇଛି। ସେହିପରି ଘଣ୍ଟୁଆ ପଞ୍ଚାୟତରେ ପୋଖରୀକୁ ଘରଡିହ ଦର୍ଶାଇ ଆବାସ ଯୋଜନା ମଞ୍ଜୁର କରାଯାଇଛି। ବ୍ଲକର ୨୮ ପଞ୍ଚାୟତରେ ଆବାସ ଯୋଜନାରେ ବହୁ କୋଟି ଟଙ୍କା ହେରଫେର ହୋଇଥିବା ଆବେଦନକାରୀ ପିଟିଶନରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri