ବାଲିଆପାଳ ବିଡିଓଙ୍କ ପରେ ପ୍ରବାସୀ ଶ୍ରମିକଙ୍କୁ ଛେଣ୍ଡିପଦା ବିଡିଓଙ୍କ ଅଶାଳୀନ ବ୍ୟବହାର: ଅଡିଓ ଭାଇରାଲ

ଛେଣ୍ଡିପଦା,୧୪ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବିଡିଓଙ୍କ ମହିଳା ଶ୍ରମିକମାନଙ୍କୁ ଅଶାଳୀନ ବ୍ୟବହାର ନେଇ ଗୁରୁବାର ଅଡିଓ ଭାଇରାଲ ହୋଇଛି।
ଘଟଣାରୁ ପ୍ରକାଶ, ବୁଧବାର ଭୁବେନେଶ୍ବରରୁ କିଛି ମହିଳା ଶ୍ରମିକଙ୍କୁ ଅନୁଗୋଳ ଅଣାଯାଇଥିଲା। ଉକ୍ତ ଶ୍ରମିକମାନେ ବଅଁରପାଳ ଓ ତାଲଚେର ଅଞ୍ଚଳର ହୋଇଥିବା ବେଳେ ଜିଲା ପ୍ରଶାସନର ନିର୍ଦ୍ଦେଶାନୁଯାୟୀ କିଛି ଶ୍ରମିକଙ୍କୁ ଛେଣ୍ଡିପଦା ବ୍ଲକ ଅଞ୍ଚଳର ବରପଦା ସଙ୍ଗରୋଧ କେନ୍ଦ୍ରକୁ ଅଣାଯାଇଥିଲା । କିନ୍ତୁ ଉକ୍ତ ମହିଳା ଶ୍ରମିକମାନେ ବରପଦା ସଙ୍ଗରୋଧ କେନ୍ଦ୍ରରେ ରହିବା ପାଇଁ ଅନିଚ୍ଛା ପ୍ରକାଶ କରିବା ସହିତ ସେମାନଙ୍କୁ ନିଜ ଅଞ୍ଚଳରେ ଥିବା ସଙ୍ଗରୋଧ କେନ୍ଦ୍ରରେ ରଖିବା ପାଇଁ ଛେଣ୍ଡିପଦା ବିଡିଓଙ୍କୁ ଫୋନ୍‌ କରିଥିଲେ। ବିଡିଓ ସେମାନଙ୍କୁ ସେଠାରେ ରହିବାକୁ ପଡ଼ିବ। ତୁମେମାନେ ବେଶୀ କଥାବର୍ତ୍ତା କରନି ଆଦି କହିବା ସହିତ ଉଭୟଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଏଥିରେ ବିଡିଓ ରାଗି ସେମାନଙ୍କୁ ଖରାପ ଭାଷାରେ ଗାଳି ମଧ୍ୟ କରିଥିଲେ। ଯାହାର ଏକ ଅଡିଓ ଭାଇରାଲ ହେବା ସହିତ ଚର୍ଚ୍ଚା ଜୋର୍‌ଧରିଛି।
ଏନେଇ ବିଡିଓ ସୁନିଲ କୁମାର କେରେକେଟା କୁହନ୍ତି, ବୁଧବାର ବିଳମ୍ବିତ ରାତିରେ ୫ଜଣ ଶ୍ରମିକଙ୍କୁ ବରପଦା ସଙ୍ଗରୋଧ କେନ୍ଦ୍ରକୁ ଅଣାଯାଇଥିଲା। ସେଠାରେ ରହିବା ପାଇଁ ସେମାନେ ମନା କରିବା ସହିତ ଗାଡିରୁ ଓହ୍ଲାଇ ନ ଥିଲେ। ଏ ନେଇ ସେମାନଙ୍କୁ ସରପଞ୍ଚ ଓ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀମାନେ ବାରମ୍ବାର ବୁଝାଶୁଝା କରିଥିଲେ ମଧ୍ୟ ସେମାନେ ବୁଝି ନ ଥିଲେ। ଏହା ପରେ ସେମାନଙ୍କ ମଧ୍ୟରୁ ଜଣେ ମହିଳା ଫୋନ୍‌ କରି ଯୁକ୍ତିତର୍କ କରିଥିଲେ। ଏହି ଯୁକ୍ତିତର୍କ ମଧ୍ୟରେ ଭୁଲବଶତଃ କିଛି କହିଦେଇଥିବି ବୋଲି ବିଡିଓ କହିଛନ୍ତି। ଗୁରୁବାର ମଧ୍ୟାହ୍ନରେ ସେମାନଙ୍କୁ ନିଜ ଅଞ୍ଚଳରେ ଥିବା ସଙ୍ଗରୋଧ କେନ୍ଦ୍ରକୁ ପଠାଇ ଦିଆଯାଇଥିବା ବିଡିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri