ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀ ଉନ୍ନୟନ କମିଟି ବୈଠକ: ‘ଯୋଜନାର ସୁଫଳ ଲୋକଙ୍କ ନିକଟରେ ପହଞ୍ଚୁ’

ଜଗତ୍‌ସିଂହପୁର ଅଫିସ୍‌,୬ା୨: ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା ଯୋଜନାଗୁଡିକ ଲୋକଙ୍କ ନିକଟରେ ପହଞ୍ଚିବା ଦରକାର। ଏଥିରୁ ଯେପରି କେହି ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦିଆଯିବା ଆବଶ୍ୟକ। ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ବାଲିକୁଦା-ଏରସମା ବିଧାନସଭା ନିର୍ବାଚନମଣ୍ଡଳୀ ଉନ୍ନୟନ କମିଟି ବୈଠକରେ ଏକଥା କୁହାଯାଇଛି। ବୈଠକରେ ଜଳସମ୍ପଦ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗଦେଇ କହିଥିଲେ, କୌଣସି ସାଧାରଣ ଲୋକଙ୍କୁ ତାଙ୍କ ନ୍ୟାଯ୍ୟ ପ୍ରାପ୍ୟରୁ ବଞ୍ଚତ୍ତ କରାଯିବା ଉଚିତ ନୁହେଁ। କିଛି କ୍ଷେତ୍ରୀୟ ଅଧିକାରୀଙ୍କ ଅବହେଳା ଯୋଗୁ କେଉଁଠି ନା କେଉଁଠି କାର୍ଯ୍ୟରେ ସମସ୍ୟା ରହୁଛି। ସରକାରୀ କର୍ମଚାରୀ ସେମାନଙ୍କ ଉତ୍ତରଦାୟିତ୍ୱ ଠିକ ଭାବେ ନିର୍ବାହ କରୁନାହାନ୍ତି। ତେଣୁ ପ୍ରତ୍ୟେକେ ଏଥିପ୍ରତି ଦାୟିତ୍ୱବାନ ହେବାକୁ ପଡିବ। ଏଥିସହ ବିଭାଗୀୟ କର୍ମକର୍ତ୍ତାମାନେ ସହମତି ଭିତ୍ତିରେ କାର୍ଯ୍ୟ କଲେ ସବୁ ସମସ୍ୟାର ସମାଧାନ ସମ୍ଭବ ହୋଇପାରିବ। ମୋ ସରକାର ଚଳାଇବା ଦାୟିତ୍ୱ ସରକାରୀ କଳର ବୋଲି ମନ୍ତ୍ରୀ କହିଥିଲେ। ବାଲିକୁଦା-ଏରସମା ବିଧାନସଭା ନିର୍ବାଚନମଣ୍ଡଳୀରେ ଅନେକ ବିକାଶ ହୋଇଛି। ସମସ୍ତ ଅଧିକାରୀ ଓ କର୍ମଚାରୀ ଟିମ୍‌ ୱାର୍କର ବିକାଶ ଧାରାକୁ ତ୍ୱରାନ୍ବିତ କରିପାରିଲେ ବାସ୍ତବ ଲକ୍ଷ୍ୟ ପୂରଣ ହୋଇପାରିବ ବୋଲି ମନ୍ତ୍ରୀ ମତ ରଖିଥିଲେ।
ବୈଠକରେ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଯୋଗଦେଇ ଜାତୀୟ ରାଜପଥ(ଏନ୍‌ଏଚ୍‌)-୫୫ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। କନ୍ଦରପୁର ଓ ଛପଡ଼ାଠାରେ ଜାତୀୟ ରାଜପଥ ଉପରେ ରେଳ ବିଭାଗ ପକ୍ଷରୁ ୨ଟି ଓଭରବ୍ରିଜ୍‌ ନିର୍ମାଣ କରାଯିବ। ସେଥିମଧ୍ୟରେ ଛପଡ଼ାରେ ଓଭରବ୍ରିଜ୍‌ର ରୂପରେଖ ଆପାତତଃ ଚୂଡାନ୍ତ ହୋଇଯାଇଛି। ପୂର୍ତ୍ତ ବିଭାଗ ମୁଖ୍ୟଯନ୍ତ୍ରୀଙ୍କ ପକ୍ଷରୁ ଏନ୍‌ଏଚ୍‌ କର୍ତ୍ତୃପକ୍ଷଙ୍କୁ ସ୍କେଚ୍‌ ମ୍ୟାପ୍‌ ପ୍ରଦାନ କରାଯାଇଛି। ଏନ୍‌ଏଚ୍‌ କର୍ତ୍ତୃପକ୍ଷ ଅନୁମୋଦନ କଲାପରେ ଟେଣ୍ଡର ହେବ। ତଥାପି ଟେଣ୍ଡର ୧ ମାସ ଭିତରେ ହେବାର ସମ୍ଭାବନା ଥିବା କୁହାଯାଉଛି। ଏହାବାଦ୍‌ ବୈଠକରେ ବାଲିକୁଦା-ଏରସମା ବିଧାନସଭା ନିର୍ବାଚନମଣ୍ଡଳୀରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଯଥା: ପ୍ରଧାନମନ୍ତ୍ରୀ ଆବାସ, ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି, ଆମ ଗାଁ ଆମ ବିକାଶ, ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ, ପାନୀୟ ଜଳ ଯୋଗାଣ, ପାଇପ ମାଧ୍ୟମରେ ଜଳ ଯୋଗାଣ ପ୍ରକଳ୍ପ, କଂକ୍ରିଟ ରାସ୍ତା, ଆଦର୍ଶ ବିଦ୍ୟାଳୟ, ପ୍ରାଣୀ ଚିକିତ୍ସାଳୟ ନିର୍ମାଣ, କଣିଆଠାରୁ ମାଛଗାଁ ରାସ୍ତା ନିର୍ମାଣ, ଜଳସମ୍ପଦ, ଡ୍ରେନେଜ୍‌, ସାଧାରଣ ବଣ୍ଟନ, ଏରସମାରେ ଜଙ୍ଗଲ କିସମ ଜମିରେ ରହୁଥିବା ଲୋକଙ୍କ ସମସ୍ୟାର ସମାଧାନ, ଫନୀ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ, ଅଙ୍ଗନୱାଡି କେନ୍ଦ୍ର ନିର୍ମାଣ, ଓଡ଼ିଶା ଜୀବିକା ମିଶନ ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସଶକ୍ତୀକରଣ, ଡିଡିୟୁଜିକେୱାଇ ଉପରେ ଆଲୋଚନା ହୋଇଥିଲା। ଜିଲାରେ ମିଲ୍‌ର ସମସ୍ୟାର ସମାଧାନ, ପାଣି ପଞ୍ଚାୟତ, ରାଶନ କାର୍ଡ, ବିଦ୍ୟାଳୟ ଓ ଗଣଶିକ୍ଷା ଅଧୀନ ସମସ୍ତ ବିଦ୍ୟାଳୟରେ ବାଳିକାଙ୍କ ନିମନ୍ତେ ଶୌଚାଳୟ ନିର୍ମାଣ, ଧାନ ମଣ୍ଡି, ବାଲିକୁଦା ଏମ୍‌ସିଏଚ୍‌ ବିଲଡିଂର ମରାମତି, ସ୍ବାସ୍ଥ୍ୟ ବିଭାଗର କ୍ବାର୍ଟର ନିର୍ମାଣ ଓ ସଏଲ ହେଲ୍‌ଥ କାର୍ଡ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା। ବୈଠକରେ ଜିଲା ପରିଷଦ ସଭାପତି ପ୍ରିୟଦର୍ଶିନୀ ବିଶ୍ୱାଳ, ଉପସଭାପତି ଲିଙ୍ଗରାଜ ସ୍ବାଇଁ, ଏରସମା ବ୍ଲକ ଅଧ୍ୟକ୍ଷ ପ୍ରଣବ ସ୍ବାଇଁ, ବାଲିକୁଦା ବ୍ଲକ ଅଧ୍ୟକ୍ଷା ମଧୁସ୍ମିତା ସାହୁ, ଜିଲା ପରିଷଦ ସଦସ୍ୟ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିଶ୍ୱନାଥ ମିଶ୍ର, ଜିଲାସ୍ତରୀୟ ଅଧିକାରୀ, ବିଭାଗୀୟ ନିର୍ବାହୀ ଯନ୍ତ୍ରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତି ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri