ବାଲିଗୁଡ଼ା ପୋଲିସର ଅବକାରୀ ଧରପଗଡ଼:  ୫ ମଦବେପାରୀ, ୪ ନିଶାସକ୍ତ ଚାଳକ ଗିରଫ

ବାଲିଗୁଡା,୫ା୧୨(ଡି.ଏନ୍‌.ଏ.)-ବାଲିଗୁଡା ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ବେଆଇନ ମହୁଲି ମଦ କାରବାର କରୁଥିବା ୫ ଜଣକୁ ଗିରଫ କରିବା ସହ ୪ ନିଶାସକ୍ତ ଗାଡି ଚାଳକଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି। ଗିରଫ ମଦ ବେପାରୀମାନେ ହେଲେ ଗାଞ୍ଜିଆ ବେହେରା, ଦେବାନନ୍ଦ ବେହେରା, ଉମେଶ ଚନ୍ଦ୍ର ପାତ୍ର, ହୃଷିକେଶ ବେହେରା ଓ ଦେବାନନ୍ଦ ବେହେରା। ଏମାନଙ୍କୁ ଗିରଫ ପରେ ନଂ.୧୭୬,୧୭୭,୧୭୮,୧୭୯ ଓ ୧୮୦/୧୯ରେ ମାମଲା ରୁଜୁକରି କୋର୍ଟ ଚାଲାଣ କରାଯାଇଛି। ସେହିପରି ମଙ୍ଗଳବାର ରାତିରେ ଏକ ଛକରେ ପୋଲିସ ତରଫରୁ ଗାଡି ଚେକିଂ ସମୟରେ ୪ଜଣ ନିଶାସକ୍ତ ଗାଡି ଚାଳକଙ୍କୁ ଗିରଫ କରାଯାଇଥିଲା। ସେମାନେ ହେଲେ କାମଦେବ ଦିଗାଳ, ପ୍ରଦୀପ ମାଝୀ, ଦଶରଥ ପାତ୍ର ଓ ହେମନ୍ତ ନାୟକ। ଏମାନଙ୍କୁ ଗିରଫ କରି କୋର୍ଟ ଚାଲଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୪(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୪ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri