ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରେ ମାଓବାଦୀ ବିରୋଧୀ ପୋଷ୍ଟର: ଶହୀଦ ସପ୍ତାହକୁ ନିନ୍ଦା ଦିବସ ରୂପେ ପାଳିବାକୁ ଆହ୍ବାନ

ବାଲିଗୁଡ଼ା,୩।୮(ଡି.ଏନ୍‌.ଏ.): ମାଓବାଦୀଙ୍କ ଶହୀଦ ସପ୍ତାହରେ କନ୍ଧମାଳ ଜିଲା ବାଲିଗୁଡା ବସଷ୍ଟାଣ୍ଡରେ ମାଓବାଦୀ ବିରୋଧୀ ପୋଷ୍ଟର ଦେଖିବାକୁ ମିଳିଛି। ଆଣ୍ଟି ନକ୍ସଲ ପିପୁଲ ପିସ୍‌ ଫୋର୍ସ ପକ୍ଷରୁ ଏହି ପୋଷ୍ଟର ଜାରି କରାଯାଇଥିବା ଉଲ୍ଲେଖ ରହିଛି। ଜୁଲାଇ ୩୦ରୁ ଅଗଷ୍ଟ ୫ ପର୍ଯ୍ୟନ୍ତ ନକ୍ସଲ ନିନ୍ଦା ଦିବସ ପାଳିବାକୁ ପୋଷ୍ଟରରେ ଆହ୍ବାନ ଦିଆଯାଥିବା ବେଳେ ଆଦିବାସୀଙ୍କ ହତ୍ୟାକାରୀ ବିକାଶ ବିରୋଧୀ ମାଓବାଦୀ ତୁମ ଶହୀଦ ସପ୍ତାହ ଆଉ ଚଳିବନାହିଁ କି ଆମେ ଏହାକୁ ବରଦାସ୍ତ କରିବୁ ନାହିଁ। ସେମାନେ ଆମପାଇଁ ଶହୀଦ ନୁହନ୍ତି ଆଦିବାସୀଙ୍କ ହତ୍ୟାକାରୀ। କ’ଣ ପାଇଁ ମାଓବାଦୀ ଶହୀଦ ସପ୍ତାହରେ ଦୋକାନ, ବଜାର, ସ୍କୁଲ, କଲେଜ,ଗାଡି ଚଳାଚଳ ବନ୍ଦ ରହିବ। ଏହା ସାଧାରଣ ଲୋକଙ୍କ ଉପରେ ଅତ୍ୟାଚାର,ତେଣୁ ତୁମେ ଏହାକୁ ବନ୍ଦକର ଲେଖାଥିବା ସହ ଶହୀଦ ସପ୍ତାହ ନ ପାଳିବାକୁ ମାଓବାଦୀଙ୍କୁ ଚେତାବନୀ ଦିଆଯାଇଛି। ଏଥିସହିତ ଶହୀଦ ସପ୍ତାହକୁ ପ୍ରତ୍ୟାଖ୍ୟାନ କରି ଜୁଲାଇ ୩୦ ତାରିଖରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ନକ୍ସଲ ନିନ୍ଦା ଦିବସ ପାଳନ କରନ୍ତୁ । ସ୍କୁଲ, କଲେଜ, ଦୋକାନ, ବଜାର, ଗାଡିଚଳାଚଳ ସବୁଦିନ ଭଳି ସ୍ବାଭାବିକ ରଖନ୍ତୁ ବୋଲି ଜନସାଧାରଣଙ୍କୁ ନିବେଦନ କରାଯାଇ ପୋଷ୍ଟରରେ ଉଲ୍ଲେଖ ଥିବା ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଗାଁରେ ନଛାଡି ବାଟରେ ମୃତଦେହ ଓହ୍ଲାଇଦେଲା ଆମ୍ବୁଲାନ୍ସ, ରାସ୍ତା ନ ଥିବାରୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଗୁଡାରି,୧୩ା୪( ପ୍ରମୋଦ କୁମାର ପତି ): ଡାକ୍ତରଖାନାରୁ ମୃତଦେହ ଗ୍ରାମକୁ ନେଲାନି ଆମ୍ବୁଲାନ୍ସ । ରାସ୍ତା ଖରାପ ଯାଇହେବନି କହି ମୃତଦେହ ଓହ୍ଲାଇ ଦେଲା ଗ୍ରାମଠାରୁ ୩…

ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି; ୪୧ ଡିଗ୍ରୀ ଟପିଲା ତାତି, ୧୮ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୩ା୪(ବନ୍ଦନା ସେଠୀ): ରାଜ୍ୟରେ ଏବେ ଗରମ ଓ ଗୁଳୁଗୁଳି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତାପମାତ୍ରା ୪୧ ଡିଗ୍ରୀ ଡେଇଁଥିବାବେଳେ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହରରେ ପରିଣତ…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…

ଆଜି ଭୁବନେଶ୍ୱର ପାଳୁଛି ପ୍ରତିଷ୍ଠା ଦିବସ, ଏହି ଦିନରେ…

ଭୁବନେଶ୍ୱର,୧୩ା୪: ଆଜି ଅର୍ଥାତ୍‌ ସୋମବାର ୭୯ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ଆଜି ରାଜଧାନୀ ୭୮ ତମ ପ୍ରତିଷ୍ଠା ଦିବସ ପାଳି ୭୯ ବର୍ଷକୁ ଅଗ୍ରସର…

ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ଉଗ୍ର ପ୍ରଦର୍ଶନ, ପୋଲିସ ଉପରକୁ ପଥର ମାଡ଼

ନୋଏଡା,୧୩।୪: ନୋଏଡାର ବିଭିନ୍ନ ସେକ୍ଟରର ବିଭିନ୍ନ କମ୍ପାନୀର କର୍ମଚାରୀମାନେ ସୋମବାର ଦରମା ବୃଦ୍ଧି ଦାବିରେ ରାସ୍ତାକୁ ଓହ୍ଲାଇଥିଲେ। ଗତ ତିନିରୁ ଚାରି ଦିନ ଧରି ଚାଲିଥିବା ଏହି…

ବେପରୁଆ ବୟାନ ଦେଲେଣି ଟ୍ରମ୍ପ, ଇରାନକୁ ନେଇ କହିଲେ ଏମିତି କଥା ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୩।୪: ଇସଲାମାବାଦରେ ଆଲୋଚନା ଭାଙ୍ଗିବା ପରେ ଡୋନାଲ୍ଡ ଟ୍ରମ୍ପ ଏକ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ ଇରାନ ପରମାଣୁ ଅସ୍ତ୍ର ରଖିବା…

ପରିଶ୍ରମ ଅନୁଯାୟୀ ମହୁଲ ଫୁଲ ସଂଗ୍ରହକାରୀଙ୍କୁ ମିଳୁନି ମୂଲ, ଜୀବିକାକୁ ଆଦରି ନେଇ…

ବରଗଡ଼/ଝାରବନ୍ଧ,୧୩।୪(ପ୍ରେମାନନ୍ଦ ଖମାରୀ/ ଦେବେନ୍ଦ୍ର ସାହୁ): ଲଘୁ ବନଜାତ ଦ୍ରବ୍ୟ ମଧ୍ୟରୁ ମହୁଲ ଫୁଲ ଅନ୍ୟତମ। ଫାଲଗୁନ ମାସ ଆସିବା ମାତ୍ର ଏହି ଫୁଲ ଗଛରେ ଦେଖିବାକୁ ମିଳେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri