ବାଲିଘାଟରେ ବିଧାୟକଙ୍କ ଶେଷକୃତ୍ୟ ସମ୍ପନ୍ନ

ବାଲେଶ୍ୱର ଅଫିସ,୧୮।୬-ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ଶେଷକୃତ୍ୟ ଗୁରୁବାର ବାଲିଘାଟସ୍ଥିତ ସ୍ବର୍ଗଦ୍ୱାରରେ ସମ୍ପନ୍ନ ହୋଇଛି। ସକାଳ ୬ଟା ବେଳେ ତାଙ୍କର ମରଶରୀରକୁ ବାସଭବନରୁ ଏକ ଶୋଭାଯାତ୍ରାରେ ଅଣାଯାଇ ମୋତିଗଞ୍ଜ ବଜାର, ସିନେମା ଛକଦେଇ ଭାଜପା ସଦର କାର୍ଯ୍ୟାଳୟକୁ ନିଆଯାଇଥିଲା। ପରେ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଜିଲା ସ୍କୁଲ ପଡ଼ିଆରେ ମରଶରୀରକୁ ସମର୍ଥକ, ସାଧାରଣ ଲୋକ, ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ଶେଷ ଦର୍ଶନ ତଥା ଶ୍ରଦ୍ଧାଞ୍ଜଳି ପ୍ରଦାନ ନିମେନ୍ତ ରଖାଯାଇଥିଲା। ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସଦର ନିର୍ବାଚନମଣ୍ଡଳୀର ବିଭିନ୍ନ ପଞ୍ଚାୟତରୁ କାର୍ଯ୍ୟକର୍ତ୍ତା, ଶୁଭେଚ୍ଛୁ ପହଞ୍ଚତ୍ ଶେଷଦର୍ଶନ କରିଥିଲେ। ସେଠାରୁ ପୁଣି ଏକ ଶୋଭାଯାତ୍ରାରେ ନିଆଯାଇ ବାଲିଘାଟସ୍ଥିତ ସ୍ବର୍ଗଦ୍ୱାରକୁ ନିଆଯାଇଥିଲା। ତାଙ୍କର ପୁତ୍ର ମାନସ ମୁଖାଗ୍ନି ଦେଇଥିବା ବେଳେ ବନ୍ଧୁବାନ୍ଧବ, ପରିବାର ଲୋକେ ଉପସ୍ଥିତ ଥିଲେ।
ବିଧାୟକ ଦତ୍ତ ଗତ ୬ମାସ ପୂର୍ବରୁ ଯକୃତଜନିତ ରୋଗରେ ପୀଡ଼ିତ ଥିଲେ। ବୁଧବାର ପୂର୍ବାହ୍ନ ୯ଟା ୪୫ମିନିଟ୍‌ରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଥିଲା। ତାଙ୍କର ମରଶରୀରକୁ ଆମ୍ବୁଲାନ୍ସ ଯୋଗେ ଅଣାଯାଇ ବୁଧବାର ରାତି ୧୦ଟା ବେଳେ ସହରସ୍ଥିତ ପରମିଟଘାଟ ବାସଭବନରେ ପହଞ୍ଚିଥିଲା। ଜିଲାର ବିଭିନ୍ନ ସ୍ଥାନରେ ତାଙ୍କ ମରଶରୀରକୁ ରଖାଯାଇ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା। କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ପୂର୍ବତନ ଏମ୍‌ପି ଇଂ. ରବୀନ୍ଦ୍ର କୁମାର ଜେନା, ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ, ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ, ଗୋବିନ୍ଦ ଚନ୍ଦ୍ର ଦାସ, ଭାଜପା ଜିଲା ସଭାପତି ଉମାକାନ୍ତ ମହାପାତ୍ର, ସମାଜସେବୀ ସୁବାସିନୀ ଜେନା, ଅର୍ଚ୍ଚନା ନନ୍ଦୀ, ଗୌରାଙ୍ଗ ପାଣିଗ୍ରାହୀ ପ୍ରମୁଖ ବହୁ ଦଳୀୟ ନେତା, କାର୍ଯ୍ୟକର୍ତ୍ତା, ମାନ୍ୟଗଣ୍ୟ ବ୍ୟକ୍ତି ଶେଷ ଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri