ବାଲିତୁଠ ପ୍ରାଥମିକ ବିଦ୍ୟାଳୟ: ୩ୟ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରି ଶିକ୍ଷୟିତ୍ରୀ ଗିରଫ

ଜଗତ୍‌ସିଂହପୁର ଅଫିସ,୨୩ା୧୨: ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅଧୀନ ବାଲିତୁଠ ପ୍ରାଥମିକ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଲିନା ନନ୍ଦ ଜଣେ ୩ୟ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ସେ ଶନିବାର ଛାତ୍ରୀ ବାଲିତୁଠର ଜନ୍‌ ସ୍ବାଇଁଙ୍କ ଝିଅ ବର୍ଷା ସ୍ବାଇଁ(୯)ଙ୍କୁ ମାଡ଼ ମାରିଥିଲେ। ଏନେଇ ଛାତ୍ରୀଙ୍କ ବାପା କୁଜଙ୍ଗ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତିକରି ଆଇପିସି ଦଫା ୩୪୧/୩୦୭/୩୨୩ ଏବଂ ଜୁଭେନାଇଲ ଜଷ୍ଟିସ୍‌ ଆକ୍ଟର ଦଫା ୭୫ରେ ଏକ ମାମଲା (୨୯୧/୧୯) ରୁଜୁ କରିବା ସହ ଶିକ୍ଷୟିତ୍ରୀ ନନ୍ଦଙ୍କୁ ଗିରଫ ପରେ କୋର୍ଟଚାଲାଣ କରିଛି।
ଆଇଆଇସି ଦିଲୀପ କୁମାର ସାହୁ ସୂଚନା ଦେଇ କହିଛନ୍ତି, ପିଲାଟି ବିଦ୍ୟାଳୟକୁ ଯାଇଥିବା ବେଳେ ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ଶିକ୍ଷୟିତ୍ରୀ ନନ୍ଦ ତାଙ୍କୁ ନିଷ୍ଠୁର ଭାବରେ ପିଟିଥିଲେ। ଯଦ୍ଦ୍ବାରା ଛାତ୍ରୀଙ୍କ କାନ ମୁଣ୍ଡ, ଗାଲ, ପିଠି, ଗୋଡ ଆଦି ଶରୀରର ଏକାଧିକ ସ୍ଥାନରେ କ୍ଷତ ସୃଷ୍ଟି ହୋଇଥିଲା। ଅତୀତରେ ମଧ୍ୟ ଶିକ୍ଷୟିତ୍ରୀ ପିଲାଙ୍କୁ ମାରଧର କରିଥିବା ଅଭିଯୋଗ ରହିଛି। କିନ୍ତୁ ଛାତ୍ରୀଙ୍କୁ ଶିକ୍ଷୟିତ୍ରୀ କାହିଁକି ଓ କେଉଁଥିପାଇଁ ଏଭଳି ଭାବରେ ପିଟିଥିଲେ ତା’ର କୌଣସି ସନ୍ତୋଷଜନକ ଉତ୍ତର ଆଇଆଇସି ଦେଇପାରି ନ ଥିଲେ। ଛାତ୍ରୀଙ୍କ ବାପା ଅଭିଯୋଗରେ ଦର୍ଶାଇଛନ୍ତି, ଶିକ୍ଷୟିତ୍ରୀ ତାଙ୍କ ଘର ପାଖରେ ଭଡାରେ ରୁହନ୍ତି। ବିଭିନ୍ନ ସମୟରେ ବିଦ୍ୟାଳୟରେ ପିଲାଙ୍କୁ ତାଙ୍କ ଥାଳି ଧୁଆଠାରୁ ଆରମ୍ଭ କରି ଅନ୍ୟ କାମରେ ଲଗାନ୍ତି। ପାଖାପାଖି ୧ ମାସ ହେବ ତାଙ୍କ ଝିଅକୁ ବିଭିନ୍ନ କାମରେ ଲଗାଉଥିଲେ। ଶନିବାର ଝିଅ ବିଦ୍ୟାଳୟ ଯାଇଥିବା ବେଳେ କୌଣସି କାରଣରୁ ତାଙ୍କୁ ଆକ୍ରମଣ କରିଥିଲେ। ଝିଅ କାକୁତି ମିନତି ହୋଇ ଯେତେ ନେହୁରା ହୋଇଥିଲେ ସୁଦ୍ଧା ତାଙ୍କ ହୃଦୟ ତରଳି ନ ଥିଲା। ଝିଅର କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଇଥିଲେ ସୁଦ୍ଧା ସ୍ବାସ୍ଥ୍ୟାବସ୍ଥା ଆଶାଜନକ ଭାବେ ସୁଧୁରିନି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri