ବାଲିପଦର ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀଙ୍କ ଅସ୍ବାଭାବିକ ଆଚରଣ, ଭୂତ ଭୟ

ବୁଗୁଡା,୨୫ା୯(ଡି.ଏନ୍‌.ଏ.)- ରାଜ୍ୟର କେତେକ ବିଦ୍ୟାଳୟରେ ଏବେ ଭୂତ ଭୟ ଯୋଗୁ ଛାତ୍ରୀଛାତ୍ର ସ୍କୁଲକୁ ଆସୁ ନାହାନ୍ତି। ଏନେଇ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସମ୍ପୃକ୍ତ ଜିଲାର ଶିକ୍ଷା ଅଧିକାରୀମାନଙ୍କୁ ସଚେତନତା ସୃଷ୍ଟି କରିବା ସହ ଏହାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଞ୍ଚଳରେ ମଧ୍ୟ ଏକ ବାଳିକା ବିଦ୍ୟାଳୟ ଛାତ୍ରୀଙ୍କ ମଧ୍ୟରେ ଅସ୍ବାଭାବିକ ଆଚରଣ ଦେଖିବାକୁ ମିଳିଛି।
ପ୍ରକାଶ ଯେ, ବୁଗୁଡା ବ୍ଲକ ବାଲିପଦର ଶ୍ରୀ ରଘୁନାଥ ସ୍ବାମୀ ବାଳିକା ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀରେ ୪୩ ଓ ଦଶମରେ ୪୨ ଜଣ ଛାତ୍ରୀ ଅଧ୍ୟୟନ କରୁଛନ୍ତି। ବିଦ୍ୟାଳୟର ଜଣେ ଛାତ୍ରୀ ଅଗଷ୍ଟ ୨୫ରେ କୌଣସି କାରଣରୁ ଆତ୍ମହତ୍ୟା କରିଥିଲେ। ଏହା ପରଦିନ କେତେଜଣ ଦଶମ ଶ୍ରେଣୀ ଛାତ୍ରୀଙ୍କ ନିକଟରେ ଅସ୍ବାଭାବିକ ଆଚରଣ ଦେଖିବାକୁ ମିଳିଥିଲା। ସେବେଠାରୁ ନିୟମିତ ଭାବେ ଏପରି ଘଟଣା ଘଟୁଛି। ବିଭିନ୍ନ ସମୟରେ ଛାତ୍ରୀମାନେ ମୁଣ୍ଡ ବୁଲାଇ ଅଚେତ ହୋଇପଡୁଛନ୍ତି। ଏହା ଅଭିଭାବକ ଓ ଶିକ୍ଷୟିତ୍ରୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ସେପ୍ଟେମ୍ବର ୧୬ରେ ଦଶମ ଶ୍ରେଣୀ ପ୍ରିଟେଷ୍ଟ ପରୀକ୍ଷା ଚାଲିଥିବାବେଳେ ୮ ଛାତ୍ରୀ ମୁଣ୍ଡ ବୁଲାଇ ଅଚେତ ହୋଇଯାଇଥିଲେ। ଏପରି ବାରମ୍ବାର ଘଟିବାରୁ ପ୍ରଧାନ ଶିକ୍ଷୟିତ୍ରୀ ବୈଜୟନ୍ତୀ ମାଳା ସୁବୁଦ୍ଧି ସ୍ଥାନୀୟ ବିଇଓ ରସାନନ୍ଦ କର ଓ ଥାନା ଅଧିକାରୀଙ୍କୁ ଜଣାଇଥିଲେ। ଏବେ ଅଧିକାଂଶ ଅଭିଭାବକ ସେମାନଙ୍କ ଛାତ୍ରୀଙ୍କୁ ବିଦ୍ୟାଳୟ ଛାଡୁ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri