ବାଲିଯୋରୀ କପଡ଼ା ବଜାର ବନ୍ଦ, ସ୍ଥାନାନ୍ତର ଦାବି କଲେ ଗ୍ରାମବାସୀ

ବରଗଡ଼ ଅଫିସ୍‌,୧୩।୫: ବରଗଡ଼ ଜିଲା ବେହେରା ମାର୍କେଟ୍‌ ୟାର୍ଡ଼ରେ ବସୁଥିବା ବାଲିଯୋରୀ କପଡ଼ା ବଜାରକୁ ବନ୍ଦ କିମ୍ବା ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ବୁଧବାର ବାଲିଯୋରୀ ଗ୍ରାମବାସୀ ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ ସ୍ମାରକପତ୍ର ଗ୍ରହଣ କରିଥିଲେ। ସ୍ମାରକପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି, ଗତ ୮ତାରିଖ ପ୍ରଶାସନ ପକ୍ଷରୁ ବାଲିଯୋରୀ କପଡ଼ା ବଜାରକୁ ବେହେରା ମାର୍କେଟ୍‌ ୟାର୍ଡ଼ ପରିସରରେ ଖୋଲାଯାଇଛି। ଏହି କପଡ଼ା ବଜାରକୁ ଜିଲା ତଥା ରାଜ୍ୟ ବାହାରୁ ମଧ୍ୟ କପଡ଼ା ବ୍ୟବସାୟୀମାନେ ଆସୁଛନ୍ତି। ଏଥିଯୋଗୁ ବଜାରରେ ଅସମ୍ଭାଳ ଭିଡ଼ ରହୁଛି। ଫଳରେ କରୋନା ସଂକ୍ରମଣ ଭୟ ରହିଥିବା ଗ୍ରାମବାସୀ କହିଛନ୍ତି। ଏହି ଦୃଷ୍ଟିରୁ ତୁରନ୍ତ ଏହି କପଡ଼ା ବଜାରକୁ ଅନ୍ୟତ୍ର ସ୍ଥାନାନ୍ତର କରିବା ପାଇଁ ଦାବି ହୋଇଛି । ସ୍ମାରକପତ୍ରରେ ସ୍ଥାନୀୟ ସରପଞ୍ଚ ଶୋଭାବତୀ ବିଶ୍ୱାଳଙ୍କ ସହିତ ବହୁ ଗ୍ରାମବାସୀଙ୍କ ସ୍ବାକ୍ଷର ରହିଛି। ସେହିପରି ଫାଇଟ୍‌ ଅନ୍‌ ରାଇଟ୍‌ର ସଭାପତି ଦେବବ୍ରତ ମିଶ୍ରଙ୍କ ନେତୃତ୍ୱରେ ଗ୍ରାମବାସୀ ସ୍ମାରକପତ୍ର ପ୍ରଦାନ କରିବାକୁ ଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

ରାସ୍ତା ପ୍ରଶସ୍ତିକରଣକୁ ନେଇ ଉତ୍ତେଜନା: କାର୍ଯ୍ୟବନ୍ଦ କଲେ ଗ୍ରାମବାସୀ

ମୋରଡ଼ା,୨୮ା୩(ସ୍ମାରକ ମାଜୀ): ରାସ୍ତା ପ୍ରଶସ୍ତିକରଣକୁ ନେଇ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଆ ଗ୍ରାମରେ ଉତ୍ତେଜନା ଦେଖିବାକୁ ମିଳିଛି। ଏନେଇ ଗ୍ରାମବାସୀ  ନିର୍ମାଣ କାର୍ଯ୍ୟ...

ଟ୍ରକ୍‌ରେ ପିଟିହେଲା ହାଇଓ୍ବା, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଦ୍ରକ,୨୮ା୩(ସନାତନ ରାଉତ): ଭଦ୍ରକ ୧୬ନଂ ଜାତୀୟ ରାଜପଥର ଦମକଳ କେନ୍ଦ୍ର ସମ୍ମୁଖରେ ଗୁରୁବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି।...

ଟିକେଟ୍‌ ମିଳିବା ପରେ ମହାପ୍ରଭୁଙ୍କ ଦର୍ଶନ କଲେ ବବି ଦାସ

ପୁରୀ,୨୮।୩: ବିଜୁ ଜନତା ଦଳ ପକ୍ଷରୁ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ଭାବେ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାମ ଘୋଷଣା କରାଯାଇଛି। ବବିଙ୍କୁ...

‘ଆଉ ତତେ ଗ୍ରହଣ କରିବି ନାହିଁ’

ଲାଞ୍ଜିଗଡ଼,୨୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ କରି ପ୍ରତାରଣା କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ...

ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା

ଯାଜପୁର,୨୮ା୩: ୟୁଟ୍ୟୁବର ମୋନାଲିସା ଭଦ୍ର ଯାଜପୁରରୋଡ୍‌ସ୍ଥିତ ବନ ବିଭାଗ କାର୍ଯ୍ୟାଳୟରେ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ମୋନାଲିସା ବନ୍ୟଜନ୍ତୁଙ୍କୁ ଘରେ ରଖି ଭିଡିଓ ପ୍ରସ୍ତୁତ କରି ସୋସିଆଲ...

ଅଗ୍ନି ଭୈରବୀଙ୍କ ଝାମୁଯାତ୍ରା ସମ୍ପନ୍ନ

ଲାଞ୍ଜିଗଡ଼,୨୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଅଧୀନ ଥୁଆଙ୍ଗପଦର ଗ୍ରାମରେ ଅଗ୍ନି ଭୈରବୀଙ୍କ ଝାମୁଯାତ୍ରା ମଙ୍ଗଳବାର ସମ୍ପନ୍ନ ହୋଇଯାଇଛି। ପରମ୍ପରା...

କଳାହାଣ୍ଡିରେ ବିଜେଡି ଖେଳିଲା ମହିଳା କାର୍ଡ

ଭବାନୀପାଟଣା,୨୮।୩(ଉତ୍ତମ କୁମାର ଦାଶ): ଆଗାମୀ ସାଧାରଣ ନିର୍ବାଚନ ବିଧାନ ସଭା କ୍ଷେତ୍ର ପାଇଁ ବିଜେଡି ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ବିଧାୟକ ପ୍ରାର୍ଥିନୀ/ପ୍ରାର୍ଥିଙ୍କ ନାମ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri