ବାଲି ଗାଡ଼ି ଜବତ କଲେ ତହସିଲଦାର

ପାରାଦୀପ,୫ା୬(ସ୍ବ.ପ୍ର.): ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଜିଲାର ମଧ୍ୟବର୍ତ୍ତୀ ସୀମା ଭୁତମୁଣ୍ଡାଇ ନିକଟସ୍ଥ ମହାନଦୀରୁ କିଛିଦିନ ହେଲା ବିପୁଳ ପରିମାଣର ବାଲି ଉତ୍ତୋଳନ ଚାଲିଥିଲା। ଦୁଇ ଜିଲାର ସୀମା ମଝିରେ ଏଭଳି କାମ ଚାଲିଥିବାରୁ ଉଭୟ ଜିଲା ପ୍ରଶାସନ ଏହା ତାଙ୍କ ସୀମାରେ ଯାଉନାହିଁ ବୋଲି କହି ଏଡାଇ ଯାଉଥିଲେ। ତେବେ ଏ ସମ୍ପର୍କରେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ମଙ୍ଗଳବାର କୁଜଙ୍ଗ ତହସିଲଦାର ରମେଶ ଚନ୍ଦ୍ର ପଣ୍ଡା ଘଟଣାସ୍ଥଳରେ ପହଞ୍ଚତ୍ ବାଲି ଉତ୍ତୋଳନ କରୁଥିବା ମେଶିନ ଓ ପରିବହନ କରୁଥିବା ହାଇଓ୍ବା ଜବତ କରିଛନ୍ତି। ଉକ୍ତ ଗାଡିକୁ ଲକ୍‌ ଥାନା ପୋଲିସ ଜିମା ଦିଆଯାଇଛି। ଉକ୍ତ ସ୍ଥାନରେ ବେଆଇନ ଭାବେ ବାଲି ଉତ୍ତୋଳନ ହେଉଥିଲା ବୋଲି ପଣ୍ଡା କହିଛନ୍ତି। ବର୍ତ୍ତମାନ ମହାନଦୀରେ ଅଳ୍ପ ପାଣି ଅଛି। ନଦୀ ଭିତରେ ପଶି ୨ଟି ମେଶିନରେ ବାଲି ଖୋଳାଯାଇ ଗୋଟିଏ ସ୍ଥାନରେ ଗଚ୍ଛିତ ରଖାଯାଉଥିଲା। ପରେ ସେହି ବାଲିକୁ ୧୦ରୁ ୧୫ ହାଇଓ୍ବାରେ କେନ୍ଦ୍ରାପଡ଼ା ସୀମାକୁ ପରିବହନ କରାଯାଉଥିଲା। ଭୁତମୁଣ୍ଡାଇ ମହାନଦୀ ପୋଲ ତଳେ ସ୍ପଷ୍ଟ ଦିବାଲୋକରେ ଏଭଳି ଚାଲିଥିଲା। ଉକ୍ତ ସ୍ଥାନ ମହାକାଳପଡ଼ା ଓ କୁଜଙ୍ଗ ତହସିଲ ମଝି ଅଂଶ ବୋଲି ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରଲର ମାଡ଼ରେ ମରୁଛନ୍ତି ଅଲିଭ ରିଡ୍‌ଲେ

କୁଜଙ୍ଗ,୧୩।୨(ମନୋଜ ପ୍ରଧାନ): ଅଲିଭ୍‌ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାର ପାରାଦୀପରେ କଇଁଛ କରିଡର କରିବାକୁ ବଜେଟରେ ଘୋଷଣା କରିଥିବା ବେଳେ କୁଜଙ୍ଗ ବନାଞ୍ଚଳ ନୂଆଗାଁ ବନକ୍ଷେତ୍ର…

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ…

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ କଲା…

ବସ୍‌ ମାଲିକ ସଂଘର ବଡ଼ ନିଷ୍ପତ୍ତି: ପାରାଦୀପରୁ ଗଡ଼ିବନାହିଁ ଘରୋଇ ବସ୍‌

ପାରାଦୀପ,୧୮।୧: ମୁଖ୍ୟମନ୍ତ୍ରୀ ବସ୍‌ ଚଳାଚଳକୁ ବିରୋଧ କରି ଘରୋଇ ବସ୍‌ ମାଲିକ ସଂଘ ରବିବାର ଏକ ବଡ଼ ନିଷ୍ପତ୍ତି ନେଇଛି। ସୋମବାର ସକାଳ ୬ଟାରୁ ପାରାଦୀପ ବସ୍‌ଷ୍ଟାଣ୍ଡରୁ…

ଶିବଲିଙ୍ଗ ଉପରେ ପୂଜକଙ୍କ ମୃତଦେହ, ତା’ପରେ ଯାହା ଘଟିଲା…

ଜଗତ୍‌ସିଂହପୁର,୧୮ା୧(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ପୁନଙ୍ଗସ୍ଥିତ ପୁନେଶ୍ୱର ମହାଦେବ ମନ୍ଦିରରେ ଶନିବାର ଅଭାବନୀୟ ଘଟଣା ଘଟିଛି। ମନ୍ଦିରର ପାତାଳଫୁଟା ଶିବଲିଙ୍ଗ ଉପରୁ ମନ୍ଦିର ପୂଜକ ଓମ୍‌ପ୍ରକାଶ ପଣ୍ଡା…

ସ୍ତ୍ରୀଙ୍କୁ କରଣୀରେ ହାଣିଲେ ସ୍ବାମୀ: କାରଣ ଜାଣିଲେ…

ପାରାଦୀପ,୧୭।୧(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ବଡପଡିଆ ସିନେମାହଲ ସମ୍ମୁଖ ବସ୍ତିରେ ଶନିବାର ସକାଳୁ ଅଭାବନୀୟ ଘଟଣା ଘଟିଛି।ନିଜ ସ୍ତ୍ରୀ ର ଚରିତ୍ରକୁ ସନ୍ଦେହ କରି ସ୍ବାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri