ବାଲି ଚାଲାଣକୁ ପୁଣି ବିରୋଧ

ଭୁବନ, ୧୮ା୧୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅନ୍ତର୍ଗତ ୩ନଂ. ଓ୍ବାର୍ଡ ନୂଆ ଭୁବନ ଦେଇ ବାଲିବୋଝେଇ ଭାରିଯାନ ଚଳାଚଳକୁ ନେଇ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବାଲି ବ୍ୟବସାୟୀମାନେ ସର୍ତ୍ତ ଖିଲାପ କରୁଥିବାରୁ ଏହାର ପ୍ରତିବାଦରେ ମଙ୍ଗଳବାର ଅଞ୍ଚଳବାସୀ ପୁଣି ଥରେ ରାସ୍ତାକୁ ଓହ୍ଲାଇଛନ୍ତି। ଏହାର ସମାଧାନ କରିବାକୁ ଜିଲାପାଳଙ୍କୁ ଲିଖିତ ଦାବିପତ୍ର ଦିଆଯାଇଛି।
୫୩ନଂ. ଜାତୀୟ ରାଜପଥରୁ ବୁଦ୍ଧେଶ୍ୱର ଶୈବପୀଠକୁ ସଂଯୋଗ କରୁଥିବା ରାସ୍ତାରେ ଦୈନିକ ଶତାଧିକ ବାଲି ବୋଝେଇ ଟ୍ରକ୍‌, ହାଇଓ୍ବା ଯାତାୟାତ କରୁଛନ୍ତି। ଫଳରେ ଉକ୍ତ ରାସ୍ତା ଦୁର୍ଘଟଣାପ୍ରବଣ ହୋଇଗଲାଣି। ରାସ୍ତାରେ ବାଲି ଖସି ଜମି ରହୁଥିବାରୁ ବାଇକ୍‌, ସାଇକେଲ ଆରୋହୀ ଦୁର୍ଘଟଣାର ଶିକାର ହୋଇ ଖଣ୍ଡିଆଖାବରା ହେଉଛନ୍ତି। ଏହାକୁ ନେଇ ବିଗତ ଦିନରେ ଆନ୍ଦୋଳନ ହୋଇଛି। ବ୍ୟବସାୟୀ ସଂଘ, ଅଞ୍ଚଳବାସୀ ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛନ୍ତି। ସମସ୍ୟା ସମାଧାନ ଲାଗି ତହସିଲ ପ୍ରଶାସନ, ବାଲି ବ୍ୟବସାୟୀ ଏବଂ ଅଞ୍ଚଳବାସୀଙ୍କୁ ନେଇ ତ୍ରିପାକ୍ଷିକ ବୈଠକ ବସିଥିଲା। ନିୟମିତ ଭାବେ ରାସ୍ତା ଉପରୁ ବାଲି ସଫା କରିବା, ଧୂଳି ନ ଉଡ଼ିବାକୁ ପାଣି ସିଞ୍ଚନ ଏବଂ ଜନଗହଳିପୂର୍ଣ୍ଣ ସ୍ଥାନରେ ଧୀରେ ଗାଡ଼ି ଚଳାଇବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା। ଏହି ସର୍ତ୍ତକୁ କିଛିଦିନ ବ୍ୟବସାୟୀମାନେ ମାନିଥିଲେ। ହେଲେ ଦିନ କେଇଟା ପରେ ଏହାକୁ ପୁଣି ଥରେ ଉଲ୍ଲଂଘନ କରାଯାଉଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଫଳରେ ସେମାନେ ଆନ୍ଦୋଳନକୁ ଓହ୍ଲାଇଥିବା କହିଛନ୍ତି। ଅନ୍ୟପଟେ ସନ୍ଧ୍ୟାସୁଦ୍ଧା ଆନ୍ଦୋଳନସ୍ଥଳରେ କୌଣସି ପ୍ରଶାସନିକ ଅଧିକାରୀ ପହଞ୍ଚତ୍ ନ ଥିଲେ। ଏହାକୁ ନେଇ ଆନ୍ଦୋଳନକାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ପ୍ରଶାସନ ଏ ଦିଗରେ କଡ଼ା କାର୍ଯ୍ୟାନୁଷ୍ଠାନ ନ ନେଲେ ଆଗାମୀ ଦିନରେ ଉକ୍ତ ରାସ୍ତା ଦେଇ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ କରିଦିଆଯିବ ବୋଲି ଗ୍ରାମ ସଭାପତି ଚୈତନ୍ୟ ପୃଷ୍ଟି, ନରେନ୍ଦ୍ର ସାହୁ, ନାରାୟଣ ସାହୁ, ସୁଧୀର


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri