ବାଲି ବୋଝେଇ ଟ୍ରକ ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ପୁରୁଷୋତ୍ତମପୁର, ୧୨ା୧୧(ଡି.ଏନ୍‌.ଏ.) -ବ୍ରହ୍ମପୁର ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ରଣଝାଲି ନିକଟସ୍ଥ ଋଷିକୁଲ୍ୟା ନଦୀ ବ୍ରିଜ ଉପରେ ସୋମବାର ବାଲିବୋଝେଇ ଟ୍ରକ ଧକ୍କାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରଣଝାଲି ଗଁାର କେ.ଭାଗିରଥି ଦୋରାଙ୍କ ଝିଅ କେ.ତୃପ୍ତି। ପୋଲିସ ନଂ. ୨୭୮/୧୯ରେ ମାମଲା ରୁଜୁ କରି ଚାଳକଙ୍କୁ ଅଟକ ରଖିବା ସହ ଟ୍ରକୁ ଜବତ କରିଛି। ଏ ନେଇ ସ୍ଥାନୀୟ ଲୋକେ ଉତ୍ତେଜିତ ହୋଇ ମୁଖ୍ୟରାସ୍ତା ଅବରୋଧ କରିଥିଲେ।
ବାଲି ଟ୍ରକ ଯୋଗୁ ଅଞ୍ଚଳରେ ବାରମ୍ବାର ଦୁର୍ଘଟଣା ଘଟୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନାହିଁ। ତେଣୁ ଏଥିପ୍ରତି ଦୃଷ୍ଟି ଦେଇ ମୃତକ ପରିବାରକୁ କ୍ଷତିପୂରଣ ଲାଗି ଦାବି କରିଥିଲେ। ପୁରୁଷୋତ୍ତମପୁର ଏସ୍‌ଡିପିଓ ସୀମା ସ୍ବାଇଁ, ଆଇଆଇସି ଜଗନ୍ନାଥ ମଲ୍ଲିକ, ତହସିଲଦାର ଅରୁଣ କୁମାର ନାୟକ ପ୍ରମୁଖ ପହଞ୍ଚତ୍ ଉତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଉକ୍ତ ଦାବିଗୁଡ଼ିକ ପ୍ରତି ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ମିଳିବା ସହ ମୃତକଙ୍କ ପରିବାରକୁ ରେଡକ୍ରସ ପକ୍ଷରୁ ତହସିଲଦାର ୧୦ ହଜାର ଟଙ୍କା ପ୍ରଦାନ କରିଥିଲେ। ଏଥିସହ ବାଲି ନିଲାମଧାରି ୨ ଲକ୍ଷ ୫୦ ହଜାର ଟଙ୍କା ଓ ଗାଡି ମାଲିକ ୫୦ ହଜାର ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ଚୁକ୍ତି କରିବା ପରେ ରାସ୍ତାରୋକୋ ହଟିଥିଲା। ଆନ୍ଦୋଳନ ଯୋଗୁ ୩ ଘଣ୍ଟା ଧରି ରାସ୍ତାର ଉଭୟ ପାର୍ଶ୍ୱରେ ଗାଡି ମୋଟର ଅଟକି ରହିଥିଲା। ପ୍ରକାଶ ଯେ, ତୃପ୍ତି ନରେନ୍ଦ୍ରପୁର କ୍ଷେତ୍ରମୋହନ ବିଜ୍ଞାନ ମହାବିଦ୍ୟାଳୟରେ ଯୁକ୍ତ ତିନି ପ୍ରଥମ ବର୍ଷ କଳାରେ ପଢୁଥିଲେ। ଅପରାହ୍ନରେ ସେ ତାଙ୍କର ମାମୁଁ ଝିଅ ଭଉଣୀ ଏସ୍‌. ବର୍ଷାଙ୍କ ସହ ମିଶି ନିଜ ନିଜ ସାଇକେଲରେ ପୁରୁଷୋତ୍ତମପୁରରୁ ଘରକୁ ଫେରିବା ବେଳେ ଋଷିକୁଲ୍ୟା ବ୍ରିିଜ ଉପରେ ବାଲି ବୋଝେଇ ଟ୍ରକ ତୃପ୍ତିଙ୍କ ସାଇକେଲ ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତୃପ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ବର୍ଷା ଅଳ୍ପକେ ବର୍ତ୍ତି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri