ବାଲି ମାଫିଆଙ୍କ ଆତଙ୍କରାଜ୍‌ ଆର୍‌ଆଇ, ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ

ଭଣ୍ଡାରିପୋଖରୀ, ୪ା୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବନ୍ଦାଳୋ ମଢ଼ିଆଳୀ ପଞ୍ଚାୟତ ବିରିଡ଼ିସ୍ଥିତ ବୈତରଣୀ ନଦୀପଠାରୁ ବାଲି ମାଫିଆମାନେ ବେଆଇନ ଭାବେ ବାଲି ଚାଲାଣ କରୁଛନ୍ତି। ଏନେଇ ଅଭିଯୋଗ ହେଉଥିଲେ ସୁଦ୍ଧା ବାଲି ମାଫିଆମାନେ ଖାତିର ନ କରି ଆତଙ୍କରାଜ ଚଳାଇଛନ୍ତି। ଯାହାର ସଦ୍ୟତମ ଉଦାହରଣ ସୋମବାର ଦେଖିବାକୁ ମିଳିଛି। ବାଲି ଚୋରାଚାଲାଣ ନେଇ ହୋଇଥିବା ଅଭିଯୋଗକୁ ଭିତ୍ତିକରି ସୋମବାର ମଞ୍ଜୁରିରୋଡ଼ ଅତିରିକ୍ତ ତହସିଲଦାର ଶରତ କୁମାର ସ୍ବାଇଁ ଓ ଆର୍‌ଆଇ ରାମନାରାୟଣ ସାମଲ ନଦୀପଠା ପରିଦର୍ଶନ କରିଥିଲେ। ସେଠାରୁ ଫେରିବା ପରେ କେତେକ ବାଲିମାଫିଆ ଓ ଟ୍ରାକ୍ଟର ମାଲିକ ଆର୍‌ଆଇ କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା କରିବା ସହ ଅତିରିକ୍ତ ତହସିଲଦାର ସ୍ବାଇଁ, ଆର୍‌ଆଇ ସାମଲ ଓ ତହସିଲ କର୍ମଚାରୀ ପ୍ରଦୀପ ଜେନାଙ୍କୁ ଠେଙ୍ଗା, ରଡ୍‌ ଓ ଟେକାରେ ଆକ୍ରମଣ କରିଥିଲେ। ଏଥିରେ ୩ଜଣ ଆହତ ହୋଇଥିଲେ। ସେମାନେ ଭଣ୍ଡାରିପୋଖରୀ ଡାକ୍ତରଖାନାରେ ଚିକିତ୍ସିତ ହୋଇ ଫେରିଛନ୍ତି।
ମିଳିଥିବା ସୂଚନା ଅନୁସାରେ ବାଲି ଚୋରାଚାଲାଣ ଅଭିଯୋଗକୁ ଆଧାର କରି ମଞ୍ଜୁରିରୋଡ୍‌ ଆର୍‌ଆଇ ସାମଲ ସୋମବାର ବୈତରଣୀ ନଦୀପଠା ପରିଦର୍ଶନ କରିଥିଲେ। ଏହି ସମୟରେ ନଦୀବନ୍ଧ ଉପରେ ଦୁଇଟି ବାଲି ବୋଝେଇ ଟ୍ରାକ୍ଟର ଜବତ କରି ଚାଳକଙ୍କୁ ଗାଡ଼ି ଆର୍‌ଆଇ କାର୍ଯ୍ୟାଳୟ ନେବାକୁ କହିଥିଲେ। ତେବେ ଚାଳକଦ୍ୱୟ ଟ୍ରାକ୍ଟରକୁ ଆଣି ନଦୀବନ୍ଧ ଉପରେ ବାଲି ଖଲାସ କରିଦେଇଥିଲ। ଏଥିରେ ଆର୍‌ଆଇ ଅସନ୍ତୋଷ ପ୍ରକାଶ କରି ଟ୍ରାକ୍ଟର ନମ୍ବର ସହ ଫଟୋ ଉଠାଇ ପଳାଇ ଆସିଥିଲେ। ଅତିରିକ୍ତ ତହସିଲଦାର ସ୍ବାଇଁ କୌଣସି କାମରେ ତଦନ୍ତ କରିବାକୁ ମଞ୍ଜୁରିରୋଡ଼ ଅଞ୍ଚଳକୁ ଯାଇ ଆର୍‌ଆଇଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ଆର୍‌ଆଇ ଏସବୁ ବିଷୟରେ କହିବା ପରେ ଅତିରିକ୍ତ ତହସିଲଦାର ଆର୍‌ଆଇଙ୍କ ସହ ଘଟଣାସ୍ଥଳ ପରିଦର୍ଶନ କରିଥିଲେ। ହେଲେ ସେଠାରୁ ଆସି ଅଧିକାରୀମାନେ ଆର୍‌ଆଇ କାର୍ଯ୍ୟାଳୟରେ ଆଲୋଚନା କରୁଥିବାବେଳେ କେତେକ ବାଲିମାଫିଆ ଓ ଟ୍ରାକ୍ଟର ମାଲିକ ପହଞ୍ଚତ୍ ଆକ୍ରମଣ କରିଥିଲେ। ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଥାନାରେ ତହସିଲ ପକ୍ଷରୁ କୌଣସି ଏତଲା ଦିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri