ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି

ବାଲେଶ୍ୱର ଅଫିସ୍‌:୨୧।୪: ବାଲେଶର ସହରରେ କୋଭିଡ-୧୯ ଆକ୍ରାନ୍ତ ଚିହ୍ନଟ ହେବାପରେ ଏକ ପ୍ରକାର ଆତଙ୍କ ଦେଖାଦେଇଛି। ଗତ ଶନିବାର ବାଲେଶ୍ୱରର ନେଳିବାବାଗ ଅଞ୍ଚଳର ଜଣେ ୫୮ ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସୋମବାର ନୀଳଗିରି ବ୍ଲକର ୨ ବର୍ଷର ଶିଶୁକନ୍ୟା ଓ ବାଲେଶ୍ୱର ସହରର ଜଣେ ୩୨ ବର୍ଷୀୟ ଯୁବକ ସଂକ୍ରମିତ ହୋଇଥିବା ଖବର ସାମ୍ନାକୁ ଆସିଥିଲା। ତେବେ ମଙ୍ଗଳବାର ବାଲେଶ୍ୱରରେ ପୁଣି ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ ଟୁଇଟ କରି ସୂଚନା ଦେଇଛି। ଏହାକୁ ମିଶାଇ ବାଲେଶ୍ୱରରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୮କୁ ପହଞ୍ଚିଛି। ଜିଲାରେ ଏତେ ମାତ୍ରାରେ ସଂକ୍ରମିତ ରୋଗୀ ଚିହ୍ନଟ ହେବା ଏବେ ଜିଲାପ୍ରଶାସନର ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ରୋଗୀ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟ୍ରାକ୍‌ କରିବା ଜିଲା ପ୍ରଶାସନ ପାଇଁ ଏକ ପ୍ରକାରର ଚ୍ୟାଲେଞ୍ଜିଂ ପାଲଟିଛି। ଅପରପକ୍ଷେ ସବୁ ରାଜ୍ୟ ଓ ଜିଲାର ସୀମା ସିଲ୍‌ କରାଯାଇଥିବା କୁହାଯାଉଥିବା ବେଳେ ସୀମାନ୍ତରେ ଯାଞ୍ଚ କୋହଳ ହେଉଥିବା ଅଭିଯୋଗ ହୋଇଛି। ଯାହାଫଳରେ ପଶ୍ଚିମବଙ୍ଗରେ କାମ କରୁଥିବା ଓଡ଼ିଆ ଏହି ସୀମା ରାସ୍ତା ଦେଇବାଲେଶ୍ୱରକୁ ଫେରିଛନ୍ତି। ତେଣୁ ପରିସ୍ଥିତି ଏଭଳିି ହୋଇଛି ଯେ, ଲୋକେ ଅନିଶ୍ଚିତତା ମଧ୍ୟରେ ସମୟ ବିତାଉଛନ୍ତି। ତେବେ ଆଗାମୀ ଦିନରେ ସହରରେ ଅଧିକ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି। ଏହାକୁ ନିୟନ୍ତ୍ରଣକୁ କରିବା ପାଇଁ ସହରକୁ ସଟ୍‌ଡାଉନ କରିବା ଲାଗି ଜିଲା ପ୍ରଶାସନ ବିଚାର କରୁଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି। ସୂଚନାଯୋଗ୍ୟ, ବାଲେଶ୍ୱର ସହରରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବସବାସ କରୁଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ସ୍ଥାନୀୟ ଲୋକ ହୋଇଥିବା ବେଳେ ଆଉ କିଛି ଅସ୍ଥାୟୀ ଭାବେ ଦୀର୍ଘ ଦିନ ହେବ ସେଠାରେ ରହୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?