ବାଲେଶ୍ୱରରେ ଗ୍ରୋସରୀ ଦୋକାନୀଙ୍କ ଅଭିନବ ପଦକ୍ଷେପ: ଲଗାଇଲେ ‘ମାସ୍କ ନାହିଁ ତ ଜିନିଷ ନାହିଁ’ ପୋଷ୍ଟର

ବାଲେଶ୍ବର ଅଫିସ, ୧୮।୪-ରାଜ୍ୟରେ କରୋନା ମୁକାବିଲା ନେଇ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। କରୋନାଠାରୁ ସୁରକ୍ଷା ଲାଗି ବିଭିନ୍ନ ଉପାୟରେ ଲୋକଙ୍କୁ ସଚେତନ କରାଯାଉଛି। ମାସ୍କ ନାହିଁ ତ ଜିନିଷ ନାହିଁ ବୋଲି କେତେକ ଗ୍ରୋସରୀ ( ସଉଦା) ଦୋକାନୀ ଲୋକଙ୍କୁ କହି ସଚେତନ କରାଉଛନ୍ତି। ବାଲେଶ୍ବର ଜିଲାର ବସ୍ତା, ବାଲିଆପାଳ ବ୍ଲକ ଅଞ୍ଚଳରେ ଦୋକାନୀମାନେ ଏଭଳି ସଚେତନ କରାଉଥିବା ଦେଖିବାକୁ ମିଳିଛି। ଏପରିକି କେତେକ ଦୋକାନୀ ଦୋକାନ ଆଗରେ ” ମାସ୍କ ନ ପିନ୍ଧିଲେ ଜିନିଷ ମିଳିବ ନାହିଁ ” ବୋଲି ଲେଖି ଦେଇଛନ୍ତି। ଲୋକଙ୍କୁ ସଚେତନ କରିବା ପାଇଁ ଏହା ଭଲ ପଦକ୍ଷେପ ବୋଲି କୁହାଯାଉଛି।

ବସ୍ତା ବ୍ଲକ ଅମର୍ଦ୍ଦାରୋ ଅଞ୍ଚଳର ଗ୍ରୋସରୀ ଦୋକାନୀ ବୈଦ୍ୟନାଥ ଖଣ୍ଡଲବାଲ କହିଛନ୍ତି, ପୋଲିସ ତରଫରୁ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଏଭଳି ଲେଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେଣୁ ଆମେ ଦୋକାନ ଆଗରେ ଏଭଳି ଲେଖିଛୁ। ବାଲିଆପାଳ ଅଞ୍ଚଳର ଜଣେ ବ୍ୟବସାୟୀ ସୁରେଶ ଚନ୍ଦ୍ର କହିଛନ୍ତି, ଲୋକଙ୍କୁ ସଚେତନ କରିବା ପାଇଁ ଲେଖିଛୁ। ଅମର୍ଦ୍ଦରୋରୋଡ଼ ପୋଲିସ ଫାଣ୍ଡି ଅଧିକାରୀ ରସାନନ୍ଦ ବେହେରା କହିଛନ୍ତି, ମାସ୍କ ନ ଲଗାଇଲେ ଜିନିଷ ମିଳିବ ନାହିଁ ବୋଲି ଦୋକାନୀମାନଙ୍କୁ ଲେଖିବାକୁ କୁହାଯାଇଛି। କେତେକ ଦୋକାନୀ ମାନୁଛନ୍ତି, କେତେକ ମାନୁ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri