ବାଲେଶ୍ୱରରେ ଲକ୍‌ଡାଉନ ନିୟମ ଉଲ୍ଲଂଘନ: ୨ ଗିରଫ

ବାଲେଶ୍ୱର ଅଫିସ, ୨୪।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଥିବା ବେଳେ ସାରା ରାଜ୍ୟକୁ ଲକ୍‌ଡାଉନ୍‌ କରାଯାଇଛି। ତେବେ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରାଗଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଶାସନିକ ଅଧିକାରୀ ଚେତାବନୀ ଦେଇଥିଲେ ସୁଦ୍ଧା ଲୋକେ ଏହାକୁ କେଉଁଠି ନା କେଉଁଠି ଉଲ୍ଲଂଘନ କରୁଥିବା ନଜରକୁ ଆସୁଛି। ତେବେ ବାଲେଶ୍ୱରରେ ଲକ୍‌ଡାଉନ୍‌ ନିୟମକୁ ଉଲ୍ଲଂଘନ କରି ମଙ୍ଗଳବାର ୨ ଜଣ ଗିରଫ ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପାରି ନାହିଁ।