ବାଲେଶ୍ୱରରେ ହେବ ଦେଶର ପ୍ରଥମ ପାଇଲଟ ପ୍ରୋଜେକ୍ଟ

ଭୋଗରାଇ, ୧୧ା୬(ଡ଼ି. ଏନ. ଏ. )-ମତ୍ସ୍ୟଚାଷ ଓ ମତ୍ସ୍ୟଜୀବୀଙ୍କ ସକାଶେ ଭାରତର ପ୍ରଥମ ପାଇଲଟ ପ୍ରୋଜେକ୍ଟ କେନ୍ଦ୍ରମନ୍ତ୍ରୀ ପ୍ରତାପଚନ୍ଦ୍ର ଷଡ଼ଙ୍ଗୀଙ୍କ ପ୍ରଚେଷ୍ଟାରେ ବାଲେଶ୍ୱରରେ ଖୁବ୍‌ଶୀଘ୍ର ହେବାକୁ ଯାଉଛି l ଏଥି ନିମନ୍ତେ ୨ଲକ୍ଷ ଲୋକଙ୍କୁ କର୍ମନିଯୁକ୍ତି ଯୋଗାଇ ଦିଆଯିବ। ଏନେଇ ଭୋଗରାଇ ଥାନାଛକସ୍ଥିତ ଭାଜପା କାର୍ଯ୍ୟାଳୟରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱିତୀୟ ପାଳିର ପ୍ରଥମବର୍ଷ ପୂର୍ତ୍ତି ପାଳନ ଅବସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।
ପ୍ରଧାନମନ୍ତ୍ରୀଙ୍କ ଜନଧନ ଯୋଜନାରେ ଗରିବ ଲୋକଙ୍କ ଜିରୋ ବାଲାନ୍ସରେ ୧୫ଶହ ଟଙ୍କା ଆର୍ଥିକ ଅନୁଦାନ ଦେବା ସହ ଉଜ୍ଜଳା ଯୋଜନାରେ ବିନା ମୂଲ୍ୟରେ ଗ୍ୟାସ ବଣ୍ଟନ, ବିଦ୍ୟୁତ ସଂଯୋଗ, ଆବାସ ଯୋଜନା, ଶୌଚାଳୟ ନିର୍ମାଣ, କୃଷକ, ମହିଳା, ବେକାର ଯୁବକଙ୍କୁ କର୍ମସଂସ୍ଥାନ ଯୋଗାଇଦେବା, ମତ୍ସ୍ୟଜୀବୀ ମତ୍ସଚାଷୀ ଓ ଦୁଗ୍ଧ ଉତ୍ପାଦନକାରୀଙ୍କୁ ଆର୍ଥିକ ସାହାଯ୍ୟ ଯୋଗାଇଦେଇ ସେମାନଙ୍କୁ ସ୍ଥାୟୀ ନିଯୁକ୍ତି ଦେବା ଆଦି ବହୁ ଜନକଲ୍ୟାଣ କାର୍ଯ୍ୟ କେନ୍ଦ୍ରରେ ଭାଜପା ସରକାର ନିରବିଚ୍ଛିନ କାର୍ଯ୍ୟକାରୀ କରି ଭାରତର ଆର୍ଥିକ ଓ ସାମାଜିକ କ୍ଷେତ୍ରରେ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି ବୋଲି ଭାଜପା ନେତାମାନେ କହିଛନ୍ତି l ଏହି ଖବରଦାତା ସମିଳନୀରେ ଭାଜପା ନେତା ଅଂଶୁମାନ ମହାନ୍ତି, ଜିଲା ପ୍ରଭାରୀ ଲମ୍ବୋଦର ନାୟକ, ମିଡ଼ିଆ ପ୍ରଭାରୀ ଶ୍ରୀନିବାସ ପ୍ରଧାନ, ଛ ଜୋନର ସଭାପତି ରାଜକୁମାର ଦାସ, ଅମଳେନ୍ଦୁ ଦାସ, ରବୀନ୍ଦ୍ର ଜେନା, ଭଗିରଥ ପୁଷ୍ଟି, ରବୀନ୍ଦ୍ର ଜେନା ପ୍ରମୁଖ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri