ବାଲେଶ୍ୱରର ୫ କରୋନା ଆକ୍ରାନ୍ତଙ୍କ ତଥ୍ୟ ପ୍ରକାଶ: ପଜିଟିଭ୍‌ଙ୍କ ମଧ୍ୟରେ ଜଣେ ନାବାଳକ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୭୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ଥାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ ଜରିଆରେ ତଥ୍ୟ ପ୍ରକାଶ ପାଇଛି। ତେବେ ଏହି ୫ ନୂଆ କରୋନା ଆକ୍ରାନ୍ତ ବାଲେଶ୍ୱର ଜିଲାର ବୋଲି ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ୨ ମହିଳା ଓ ୩ ପୁରୁଷ ଅଛନ୍ତି। ଉଭୟ ମହିଳାଙ୍କ ବୟସ ୩୪ ବର୍ଷ। ସେହିପରି ୩୮ ବର୍ଷୀୟ ବ୍ୟକ୍ତି, ୨୬ ବର୍ଷୀୟ ଯୁବକ ଓ ଜଣେ ୧୨ ବର୍ଷର ନାବାଳକ ରହିଛନ୍ତି। ଏମାନେ ସମସ୍ତେ ପୂର୍ବରୁ ଠାବ ହୋଇଥିବା କରୋନା ଆକ୍ରାନ୍ତଙ୍କ ସମ୍ପର୍କୀୟ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି କୁହାଯାଇଛି। ଏହାକୁ ମିଶାଇ ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଚୁକ୍ତିରୁ ଓହରିଲା ଇରାନ, ଏବେ ତୀବ୍ର ହେବ ଲଢ଼େଇ

ଦୁବାଇ,୧୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସାମରିକ ସଂଘର୍ଷ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଦୁଇଦେଶ ମଧ୍ୟରେ ଗୋଟିଏ ମାସ ପୂର୍ବରୁ ସ୍ବାକ୍ଷରିତ ହୋଇଥିବା…

ଲର୍ଡସରେ ରୋହିତଙ୍କ ଐତିହାସିକ ଶତକ

ଲଡର୍‌ସ,୧୯ା୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ରବିବାର ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ରୋହିତ ଶର୍ମା ଐତିହାସିକ ଶତକିୟ ଇନିଂସ ଖେଳିଛନ୍ତି। ରୋହିତ ୧୦୭ ବଲ୍‌…

ବରଗଡ଼ରେ ଦିଲ୍ଲୀ ତାତି: ସୋନମ ୱାଙ୍ଗଚୁକଙ୍କୁ ସମର୍ଥନ କରି ଧର୍ମେନ୍ଦ୍ରଙ୍କ କୁଶ ପୁତ୍ତଳିକା ଦାହ

ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ଏନଇଇଟି ପରୀକ୍ଷାରେ ବିଭ୍ରାଟ ପ୍ରତିବାଦରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଆନ୍ଦୋଳନର ତାତି ବରଗଡ଼ରେ ଅନୁଭୂତ ହୋଇଛି । ରବିବାର ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ବରଗଡ଼…

ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଅପଶବ୍ଦ କହିବା ଅଶ୍ଳୀଳତା ନୁହେଁ

ନୂଆଦିଲ୍ଲୀ,୧୯ା୭: କାହାକୁ ଗାଳିଗୁଲଜ କରିବା ଓ ଅପଶବ୍ଦ ପ୍ରୟୋଗ ଅସଭ୍ୟ ଏବଂ ଆପତ୍ତିଜନକ ହୋଇଥିଲେ ମଧ୍ୟ ଏହା ଅଶ୍ଳୀଳତା ନୁହେଁ । ଏଭଳି ଆଜି ରାୟ ଦେଇଛନ୍ତି…

ହିରାଧାରବାଟି କେନାଲରେ ପାଣି ଛାଡିଲା ଜଳସେଚନ ବିଭାଗ, ଚାଷୀଙ୍କ ମୁହଁରେ ଫୁଟିଲା ହସ

ଗଞ୍ଜାମ,୧୯ା୭(ବିଦ୍ୟାଧର ସାହୁ ): ଖରିଫ ଚାଷ ପାଇଁ ଜଳସେଚନ ବିଭାଗ ହିରାଧାରବାଟି କେନଲରେ ପାଣି ଛାଡିଥିବା ଦେଖିବାକୁ ମିଳିଛି । ସଂକ୍ରାନ୍ତି ଦିନ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା…

ଗୋ ହତ୍ୟା ସହ ମାଂସ ଚାଲାଣ: ୨ ଗିରଫ, ୧୫ ଅଟକ

କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସହରରେ ଗୋ ହତ୍ୟା ସହ ମାଂସ ଚାଲାଣ ହେଉଥିବା ଖବରପାଇ ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୨ ଅଭିଯୁକ୍ତଙ୍କୁ ଗିରଫ…

୬ ମାସ ହେଲା ଅଚଳ ଘୁଟିଗୁଡ଼ା ଜିଓ ଟାୱାର, ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀଙ୍କ ଦାବି

ଥୁଆମୂଳ ରାମପୁର,୧୯ା୭(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ଡିଜିଟାଲ ଯୋଗାଯୋଗର ବିକାଶ ପାଇଁ ବିଭିନ୍ନ ସଂସ୍ଥାକୁ ଅନୁମତି ଦେଉଥିବା ବେଳେ ବାସ୍ତବ କ୍ଷେତ୍ରରେ କମ୍ପାନୀଗୁଡ଼ିକର ଚରମ…

ଚଞ୍ଚକତା କରି ଭାରପ୍ରଧାନ ଶିକ୍ଷକଙ୍କୁ ବଦଳି ଅଭିଯୋଗ, ଅଭିଭାବକ ମହଲରେ ଅସନ୍ତୋଷ

ହାଟଡିହୀ,୧୯ା୭(ଶୁଭକାନ୍ତ ନାୟକ): ଚଳିତ ଜୁଲାଇ ମାସ ଗତ ୧୦ ତାରିଖରେ ଡ଼ିଏଲଟିସି ବୈଠକ ବସିଥିଲା । ଏହି ବୈଠକ ଜିଲା ସ୍ତରରେ ଅନୁଷ୍ଠିତ ହୋଇଥାଏ । ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri