ବାଲେଶ୍ୱର ଜିଲା ପାଲିସ ଲାଇନ୍‌ ପଡ଼ିଆରେ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ବାଲେଶ୍ୱର ଅଫିସ, ୨୬।୧: ବାଲେଶ୍ୱର ଜିଲାରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି । ଜିଲା ପୋଲିସ ଲାଇନ୍‌ ପଡ଼ିଆରେ ଆୟୋଜିତ ଏହି ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗଦେଇ ପତାକା ଉତ୍ତୋଳନ କରିଛନ୍ତି ।