ବାଲେଶ୍ୱର: ପଶ୍ଚିମବଙ୍ଗ ଫେରନ୍ତାଙ୍କ ତଥ୍ୟ ଯାଞ୍ଚ ଉପରେ କେନ୍ଦ୍ରାଞ୍ଚଳ ଆରଡିସିଙ୍କ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୧।୪-ବାଲେଶ୍ୱର ଜିଲାରେ କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍‌ଡ଼ିସି) ଅନୀଲ କୁମାର ସାମଲ ସମୀକ୍ଷା କରିଛନ୍ତି। ସୋମବାର ସ୍ଥାନୀୟ ସର୍କିଟ ହାଉସଠାରେ ଆୟୋଜିତ ବୈଠକରେ ଆରଡିସି ସାମଲ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ କିଶୋର, ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ, ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ରାମଚନ୍ଦ୍ର ଜେନା, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟ, ଫକୀରମୋହନ ମେଡ଼ିକାଲ କଲେଜ ଅଧ୍ୟକ୍ଷ ଡା. ରାମଚନ୍ଦ୍ର ଗିରି ପ୍ରମୁଖଙ୍କ ସହ କୋଭିଡ୍‌-୧୯ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ଅନ୍ୟ ରାଜ୍ୟ ବିଶେଷ କରି ପଶ୍ଚିମବଙ୍ଗରୁ ଆସୁଥିବା ଲୋକଙ୍କର ପଞ୍ଚାୟତୱାରି ତାଲିକା ପ୍ରସ୍ତୁତ କରିବା ସହିତ ସେମାନଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ସଂଗ୍ରହ କରି ତାହାର ଯାଞ୍ଚ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଗତ ୧୪ ଦିନ ମଧ୍ୟରେ ପଡ଼ୋଶୀ ରାଜ୍ୟରୁ ଜିଲାକୁ ଆସିଥିବା ଲୋକମାନଙ୍କୁ ବିଭିନ୍ନ ପଞ୍ଚାୟତରେ ପ୍ରସ୍ତୁତ କରାଯାଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବାଧ୍ୟତାମୂଳକ ଭାବେ ରଖିବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେମାନଙ୍କଠାରୁ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇବା ଲାଗି ସ୍ବାସ୍ଥ୍ୟ ବିଭାଗ ଅଧିକାରୀମାନଙ୍କୁ କୁହାଯାଇଛି।

ମଙ୍ଗଳବାର ବସ୍ତା ବ୍ଲକର ପ୍ରାୟ ୨୫ଟି ନମୁନା ପରୀକ୍ଷା ପାଇଁ ପଠାଯାଇଛି। ପୂର୍ବାହ୍ନରେ ଆର୍‌ଡ଼ିସି ସାମଲ ସହରର ସଂକ୍ରମଣ ପ୍ରତିରୋଧ ଇଲାକା(କଣ୍ଟେନମେଣ୍ଟ ଜୋନ)କୁ ପରିଦର୍ଶନ କରିଛନ୍ତି। ସେମାନଙ୍କର କଣ୍ଟାକ୍ଟ ଟ୍ରେସିଂ ସରିଯାଇଥିବାବେଳେ ପ୍ରାୟ ୩୦ଜଣଙ୍କର ନମୁନା ତୁରନ୍ତ ପରୀକ୍ଷା ପାଇଁ ପଠାଇବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଜିଲା ପ୍ରଶାସନ ପକ୍ଷରୁ ସେଠାରେ କରାଯାଇଥିବା ବିଭିନ୍ନ ବ୍ୟବସ୍ଥା ଏବଂ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ସେ ସନ୍ତୋଷ ପ୍ରକାଶ କରିଥିଲେ। ନୀଳଗିରି ବ୍ଲକ ଧରମପୁର ପଞ୍ଚାୟତ ରିଗିଡି ଗ୍ରାମରେ ଅଢେଇ ବର୍ଷର ଝିଅ ସଂକ୍ରମିତ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯିବା ସହିତ ଆକ୍ଟିଭ ସର୍ଭେଲାନ୍ସ କରାଯାଇଛି। ଘରକୁ ଘର ବୁଲି ସର୍ଭେ କରାଯିବା ସହିତ ସେଠାରୁ ନମୁନା ସଂଗ୍ରହ କରାଯାଇଛି। ସେହି ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ଏବଂ ପନିପରିବା ପହଞ୍ଚାଇବା ଲାଗି ବ୍ୟବସ୍ଥା କରିବାକୁ ଆରଡ଼ିସି ଅଧିକାରୀମାନଙ୍କୁ କହିଛନ୍ତି । ବାଲେଶ୍ୱର ଗସ୍ତରେ ଆସିଥିବା ଡିଜିପି ଅଭୟଙ୍କ ସହ ଆର୍‌ଡ଼ିସି ସାମଲ ସାକ୍ଷାତ କରିବା ସହିତ ପଶ୍ଚିମବଙ୍ଗ ସୀମାକୁ ସିଲ୍‌ କରିବା ଏବଂ ଅନୁପ୍ରବେଶ ରୋକିବା ସମ୍ପର୍କରେ ଆଲୋଚନା କରିଛନ୍ତି । ଡିଜିପି ଏଥିପ୍ରତି ଦୃଷ୍ଟି ଦେବା ସହିତ କଡ଼ା ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିବା ସେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri