ବାଲେଶ୍ୱର ଭିଜିଲାନ୍ସ, ବନବିଭାଗର ଚଢ଼ାଉ: ମୂଲ୍ୟବାନ କାଠ ସହ ଗାଡ଼ି ଜବତ

ସଜନାଗଡ଼, ୨୪।୯(ଡି.ଏନ.ଏ.)-ବାଲେଶ୍ୱର ଭିଜିଲାନ୍ସ ଓ ନୀଳଗିରି ବନବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ଏକ ଚୋରା କାଠ ବୋଝେଇ ପିକଅପ୍‌ ଭ୍ୟାନ୍‌ (ନଂ. ଓଆର୍‌୦୧ଏ-୩୨୪୬) ଜବତ ହୋଇଛି। ଏହି ପିକଅପ୍‌ ଭ୍ୟାନ୍‌ରେ ଚୋରାକାଠ ବୋଝେଇ ହୋଇ ଝରଣା ଘାଟିଆଡୁ ଆସୁଥିତ୍ବାର ବାଲେଶ୍ୱର ଭିଜିଲାନ୍ସ ବିଭାଗ ନୀଳଗିରି ଅବକାରୀ ବନବିଭାଗକୁ ସାଙ୍ଗରେ ନେଇ ପୂର୍ବ ଯୋଜନା ମୁତାବକ ଜଗି ରହିଥିଲା। ଗାଡ଼ିଟି ଦ୍ରୁତଗତିରେ ଆସୁଥିବା ବେଳେ ଆମ୍ବୁଡ଼ିହା ନିକଟ ଗଡ଼ିଆମାଳଠାରେ ଅଟକାଯାଇଥିଲା। ହେଲେ ଡ୍ରାଇଭର ଫେରାର ହୋଇଯାଇଥିଲେ। ତେବେ କାଠଗୁଡ଼ିକୁ ଜବତ କରି ନୀଳଗିରି ବନବିଭାଗ ଅଫିସକୁ ଆଣିଥିବା ବେଳେ ପିକ୍‌ଅପ୍‌ ଭ୍ୟାନ୍‌ରେ ୬୨ ସିଫ୍ଟ ଶିଶୁ ଓ ଶିରିଷା କାଠ ଥିବା ଜଣାପଡ଼ିଛି। କାଠଗୁଡ଼ିର ଆନୁମାନିକ ମୂଲ୍ୟ ଲକ୍ଷେ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଜଣାପଡ଼ିଛି। ଚଢ଼ାଉରେ ଭିଜିଲାନ୍ସ ରେଞ୍ଜର ଶ୍ୟାମ ସିଂ, ଭିଜିଲାନ୍ସ ଇନ୍ସ୍‌ପେକ୍ଟର ସିକନ୍ଦର ହେମ୍ବ୍ରମ, ନୀଳଗିରି ରେଞ୍ଜର ସୁକୁମାର ଦାସ, ଭିଜିଲାନ୍ସ କନଷ୍ଟେବଳ ଶଶିଚନ୍ଦ୍ର ଦାସ, ମନୋରଞ୍ଜନ ବେହେରା, ସରୋଜ ମହାନ୍ତି, ପିକେ ଦଣ୍ଡପାଟ, ଫରେଷ୍ଟର ଦେବରାଜ ରାଉତ, ଗଣେଶ୍ୱର ଲେଙ୍କା, ସରୋଜ ପ୍ରଧାନ, ଫରେଷ୍ଟଗାର୍ଡ ଭଜମୋହନ ସିଂ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri