ବାଲ୍ୟ ବିବାହକୁ ନା, ବିଦ୍ୟାଳୟକୁ ହଁ: ଶପଥ ନେଲେ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ, ୨୪।୧୦ – ଢେଙ୍କାନାଳ ଜିଲା ପ୍ରଶାସନ, ଆକ୍ସନ ଏଡ୍‌ ଏବଂ ୟୁନିସେଫ୍‌ର ମିଳିତ ସହଯୋଗରେ ଗୋବିନ୍ଦପୁରସ୍ଥିତ କାମାକ୍ଷା ପ୍ରସାଦ ହାଇସ୍କୁଲରେ ‘ବାଲ୍ୟ ବିବାହକୁ ନା ଏବଂ ବିଦ୍ୟାଳୟକୁ ହଁ’ ଶୀର୍ଷକ ସଚେତନତା କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍କୁଲର ୩୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ସାମିଲ ହୋଇଥିଲେ।
ଏହି ଅବସରରେ ଶିକ୍ଷାର ଆବଶ୍ୟକତା, ବାଲ୍ୟ ବିବାହ ପରବର୍ତ୍ତୀ ସମୟରେ ଉପୁଜୁଥିବା ସମସ୍ୟା ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ବାଲ୍ୟବିବାହ ନ କରିବା, ଏହାକୁ ସମର୍ଥନ ନ ଦେବା ଏବଂ ଆଖପାଖ ଅଞ୍ଚଳରେ ଏପରି ବେନିୟମ କାର୍ଯ୍ୟ ହେଉଥିଲେ ସ୍ବର ଉଠାଇବା ନେଇ ପିଲାମାନେ ଶପଥ ନେଇଥିଲେ। ଏହାପରେ ଏକ ଦସ୍ତଖତ ଅଭିଯାନ ହୋଇଥିଲା। ବିଇଓ ନିତ୍ୟାନନ୍ଦ ବାରିକ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଅନୁରାଧା ଗୋସ୍ବାମୀ, ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଜ୍ୟୋତ୍ସ୍ନା ରାୟ, ପ୍ରଧାନ ଶିକ୍ଷକ ଅକ୍ଷୟ ପତି, ମଣ୍ଡଳ ପରିଦର୍ଶିକା ନିବେଦିତା ତ୍ରିପାଠୀ, ଚାଇଲ୍ଡ ଲାଇନ ସଦସ୍ୟ ସନନ୍ଦ କୁମାର ବେହେରା, ଆକ୍ସନଏଡ୍‌ର ଜିଲା ସଂଯୋଜିକା ଅଙ୍ଗୁର ମିଶ୍ରଙ୍କ ସମେତ ଅଙ୍ଗନଓ୍ବାଡି କର୍ମୀ, ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳ ଲୋକ ସଭା ନିର୍ବାଚନମଣ୍ଡଳୀ: ବିଜେଡିରୁ ଅବିନାଶ ସାମଲ, ଭାଜପାରୁ ରୁଦ୍ର ପାଣି ପ୍ରାର୍ଥୀ

ଢେଙ୍କାନାଳ,୨୮ା୩(ରତନ ନାୟାର)ଚଳିତ ସାଧାରଣ ନିର୍ବାଚନ ପାଇଁ ଢେଙ୍କାନାଳ ଲୋକ ସଭା ଆସନ ନିମନ୍ତେ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା ଶେଷ ହୋଇଛି। ବିଜେଡିରୁ...

ଢେଙ୍କାନାଳରୁ ସୁଧୀର, କାମାକ୍ଷାନଗରରୁ ପ୍ରଫୁଲ୍ଲ ଓ ପରଜଙ୍ଗରୁ ନୃସିଂହ

ଢେଙ୍କାନାଳ,୨୮ା୩(ରତନ ନାୟାର)ଢେଙ୍କାନାଳ ଜିଲାର ୪ଟି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୩ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ପକ୍ଷରୁ ବୁଧବାର ପ୍ରାର୍ଥୀ ଘୋଷଣା କରାଯାଇଛି। ଢେଙ୍କାନାଳ, କାମାକ୍ଷାନଗର...

ପ୍ରଫୁଲ୍ଲଙ୍କୁ ପଞ୍ଚମଥର ପାଇଁ ମିଳିଲା ବିଜେଡି ଟିକେଟ୍‌

କାମାକ୍ଷାନଗର,୨୭।୩(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ୫୭ ବିଧାନସଭା ପାଇଁ ପ୍ରଫୁଲ୍ଲ କୁମାର ମଲ୍ଲିକକୁ ପୂନର୍ବାର ବିଜେଡି ଚଳିତ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା...

୨ ଭାଇଙ୍କ ମଧ୍ୟରେ ହାତାହାତି, ଚାଲିଗଲା ବଡ଼ ଭାଇଙ୍କ ଜୀବନ

ଓଡ଼ାପଡ଼ା,୨୪।୩(ରଞ୍ଜିତ ନାୟକ): ଢେଙ୍କାନାଳ ସଦର ଥାନା ଗୁଣଦେଇ ପଞ୍ଚାୟତ ଅଧୀନ କାଉଁରିଆପାଳ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଜମିବାଡ଼ି ସମସ୍ୟାକୁ କେନ୍ଦ୍ର କରି...

କପିଳାସ, ବଳରାମ ମନ୍ଦିର ପ୍ରସାଦ ପାଇଁ ଟେଣ୍ଡର ପଡ଼ିଲାନି

ଢେଙ୍କାନାଳ,୨୨ା୩(ରତନ ନାୟାର): ଢେଙ୍କାନାଳ ଜିଲା ତଥା ରାଜ୍ୟର ପ୍ରସିଦ୍ଧ ଶୈବପୀଠ କପିଳାସ ସମେତ ଢେଙ୍କାନାଳ ସହରସ୍ଥିତ ଶ୍ରୀ ସିଦ୍ଧ ବଳରାମଙ୍କ ମନ୍ଦିର ଅବଢ଼ା ତଥା ପ୍ରସାଦ...

ଆମ୍ବକୁ ବିପଦ ରେଡ୍‌ବ୍ୟାଣ୍ଡ୍‌ ପୋକ

ଢେଙ୍କାନାଳ,୧୯ା୩(ରତନ ନାୟାର):ଆମ୍ବ ଚାଷରେ ଢେଙ୍କାନାଳ ଜିଲା ଦେଶରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଜିଲାର ଜଳବାୟୁ ଫଳଚାଷ ପାଇଁ ଉପଯୁକ୍ତ ହୋଇଥିବାରୁ ପ୍ରତିବର୍ଷ ପ୍ରାୟ ୪୦ରୁ...

ନୀରବ, ନିମଶ୍ଚଳ ହାତୀ ଉଦ୍ଧାର କେନ୍ଦ୍ର

ଢେଙ୍କାନାଳ,୧୭ା୩(ରତନ ନାୟାର) ଖାଁ ଖାଁ ଲାଗୁଛି ପୂରା ପରିବେଶ। ସବୁଠି ଯେମିତି ଛାଇଯାଇଛି ନୀରବତା। ନିଶ୍ଚଳ ହୋଇଯାଇଛି ସବୁକିଛି। ଚୁପ୍‌ଚାପ୍‌ ହୋଇଯାଇଛନ୍ତି ମାହୁନ୍ତ ଦୀପୁଙ୍କ ସମେତ...

ଗାଧୋଉଥିବା ବେଳେ ନଦୀରେ ବୁଡିଗଲେ ଇଞ୍ଜିନିୟରିଂ ଛାତ୍ର

ପରଜଙ୍ଗ,୧୪।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଗାଁ ସ୍ଥିତ ବ୍ରାହ୍ମଣୀ ନଦୀରେ ବୁଡି ଜଣେ ଇଞ୍ଜିନିୟରିଙ୍ଗ ଛାତ୍ର ନିଖୋଜ ହୋଇଯାଇଛନ୍ତି। ନିଖୋଜ ଛାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri