ବାସୁଦେବପୁର ଥାନା ଏସ୍‌ଆଇ ନିଲମ୍ବିତ

ବାସୁଦେବପୁର,୨୦।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ଥାନା ଏସ୍‌ଆଇ ମହାପ୍ରସାଦ ନାୟକଙ୍କୁ ଗୁରୁବାର ଏସ୍‌ପି ନିଲମ୍ବନ କରିଛନ୍ତି। କାର୍ଯ୍ୟରେ ଅବହେଳା ପାଇଁ ଉତ୍ତରାଞ୍ଚଳ ଆଇଜିଙ୍କ ନିର୍ଦ୍ଦେଶକ୍ରମେ ଭଦ୍ରକ ଏସ୍‌ପି ଏସ୍‌ଆଇ ନାୟକଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ନେଇଥିବା ସୂଚନା ମିଳିଛି।
ସୂଚନା ଅନୁସାରେ, ବର୍ଷେ ହେଲା ମହାପ୍ରସାଦ ଏସ୍‌ଆଇ ଭାବେ ବାସୁଦେବପୁର ଥାନାରେ କାର୍ଯ୍ୟରତ ଥିଲେ। ଗତ ୧୫ ତାରିଖରେ ବାସୁଦେବପୁର ବିଧାୟକଙ୍କ ପ୍ରତିନିଧି ଅସିତ ଦାସଙ୍କ ବଡ଼ଭାଇ ଅଶୋକଙ୍କୁ ବକେୟା ଟଙ୍କା ପାଇଁ ସୋର ଥାନା ଅଞ୍ଚଳର ୮/୧୦ ଜଣ ବ୍ୟକ୍ତି ଅପହରଣ କରି ନେଇଥିଲେ। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ଏସ୍‌ଆଇ ମହାପ୍ରସାଦ ସଦଳବଳ ସେହି ରାତିରେ ସୋର ଥାନାକୁ ଯାଇଥିଲେ। ଅପହରଣର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବା କ୍ଷେତ୍ରରେ ସେ ଅବହେଳା କରିଥିବା ନେଇ ଚର୍ଚ୍ଚା ହୋଇଥିଲା। ଫଳରେ ଏହାର ସୁଯୋଗରେ ମୁଖ୍ୟ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ଗତ ୧୮ ତାରିଖରେ ପୋଲିସ ତାଙ୍କୁ ଗିରଫ କରିବା ସହ ପୂର୍ବରୁ ଗିରଫ ହୋଇଥିବା ଅନ୍ୟ ୩ ସହଯୋଗୀ ମୋଟ ୪ ଜଣଙ୍କୁ କୋର୍ଟ ଚାଲାଣ କରିଥିଲା। ପ୍ରାଥମିକ ପର୍ଯ୍ୟାୟରେ ପୋଲିସର ଅବହେଳା ପାଇଁ ମୁଖ୍ୟ ଅଭିଯୁକ୍ତ ଫେରାର ହୋଇଯାଇଥିଲେ ବୋଲି ଜଣାପଡ଼ିଥିଲା। ଏହି ଘଟଣା ପାଇଁ ତାଙ୍କୁ ନିଲମ୍ବନ କରାଯାଇଥିବା ବାସୁଦେବପୁର ଥାନା ଆଇଆଇସି ମଧୁମିତା ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri