ବାସ୍କେଟବଲ୍‌ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ବ୍ରହ୍ମପୁର ଅଫିସ୍‌,୭ା୬- ମଡର୍ଣ୍ଣ ୟୁଥ୍‌ କ୍ଲବ ତରଫରୁ ତଥା ବିଏମ୍‌ସି ସହଯୋଗରେ ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ଚାଲିଥିବା ଗ୍ରୀଷ୍ମକାଳୀନ ବାସ୍କେଟବଲ୍‌ ପ୍ରଶିକ୍ଷଣ ଶିବିର ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଏମ୍‌ପି ଚନ୍ଦ୍ରଶେଖର ସାହୁ ଯୋଗ ଦେଇଥିଲେ। କ୍ରୀଡ଼ାରେ ଭବିଷ୍ୟତ ଗଢ଼ିବାକୁ ହେଲେ ଲକ୍ଷ୍ୟ ସ୍ଥିର ରଖିବାକୁ ପରାମର୍ଶ ଦେଇଥିଲେ। ଏଥିସହ ବ୍ରହ୍ମପୁରରେ ଥିବା ବାସ୍କେଟବଲ୍‌ କୋର୍ଟଗୁଡ଼ିକର ଉନ୍ନତୀକରଣ ପାଇଁ ଖୁବ୍‌ ଶୀଘ୍ର ଯୋଜନା ପ୍ରସ୍ତୁତ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ସମ୍ମାନିତ ଅତିଥି ଭାବେ ବିଡ଼ିଏ ଅଧ୍ୟକ୍ଷ ସୁବାସ ମହାରଣା, ପୂର୍ବତନ ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ଏଏସ୍‌ପି ମହାଧର ସେଠୀ, ଡିଏସ୍‌ପି ଅଜୟ ମିଶ୍ର, ଜିଲା କ୍ରୀଡ଼ା ସଂସଦ ସାଧାରଣ ସମ୍ପାଦକ ଅଶୋକ କୁମାର ସାହୁ ଏବଂ ଯୁଗ୍ମ ସମ୍ପାଦକ ସନ୍ତୋଷ ସାହୁ ଯୋଗ ଦେଇଥିଲେ। ଏହି ଅବସରରେ କ୍ଲବର ପ୍ରତିଷ୍ଠାତା ସଦସ୍ୟ ଗୋବିନ୍ଦ ଚନ୍ଦ୍ର ସାହୁ ଏବଂ ଉପେନ୍ଦ୍ର ପଟ୍ଟନାୟକଙ୍କୁ ସ୍ବତନ୍ତ୍ର ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା। ପ୍ରଶିକ୍ଷାର୍ଥୀଙ୍କୁ ପ୍ରମାଣପତ୍ର ସହ ଉପହାର ଦିଆଯାଇଥିଲା। ଏଥି ସହ ଶିବିର ଅବସରରେ ଆୟୋଜିତ ହୋଇଥିବା ଧ୍ୟାନଚାନ୍ଦ ମହାନ୍ତି ସ୍ମାରକୀ ବାସ୍କେଟବଲ୍‌ ପ୍ରତିଯୋଗିତାର ବାଳିକା ଚାମ୍ପିୟନ୍‌ ଥଣ୍ଡର୍ସ ଏବଂ ବାଳକ ଚାମ୍ପିୟନ୍‌ ରାଇଜିଙ୍ଗ୍‌ ଷ୍ଟାର୍‌କୁ ପୁରସ୍କୃତ କରାଯାଇଥିଲା। କ୍ଲବ ସମ୍ପାଦକ ଶରତ ଚନ୍ଦ୍ର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଶିବିର ତଥା କାର୍ଯ୍ୟକ୍ରମରେ ବିନାୟକ ହୋତା, ଶ୍ରୀମନ୍‌ ନାୟକ ଏବଂ ଦୀପକ ରଥ ପ୍ରଶିକ୍ଷଣ ପ୍ରଦାନ କରୁଥିଲେ। କ୍ଲବ କର୍ମକର୍ତ୍ତା ପ୍ରଶା


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri